Posted inଖେଳ

ଆଇସିସି ନିୟମ ଭାଙ୍ଗିଛନ୍ତି ୧୯ ବର୍ଷରୁ କମ୍‌ ବିଶ୍ୱକପ ଚାମ୍ପିୟନ ଦଳର ୩ ଖେଳାଳି

ଦୁବାଇ,୧୧।୨- ଦକ୍ଷିଣ ଆଫ୍ରିକାର ପୋଚେଫ୍ସଷ୍ଟ୍ରୁମଠାରେ ରବିବାର ଖେଳାଯାଇଥିବା ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ଫାଇନାଲରେ ୩ ବାଂଲାଦେଶୀ ଓ ଦୁଇ ଭାରତୀୟ ଖେଳାଳି ଆଇସିସି କୋଡ୍‌ ଅଫ୍‌ କଣ୍ଡକ୍ଟ ଭଙ୍ଗ କରିଛନ୍ତି। ଫାଇନାଲ ଜିତିବା ପରେ ଦୁଇ ଦଳର ଖେଳାଳି ସାମ୍ନାସାମ୍ନି ହୋଇଥିଲେ। ଏଥିନେଇ ବିଶ୍ୱକପ୍‌ ଚାମ୍ପିୟନ ଅଧିନାୟକ ଆକବର ଅଲି କ୍ଷମାପ୍ରାର୍ଥନା ମଧ୍ୟ କରିଥିଲେ। ବାଂଲାଦେଶ ଖେଳାଳି ମହମ୍ମଦ ତୋହିଦ ହ୍ରିଦୟ, ଶାମିମ ହୋସେନ ଓ ରକିବୁଲ ହସନ ଆଇସିସି ଧାରା ୨.୨୧ ଓ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଆକାଶ ସିଂ ଓ ରବି ବିଷ୍ନୋଇ ଆଇସିସି ଧାରା ୨.୫ ଭଙ୍ଗ କରିଛନ୍ତି। ଅନ୍‌ଫିଲ୍ଡ ଅମ୍ପାୟର ଓ ତୃତୀୟ ଅମ୍ପାୟର ନିୟମ ଭଙ୍ଗ ହୋଇଥିବା ଅଭିଯୋଗ ଆଣିଥିଲେ। ମ୍ୟାଚ୍‌ ରେଫରି ଗ୍ରେମ ଲାବରୁଇଙ୍କ ଦ୍ୱାରା ଦିଆଯାଇଥିବା ଦଣ୍ଡାଦେଶକୁ ୫ ଖେଳାଳି ଗ୍ରହଣ କରିନେଇଛନ୍ତି। ହ୍ରିଦୟ ୧୦, ଆକାଶ ୮ ଓ ହୋସେନ ୪ ସସ୍‌ପେନଶନ ପଏଣ୍ଟ ଦିଆଯାଇଛି। ଫାଇନାଲରେ ଭାରତୀୟ ଦଳ ପାଇଁ ସବୁଠୁ ସଫଳ ପ୍ରଦର୍ଶନ କରିଥିବା ବିଷ୍ନୋଇ ମ୍ୟାଚ୍‌ରେ ପ୍ରତିପକ୍ଷ ବ୍ୟାଟ୍ସମ୍ୟାନଙ୍କୁ ସ୍ଲେଜିଂ କରିବା ସହ ଖରାପ ଇଙ୍ଗିତ କରିଥିଲେ। ଏଥିଯୋଗୁ ତାଙ୍କୁ ୨ ଅଧିକ ସସପେନଶନ ପଏଣ୍ଟ ମିଳିଛି। ଖେଳାଳିଙ୍କୁ ମିଳିଥିବା ସସପେନଶନ ପଏଣ୍ଟ ସେମାନଙ୍କ ଆଗାମୀ ଜୁନିୟର ବର୍ଗର ଅନ୍ତର୍ଜାତୀୟ ମ୍ୟାଚ୍‌ କିମ୍ବା ସିନିୟର ସ୍ତରରେ ଖେଳିଲାବେଳେ ବ୍ୟବହାର ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri