Posted inଖେଳ

ଆଇସିସି କ୍ରିକେଟ ବିଶ୍ୱକପ୍‌: ଓ୍ବେଷ୍ଟଇଣ୍ଡିଜର ବିଜୟ ଅଭିଯାନ

ନଟିଂହାମ,୧।୬(ପି.ଟି.)- ଆନ୍ତର୍ଜାତିକ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍‌ରେ ଜାସନ ହୋଲ୍ଡରଙ୍କ ନେତୃତ୍ୱାଧୀନ ଓ୍ବେଷ୍ଟଇଣ୍ଡିଜ୍‌ ୨୧୮ଟି ବଲ ବାକିଥାଇ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରି ପୂରା ଢଙ୍ଗରେ ଅଭିଯାନ ଆରମ୍ଭ କରିଛି। ସ୍ଥାନୀୟ ଟ୍ରେଣ୍ଟବ୍ରିଜ୍‌ ଗ୍ରାଉଣ୍ଡରେ ଶୁକ୍ରବାର ଖେଳାଯାଇଥିବା ଟୁର୍ନାମେଣ୍ଟର ଦ୍ୱିତୀୟ ମ୍ୟାଚ୍‌ରେ ପୂର୍ବରୁ ୨ଥର ଚାମ୍ପିୟନ ହୋଇଥିବା ଓ୍ବେଷ୍ଟଇଣ୍ଡିଜ ଟସ୍‌ ଜିତି ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଥିଲା। ସମ୍ପୂର୍ଣ୍ଣ ଏକପାଖିଆ ଏହି ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି ପାକିସ୍ତାନ ଆରମ୍ଭରୁ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ଓ୍ବେଷ୍ଟଇଣ୍ଡିଜ ଦ୍ରୁତ ବୋଲରଙ୍କ ସମ୍ମୁଖୀନ ହୋଇ ନ ପାରି ଦଳ ନିୟମିତ ବ୍ୟବଧାନରେ ଉଇକେଟ ହରାଇ ୨୧.୪ ଓଭରରେ ମାତ୍ର ୧୦୫ ରନ କରି ଅଲଆଉଟ ହୋଇଥିଲା। ଜବାବରେ ଓ୍ବେଷ୍ଟଇଣ୍ଡିଜ୍‌ କ୍ରିସ୍‌ ଗେଲ୍‌ଙ୍କ ୫୦ ରନର ଅର୍ଦ୍ଧଶତକୀୟ ପାଳି ବଳରେ ୧୩.୪ ଓଭରରେ ୩ ଉଇକେଟ ହରାଇ ୧୦୮ ରନ କରି ବିଜୟ ହାସଲ କରିଛି। ବିଶ୍ୱକପ୍‌ ଇତିହାସରେ ପାକିସ୍ତାନ ପାଇଁ ଏହା ସର୍ବବୃହତ ପରାଜୟ ସାବ୍ୟସ୍ତ ହୋଇଛି। ଓ୍ବେଷ୍ଟଇଣ୍ଡିଜ୍‌ ୨୨ ବର୍ଷୀୟ ଯୁବ ଦ୍ରୁତ ବୋଲର ଓଶେନ ଥୋମାସ ୫.୪ ଓଭର ବୋଲିଂ କରି ମାତ୍ର ୨୭ ରନ ବ୍ୟୟ କରିବା ସହ ମୂଲ୍ୟବାନ ୪ ଉଇକେଟ ନେଇ ପ୍ଲେୟାର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି। ଏହି ବିଜୟ ସହ ଓ୍ବେଷ୍ଟଇଣ୍ଡିଜ ୨ ପଏଣ୍ଟ ହାସଲ କରିଛି।
୧୦୬ ରନ ଛୋଟିଆ ବିଜୟ ଲକ୍ଷ୍ୟର ପିଛା କରି ଓ୍ବେଷ୍ଟଇଣ୍ଡିଜ ଆରମ୍ଭରୁ ଦ୍ରୁତଗତିରେ ରନ୍‌ ସଂଗ୍ରହ କରିଥିଲା। ବିସ୍ଫୋରକ ଅଭିଜ୍ଞ ଓପନର କ୍ରିସ୍‌ ଗେଲ୍‌ ୬ ଚୌକା ଓ ୩ ଛକା ସହ ୫୦ ରନକରି ବିଜୟରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଉଇକେଟ କିପର ବ୍ୟାଟ୍ସମ୍ୟାନ ସାଇ ହୋପ୍‌ ୧୧ ଓ ଡ୍ବେନ ବ୍ରାଭୋ ଖାତା ଖୋଲିବା ପୂର୍ବରୁ ଆଉଟ ହୋଇଥିଲେ। ୩ଟି ଯାକ ଉଇକେଟ ପାକିସ୍ତାନ ଦ୍ରୁତ ବୋଲର ମହମ୍ମଦ ଆମୀର ଅକ୍ତିଆର କରିଥିଲେ। ନିକୋଲାସ ପୁରାନ ୧୯ ବଲରୁ ୪ ଚୌକା ଓ ୨ ଛକା ସହ ୩୪ ରନ ଓ ଶିମରନ ହେଟମେୟର ୭ ରନ କରି ଅପରାଜିତ ରହିବା ସହ ଦଳକୁ ସହଜ ବିଜୟ ପ୍ରଦାନ କରିଥିଲେ। ଓ୍ବାହାବ ରିୟାଜଙ୍କ ବଲ୍‌କୁ ସ୍କୋୟାର ଲେଗ୍‌ ବାଉଣ୍ଡାରୀ ଉପରେ ଏକ ବଡ଼ ଛକା ମାରି ପୁରାନ ଦଳକୁ ଜିତାଇଥିଲେ।
ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ପାକିସ୍ତାନର ଓ୍ବେଷ୍ଟଇଣ୍ଡିଜ ବୋଲରଙ୍କ ସାମନା କରିପାରି ନ ଥିଲା। ଦଳର ୭ଜଣ ବ୍ୟାଟ୍ସମ୍ୟାନ ଦୁଇ ଅଙ୍କ ଛୁଇଁ ପାରି ନ ଥିଲେ। ଫକାର ଜମାନ ୨୨, ବାବର ଆଜମ ୨୨, ମହମ୍ମଦ ହାଫିଜ୍‌ ୧୬ ଓ ଓ୍ବାହାବ ରିୟାଜ ୧୮ ରନ ସଂଗ୍ରହ କରି ଆଉଟ ହୋଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଇମାମ ଉଲ ହକ ୨, ହାରିସ ସୋହେଲ ୮, ଅଧିନାୟକ ସର୍ଫରାଜ ଅହମ୍ମଦ ୮, ଇମାଦ ଓ୍ବାସିମ ୧, ହାସନ ଅଲି ୧ ରନ କରି ଆଉଟ ହୋଇଥିବା ବେଳେ ଶଦାବ ଖାଁ ଖାତା ଖୋଲି ପାରି ନ ଥିଲେ। ଆମୀର ୩ ରନ କରି ଅପରାଜିତ ରହିଥିଲେ। ବୋଲିଂରେ ଓ୍ବେଷ୍ଟଇଣ୍ଡିଜ୍‌ ତରଫରୁ ଓଶେନ ଥୋମାସ ସର୍ବାଧିକ ୪, ହୋଲ୍ଡର ୩, ଆନ୍ଦ୍ରେ ରସେଲ ୨ ଓ ଶେଲଡନ କୋଟ୍ରେଲ ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ। ଆମ ବୋଲରମାନେ ଜବରଦସ୍ତ ପ୍ରଦର୍ଶନ କରିଛନ୍ତି ବୋଲି ଓ୍ବେଷ୍ଟଇଣ୍ଡିଜ ଅଧିନାୟକ ଜାସନ ହୋଲ୍ଡର କହିଛନ୍ତି। ଆମୀରଙ୍କୁ ବାଦ ଦେଲେ ପାକିସ୍ତାନର ଅନ୍ୟ ସମସ୍ତ ଖେଳାଳିମାନେ ବିଫଳ ହୋଇଛନ୍ତି। ଏହି ମ୍ୟାଚ୍‌ରେ ପାକିସ୍ତାନର ବ୍ୟାଟିଂ ଦୁର୍ବଳତା ପଦାରେ ପଡିଛି। ପୂର୍ବରୁ ପାକିସ୍ତାନର ସର୍ବନିମ୍ନ ବିଶ୍ୱକପ୍‌ ସ୍କୋର ୭୪ ରହିଥିଲା। ୧୯୯୨ ବିଶ୍ୱକପ୍‌ରେ ଇଂଲଣ୍ଡ ବିପକ୍ଷରେ ଏହି ସ୍କୋରରେ ଅଲଆଉଟ ହୋଇଥିଲା। ଦଳର ବ୍ୟାଟିଂ ନୈରାଶ୍ୟଜନକ ଥିଲା ଓ ଓ୍ବେଷ୍ଟଇଣ୍ଡିଜ ଅପେକ୍ଷାକୃତ ଯଥେଷ୍ଟ ଭଲ ପ୍ରଦର୍ଶନ କରିଥିଲା ବୋଲି ପାକିସ୍ତାନ ଅଧିନାୟକ ସର୍ଫରାଜ ଅହମ୍ମଦ କହିଛନ୍ତି।
ସଂକ୍ଷିପ୍ତ ସ୍କୋର:
ପାକିସ୍ତାନ ୨୧.୪ ଓଭରରେ ୧୦୫ ଅଲଆଉଟ
(ଜମାନ- ୨୨, ବାବର- ୨୨, ହାଫିଜ- ୧୬, ରିଆଜ- ୧୮, ଥୋମାସ- ୪/୨୭, ହୋଲ୍ଡର- ୩/୪୨, ରସେଲ- ୨/୪, କୋଟ୍ରେଲ- ୧/୧୮)।
ଓ୍ବେଷ୍ଟଇଣ୍ଡିଜ ୧୩.୪ ଓଭରରେ ୧୦୮/୩
(ଗେଲ- ୫୦, ପୁରାନ- ୩୪*, ଆମୀର- ୩/୨୬ )।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..

ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ…

ବିଜୟ ଉତ୍ସବରେ ହିଂସା: ଜାଳି ଦେଲେ ୨୬୪ କାର, ୭୮୦ ଗିରଫ

ପ୍ୟାରିସ,୩୧ା୫: ପ୍ୟାରିସ ସେଣ୍ଟ ଜର୍ମେନ(ପିଏସ୍‌ଜି) ଲଗାତର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ଜିତିବା ପରେ ପ୍ରଶଂସକଙ୍କ ବିଜୟ ଉତ୍ସବରେ ହିଂସା ପରିଲକ୍ଷିତ ହୋଇଛି। ବିଭିନ୍ନ…

ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ

କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri