Posted inଜାତୀୟ

ଆଇପିସି ଏବଂ ସିଆର୍‌ପିସିରେ ଅଣାଯିବ ପରିବର୍ତ୍ତନ; ଗଠନ ହେବ ନ୍ୟାସନାଲ୍‌ ମୋଡୁସ୍‌ ଆପରେଣ୍ଡି ବ୍ୟୁରୋ: ଅମିତ ଶାହ

ନୂଆଦିଲ୍ଲୀ,୨୮।୮: ଦେଶରେ ପ୍ରଚଳିତ ଭାରତୀୟ ପିଙ୍ଗଳ କୋଡ୍‌(ଆଇପିସି) ଏବଂ ଆପରାଧୀକ ପ୍ରଣାଳୀ କୋଡ୍‌(ସିଆର୍‌ପିସି)ରେ କେତେକ ପରିବର୍ତ୍ତନ କରାଯିବ ବୋଲି ବୁଧବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ସୂଚନା ଦେଇଛନ୍ତି। ଦିଲ୍ଲୀ ସ୍ଥିତି ବ୍ୟୁରୋ ଅଫ୍‌ ପୋଲିସ ରିସର୍ଚ୍ଚ ଆଣ୍ଡ୍‌ ଡେଭଲପ୍‌ମେଣ୍ଟ୍‌ର ୪୯ତମ ସ୍ଥାପନା ଦିବସରେ ଯୋଗଦେଇ ସେ ଏହା କହିଛନ୍ତି। ପୂର୍ବରୁ ଅପରାଧୀଙ୍କ ଉପରେ ଥାର୍ଡ ଡିଗ୍ରୀ ପ୍ରୟୋଗ କରାଯାଉଥିଲା। ମାତ୍ର ଏବେ ଏହା ପରିବର୍ତ୍ତେ ଅପରାଧ ଏବଂ ଅପରାଧୀଙ୍କ ମାନସିକତା ସମ୍ପର୍କରେ ଜାଣିବା ପାଇଁ ନ୍ୟାସନାଲ୍‌ ମୋଡୁସ୍‌ ଆପରେଣ୍ଡି ବ୍ୟୁରୋ ଗଠନ କରାଯିବ। ଏହାଦ୍ୱାରା ଅପରାଧୀଙ୍କ ମାନସିକତା ବିଷୟରେ ଅଧ୍ୟୟନ କରାଯାଇ ପାରିବ। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ ପ୍ରସ୍ତାବ ଦିଆଯାଇଥିବା ଶାହ ସୂଚନା ଦେଇଛନ୍ତି। ଏହି ଅବସରରେ ଶାହ ଶ୍ରେଷ୍ଠ ସେବା ପାଇଁ ପୋଲିସ କର୍ମଚାରୀଙ୍କୁ ଗୋବିନ୍ଦ ବଲ୍ଲଭ ପନ୍ତ ପୁରସ୍କାର ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ଭାଙ୍ଗିବା ପରେ ପ୍ରଥମଥର କ୍ୟାମେରା ଆଗରେ ମୁହଁ ଖୋଲିଲେ ସ୍ମୃତି ମନ୍ଧନା

ନୂଆଦିଲ୍ଲୀ,୧୦।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟର୍ ସ୍ମୃତି ମନ୍ଧନା ବ୍ୟକ୍ତିଗତ ଜୀବନର ଝଡ଼ ପରେ ପୁଣି ଥରେ ନିଜ ପ୍ରିୟ ଖେଳ କ୍ରିକେଟକୁ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

ICC ଦିନିକିଆ ମାନ୍ୟତା: ଶୀର୍ଷରେ ରୋହିତ, ଦ୍ୱିତୀୟ ସ୍ଥାନକୁ ଉଠିଲେ କୋହଲି

ମୁମ୍ବାଇ,୧୦।୧୨: ଆଇସିସି ଦ୍ୱାରା ବୁଧବାର ପ୍ରକାଶିତ ସଦ୍ୟତମ ଦିନିକିଆ ମାନ୍ୟତାରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ଶୀର୍ଷ ସ୍ଥାନ ବଜାୟ ରଖିଥିବାବେଳେ ବିରାଟ କୋହଲି ଦୁଇଟି...

ଟ୍ରକ୍‌କୁ ସାଇଡ୍‌ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ...

ମହିଳାଙ୍କ ବିଷୟରେ ଆପତ୍ତିଜନକ ମନ୍ତବ୍ୟ ଦେଲେ ଅନିରୁଦ୍ଧାଚାର୍ଯ୍ୟ, ମାମଲା ରୁଜୁ

ନୂଆଦିଲ୍ଲୀ,୧୦।୧୨: ଆଧ୍ୟାତ୍ମିକ ଗୁରୁ ଅନିରୁଦ୍ଧାଚାର୍ଯ୍ୟ ମହିଳାମାନଙ୍କ ବିଷୟରେ ଦେଇଥିବା କିଛି ଆପତ୍ତିଜନକ ମନ୍ତବ୍ୟକୁ ନେଇ ବିବାଦ ଘେରକୁ ଆସିଛନ୍ତି। ଏହି ମାମଲାରେ ମୁଖ୍ୟ ନ୍ୟାୟିକ ମାଜିଷ୍ଟ୍ରେଟ୍...

ଟାଟା ପାଓ୍ବାରରେ ଚାଲିଛି ଛଟେଇ: ପ୍ରତିବାଦରେ ଏସ୍‌ଇ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭଞ୍ଜନଗର,୧୦ା୧୨(ବାବୁଲା ପ୍ରଧାନ): ଟାଟା ପାଓ୍ବାରରେ ଆଉଟସୋର୍ସିଂ କର୍ମଚାରୀଙ୍କୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ପରୋକ୍ଷରେ ଠିକାଦାର ସଂସ୍ଥା ଉପରେ ଚାପ ପକାଇ ବିଭିନ୍ନ ସମୟରେ ଛଟେଇ କରୁଛନ୍ତି।...

ସରପଞ୍ଚ ପ୍ରାର୍ଥୀ ଓଡ଼ିଆ ପଢ଼ିବା, ଲେଖିବା ବାଧ୍ୟତାମୂଳକ: ଓଡିଶା ହାଇକୋର୍ଟ

କଟକ,୧୦।୧୨: ଓଡ଼ିଶା ଗ୍ରାମ ପଞ୍ଚାୟତ ନିର୍ବାଚନରେ ସରପଞ୍ଚ ପଦ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀଙ୍କୁ ଓଡ଼ିଆ ଭାଷାରେ ପଢ଼ିବା ଏବଂ ଲେଖିବା ଜାଣିବା ଅତ୍ୟନ୍ତ ଆବଶ୍ୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri