Posted inଖେଳ

ଆଇପିଏଲ୍‌ରୁ ଓହରିଲେ କ୍ରିସ୍‌ ଓ୍ବକ୍ସ

ନୂଆଦିଲ୍ଲୀ,୭ା୩- ଇଂଲଣ୍ଡ ଅଲରାଉଣ୍ଡର କ୍ରିସ୍‌ ଓ୍ବକ୍ସ ଆଗାମୀ ଆଇପିଏଲ୍‌ରେ ଖେଳିବେ ନାହିଁ। ତାଙ୍କୁ ଦିଲ୍ଲୀ କ୍ୟାପିଟାଲ୍ସ ଫ୍ରାଞ୍ଚାଇଜ ଦେଢ଼ କୋଟି ଟଙ୍କାରେ କିଣିଥିଲା। କିନ୍ତୁ ସେ ଆଇପିଏଲରେ ଖେଳିବା ପରିବର୍ତ୍ତେ ଆଗାମୀ ସିଜନ ପାଇଁ ଫ୍ରେଶ ରହିବାକୁ ନିଷ୍ପତ୍ତି ନେଇଛନ୍ତି। ତେବେ ସେ ପାରିବାରିକ ସମସ୍ୟା କାରଣରୁ ଓହରିବାକୁ ନିଷ୍ପତ୍ତି ନେଇଥିବା ଫ୍ରାଞ୍ଚାଇଜକୁ ଜଣାଇ ଦେଇଛନ୍ତି। ସେ ଅନ୍ତିମ ଥର ୨୦୧୮ ଅଗଷ୍ଟରେ ଟି୨୦ ଖେଳିଥିଲେ। ଆଉ ଇଂଲଣ୍ଡ ପକ୍ଷରୁ ୨୦୧୫ ନଭେମ୍ବରରେ ଶେଷ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ୍‌ ଖେଳିଥିଲେ। ଆଇପିଏଲ୍‌ରେ ଓ୍ବକ୍ସଙ୍କ ମିଶ୍ରିତ ରେକର୍ଡ ରହିଛି। ସେ ୨୦୧୭ରେ କେକେଆର ପାଇଁ ୧୭ ଉଇକେଟ ନେଇଥିଲେ। କିନ୍ତୁ ୨୦୧୮ରେ ଆରସିବି ପକ୍ଷରୁ ମାତ୍ର ୫ ମ୍ୟାଚ୍‌ ଖେଳିବାକୁ ସୁଯୋଗ ପାଇଥିଲେ। ସେଥର ଓଭର ପିଛା ୧୦.୩୬ ହାରରେ ରନ୍‌ ବ୍ୟୟ କରିଥିଲେ। ଯଦି ସେ ଆଇପିଏଲ୍‌ରେ ଖେଳିଥାନ୍ତେ, ତେବେ ମଧ୍ୟ ଦିଲ୍ଲୀ ଦଳର ଚୂଡ଼ାନ୍ତ ଏକାଦଶରେ ତାଙ୍କ ସ୍ଥାନ ପକ୍କା ନ ଥିଲା। କାରଣ ଦଳ ନିକଟରେ ଜାସନ ରୟ, ମାର୍କସ ଷ୍ଟୋଇନିସ, ଆଲେକ୍ସ କାରେ, କିମୋ ପଲ୍‌, ସନ୍ଦୀପ ଲାମିଚାନେ, କାଗିସୋ ରାବାଡା ଓ ଶିମରନ ହେଟମାୟରଙ୍କ ଭଳି ବିଦେଶୀ ଖେଳାଳି ଥିଲେ। ଏମାନଙ୍କ ମଧ୍ୟରୁ ଦଳ କେବଳ ୪ ଜଣଙ୍କୁ ଖେଳାଇ ପାରିଥାନ୍ତା।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri