Posted inଖେଳ

ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌: ଶୀର୍ଷ ସ୍ଥାନ ବଜାୟ ରଖିଲେ କୋହଲି

ଦୁବାଇ,୨୪।୭(ପି.ଟି.)- ସଦ୍ୟ ପ୍ରକାଶିତ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ଅଧିନାୟକ ବିରାଟ କୋହଲି ବ୍ୟାଟିଂ ତାଲିକାର ଶୀର୍ଷ ସ୍ଥାନ ବଜାୟ ରଖିଛନ୍ତି। ସେ ପୂର୍ବପରି ୧ ନମ୍ବର ସ୍ଥାନରେ ରହିଛନ୍ତି। କୋହଲିଙ୍କ ନେତୃତ୍ୱରେ ଭାରତ ଗତ ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜ୍‌ରେ ୨-୧ ବ୍ୟବଧାନରେ ସିରିଜ ବିଜୟୀ ହୋଇଥିଲା। ସେ ୯୨୨ ପଏଣ୍ଟ ପାଇଁ ୧ ନମ୍ବର ସ୍ଥାନରେ ରହିଛନ୍ତି। ନ୍ୟୁଜିଲାଣ୍ଡର କେନ୍‌ ଓ୍ବିଲିୟମସନ ୯୧୩ ପଏଣ୍ଟ ପାଇ ଦ୍ୱିତୀୟ ଓ ଟେଷ୍ଟ ସ୍ପେଶାଲିଷ୍ଟ କୁହାଯାଉଥବା ଚେତେଶ୍ୱର ପୂଜାରା ୮୮୧ ପଏଣ୍ଟ ପାଇଁ ତାଲିକାର ତୃତୀୟ ସ୍ଥାନରେ ରହିଛନ୍ତି।
ଦଳୀୟ ର଼୍ୟାଙ୍କିଙ୍ଗ୍‌ରେ ଭାରତ ପୂର୍ବପରି ପ୍ରଥମ ସ୍ଥାନରେ ରହିଛି। ସେହିପରି ନ୍ୟୁଜିଲାଣ୍ଡ ଦ୍ୱିତୀୟ, ଦକ୍ଷିଣ ଆଫ୍ରିକା ତୃତୀୟ, ଇଂଲଣ୍ଡ ଚତୁର୍ଥ ଓ ଅଷ୍ଟ୍ରେଲିଆ ପଞ୍ଚମ ସ୍ଥାନରେ ରହିଛି। ବୋଲିଂ ତାଲିକାରେ ୨ଜଣ ଭାରତୀୟ ବୋଲର ଟପ୍‌-୧୦ରେ ସାମିଲ ରହିଛନ୍ତି। ରବୀନ୍ଦ୍ର ଜାଡେଜା ଓ ରବିଚନ୍ଦ୍ରନ ଅଶ୍ୱିନ୍‌ ଯଥାକ୍ରମେ ଷଷ୍ଠ ଓ ଦଶମ ସ୍ଥାନରେ ରହିଛନ୍ତି। ବୁଧବାରଠାରୁ ଆରମ୍ଭ ହେବାକୁ ଯାଉଥିବା ଆୟର୍ଲାଣ୍ଡ ବିପକ୍ଷ ୪ ଦିନିଆ ଟେଷ୍ଟରୁ ଇଞ୍ଜୁରି କାରଣରୁ ବାଦ୍‌ ପଡିଥିବା ଅଭିଜ୍ଞ ଇଂଲଣ୍ଡ ଦ୍ରୁତ ବୋଲର ଜେମ୍ସ ଆଣ୍ଡରସନ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ଆଣ୍ଡରସନଙ୍କଠାରୁ ଅଧିକ ୧୬ ପଏଣ୍ଟ ପାଇ ଅଷ୍ଟ୍ରେଲିଆର ପ୍ୟାଟ କୁମିନ୍ସ ବୋଲିଂ ତାଲିକାର ଶୀର୍ଷ ସ୍ଥାନରେ ରହିଛନ୍ତି। ଗତ ନଭେମ୍ବରରେ ଆଣ୍ଡରସନଙ୍କୁ ଦକ୍ଷିଣ ଆଫ୍ରିକାର କାଗିସୋ ରବାଡ଼ା ପଛରେ ପକାଇଥିଲେ। ତେବେ ସେ ଏବେ ତୃତୀୟ ସ୍ଥାନରେ ରହିଛନ୍ତି। ଅନ୍ୟତମ ଇଂଲଣ୍ଡ ଦ୍ରୁତ ବୋଲର ଷ୍ଟୁଆର୍ଟ ବ୍ରଡ ୧୯ତମ ସ୍ଥାନରେ ରହିଛନ୍ତି। ସେ ୨୦୦୯ ପରଠାରୁ ଟପ୍‌-୨୦ରେ ସ୍ଥାନ ବଜାୟ ରଖିଆସିଛନ୍ତି। ସେହିପରି ୬୨୧ ପଏଣ୍ଟ ପାଇ ମୋଇନ୍‌ ଅଲି ୨୫ତମ ସ୍ଥାନରେ ରହିଛନ୍ତି। ଇଂଲଣ୍ଡ ଅଧିନାୟକ ଜୋ ରୁଟ ବ୍ୟାଟିଂ ତାଲିକାର ଷଷ୍ଠ ସ୍ଥାନରେ ରହିଛନ୍ତି। ସେହିପରି ଜନ୍ନି ବେୟାରଷ୍ଟୋ ଓ ଜୋଶ ବଟଲର ଯାଥାକ୍ରମେ ୨୬ ଓ ୨୭ତମ ସ୍ଥାନରେ ରହିଛନ୍ତି। ଆୟର୍ଲାଣ୍ଡର କେଭିନ ଓ’ବ୍ରାଏନ ୬୮ତମ ସ୍ଥାନକୁ ଉଠିଥିବା ବେଳେ ଗ୍ୟାରୀ ଓ୍ବିଲିସନ ୧୪୦ତମ ସ୍ଥାନରେ ରହିଛନ୍ତି। ଅଲରାଉଣ୍ଡର ତାଲିକାରେ ଜାଡେଜା ଭାରତୀୟ ଦୃଷ୍ଟିକୋଣରୁ ଶ୍ରେଷ୍ଠ ସାବ୍ୟସ୍ତ ହୋଇଛନ୍ତି। ସେ ତୃତୀୟ ସ୍ଥାନରେ ରହିଛନ୍ତି। ଓ୍ବେଷ୍ଟଇଣ୍ଡିଜର ଜାସନ ହୋଲ୍ଡର ଶୀର୍ଷ ସ୍ଥାନରେ ରହିଥିବା ବେଳେ ବାଂଲାଦେଶର ସାକିବ ଅଲ ହାସନ ଦ୍ୱିତୀୟ ସ୍ଥାନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri