Posted inଖେଳ

ଆଇସିଏ ପାଇଁ ୨ କୋଟି ଟଙ୍କା ମଞ୍ଜୁର କଲା ବିସିସିଆଇ

ନୂଆଦିଲ୍ଲୀ,୧୬।୨(ପି.ଟି.)- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ରବିବାର ଭାରତୀୟ କ୍ରିକେଟରଙ୍କ ଆସୋସିଏଶନ (ଆଇସିଏ) ପାଇଁ ୨ କୋଟି ଟଙ୍କା ମଞ୍ଜୁର କରିଛି। ଆଇସିଏ ଦେଶର ପ୍ରଥମ ଖେଳାଳିଙ୍କ ସଂଘଠନ। ସୁପ୍ରିମକୋର୍ଟଙ୍କ ଦ୍ୱାରା ନିଯୁକ୍ତ ଲୋଧା ପ୍ୟାନେଲ ସୁପାରିସ କ୍ରମେ ଆଇସିଏ ଗଠନ କରାଯାଇଛି। ଆଇସିଏ କର୍ମକର୍ତ୍ତା ଗତବର୍ଷ ଅକ୍ଟୋବରରେ ନିର୍ବାଚିତ ହୋଇଥିଲେ। ଆସୋସିଏଶନ ୧୫ରୁ ୨୦ କୋଟି ଟଙ୍କାର ଅସ୍ଥାୟୀ ବଜେଟ ପ୍ରସ୍ତୁତ କରିଛି। ପ୍ରାଥମିକ ଭାବେ ବିସିସିଆଇଠାରୁ ୫ କୋଟି ଟଙ୍କା ସହାୟତା ରାଶି ମାଗିଥିଲା। କିନ୍ତୁ ବିସିସିଆଇଠାରୁ ୨ କୋଟି ଟଙ୍କା ମିଳିଛି। ଏହି ଅର୍ଥ ମୁମ୍ବାଇରେ କାର୍ଯ୍ୟାଳୟ ପାଇଁ ଜମି କିଣାଯିବାରେ ଖର୍ଚ୍ଚ କରାଯିବ। ଟ୍ୟାକ୍ସ ସମ୍ପର୍କିତ କିଛି ବିବାଦ ରହିଛି, ଯାହାର ସମାଧାନ କରାଯିବା ଦରକାର। ଏଥିଯୋଗୁ ଆଇସିଏକୁ ୨ କୋଟି ଟଙ୍କା ପ୍ରଦାନ କରାଯାଇଛି। ଭବିଷ୍ୟତରେ ତାଙ୍କୁ ଆହୁରି ଅର୍ଥ ଦରକାର ଥିଲେ ଆମେ ମଞ୍ଜୁର କରିବୁ ବୋଲି ବିସିସିଆଇ ଅଫିସିଆଲ କହିଛନ୍ତି। ଏହି ନିଷ୍ପତ୍ତି ବିସିସିଆଇର ଆପେକ୍ସ କାଉନ୍ସିଲ ବୈଠକରେ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri