Posted inଖେଳ

ଆଇସିସି ପ୍ୟାନେଲରେ ୨ ଭାରତୀୟ ମହିଳା ଅମ୍ପାୟର

ମୁମ୍ବାଇ, ୧୯।୩ (ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ଆଇସିସି) ଡେଭ୍‌ଲପମେଣ୍ଟ ଅମ୍ପାୟର ପ୍ୟାନେଲରେ ଦୁଇଜଣ ଭାରତୀୟ ମହିଳା ଅମ୍ପାୟର ସ୍ଥାନ ପାଇଛନ୍ତି। ସୋମାନେ ହେଲେ ମୁମ୍ବାଇର ବିନ୍ଦ୍ରା ରଥି ଓ ତାମିଲନାଡ଼ୁର ଜନନୀ ନାରାୟଣ। ଫଳରେ ଆଇସିସି ମହିଳା ଅମ୍ପାୟର ସଂଖ୍ୟା ୧୨ରେ ପହଞ୍ଚତ୍ଛି। ମୁମ୍ବାଇ କ୍ରିକେଟ୍‌ ଆସୋସିଏଶନ ବୁଧବାର ଏହାର ଟୁଇଟର୍‌ ପୃଷ୍ଠାରେ ଉଭୟ ବିନ୍ଦ୍ରା ଓ ଜନନୀଙ୍କୁ ଶୁଭେଚ୍ଛା ପ୍ରଦାନ ଜଣାଇଛି। ୩୪ ବର୍ଷୀୟା ନାରାୟଣ ୨୦୧୮ରୁ ଘରୋଇ କ୍ରିକେଟ୍‌ ଟୁର୍ନାମେଣ୍ଟରେ ମ୍ୟାଚ୍‌ ପରିଚାଳନା କରିଆସୁଛନ୍ତି। ସେହିଭଳି ୩୧ ବର୍ଷୀୟ ରଥି ପ୍ରଥମେ ସ୍କୋରର ଭାବେ କ୍ୟାରିୟର ଆରମ୍ଭ କରିଥିଲେ। କିନ୍ତୁ ପରେ ସେ ଅମ୍ପାୟାରିଂ କ୍ଷେତ୍ରରେ ପାଦ ଥାପିଥିଲେ। ଟି୨୦ ମୁମ୍ବାଇ ଲିଗ୍‌ରେ ସେ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କାହିଁକି ଫୋନ୍‌ ଉଠାନ୍ତି ନାହିଁ ଧୋନୀ: ଜନ୍ମଦିନରେ ଜାଣନ୍ତୁ ‘କ୍ୟାପ୍ଟେନ କୁଲ’ଙ୍କ ବିଷୟରେ ୭ ଅଜଣା କଥା

ନୂଆଦିଲ୍ଲୀ,୭।୭: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଆଜି ୪୫ତମ ଜନ୍ମଦିନ ପାଳନ କରୁଛନ୍ତି। ତାଙ୍କୁ ବିଶ୍ୱର ସବୁଠାରୁ ସଫଳ ଅଧିନାୟକଙ୍କ ମଧ୍ୟରେ ଗଣନା କରାଯାଏ।…

ଆଜି ପଡ଼ଆକୁ ଓହ୍ଲାଇ ସଭିଙ୍କୁ ଚକିତ କରିବାକୁ ପ୍ରସ୍ତୁତ ବୈଭବ ସୂର୍ଯ୍ୟବଂଶୀ…, ଭାରତ ବନାମ ଇଂଲଣ୍ଡ ତୃତୀୟ ଟି-୨୦ ଉପରେ ରହିଛି ନଜର

ନୂଆଦିଲ୍ଲୀ,୭।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ମ୍ୟାଚ ଆଜି (ମଙ୍ଗଳବାର) ନଟିଂହାମର ଟ୍ରେଣ୍ଟ ବ୍ରିଜ ଗ୍ରାଉଣ୍ଡରେ ଖେଳାଯିବ। ସିରିଜରେ…

ସଞ୍ଜୁ ସାମସନଙ୍କୁ ଦଳରୁ ବାଦ୍‌ ଦେବା ଉପରେ BCCIର ବଡ଼ ବୟାନ, ସାମ୍ନାକୁ ଆସିଲା ଚମକାଇ ଦେଲା ଭଳି କାରଣ!

ନୂଆଦିଲ୍ଲୀ, ୭।୭: BCCI ନିକଟରେ ଜିମ୍ବାୱେ ବିପକ୍ଷ ଟି-୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରିଛି। ତେବେ ଏହି ଦଳରେ ସଞ୍ଜୁ ସାମସନଙ୍କ ନାମ ନଥିବାରୁ…

ରୋନାଲ୍ଡୋଙ୍କ ବିଶ୍ୱକପ୍‌ ସ୍ବପ୍ନ ଶେଷ: ବିଶ୍ୱକପ୍‌ରୁ ବିଦା ହେଲା ପର୍ତ୍ତୁଗାଲ

ଆର୍ଲିଂଟନ,୭ା୭:ଇଞ୍ଜୁରି ଟାଇମ୍‌ରେ ମିକେଲ ମେରିନୋଙ୍କ ଗୋଲ ବଳରେ ସୋମବାର ରାତିରେ ଅନୁଷ୍ଠିତ ଚଳିତ ବିଶ୍ୱକପ୍‌ର ଏକ ପ୍ରି-କ୍ୱାର୍ଟର ଫାଇନାଲରେ ସ୍ପେନ ୧-୦ ଗୋଲରେ ପର୍ତ୍ତୁଗାଲକୁ ପରାସ୍ତ କରି…

ଜିମ୍ବାଓ୍ବେ ବିପକ୍ଷ ଟି୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା: ସଞ୍ଜୁ ସାମସନ ବାଦ୍‌

ନୂଆଦିଲ୍ଲୀ, ୬ା୭: ଚଳିତମାସ ପରବର୍ତ୍ତୀ ଭାଗରେ ଖେଳାଯିବାକୁ ଥିବା ଜିମ୍ବାଓ୍ବେ ବିପକ୍ଷ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ସିରିଜ ପାଇଁ ସୋମବାର ଭାରତୀୟ ଦଳ ଘୋଷଣା କରାଯାଇଛି। ଚୟନକର୍ତ୍ତାମାନେ…

କ୍ୱାର୍ଟରରେ ଇଂଲଣ୍ଡ, ମେକ୍ସିକୋର ଅଭିଯାନ ଶେଷ

ମେକ୍ସିକୋ ସିଟି, ୬ା୭: ଘରୋଇ ଫିଲ୍ଡ ଓ ପରିବେଶରେ ଖେଳିବାର ଫାଇଦା ସହିତ ପ୍ରତିପକ୍ଷ ଦଳ ପ୍ରାୟତଃ ଦ୍ୱିତୀୟାର୍ଦ୍ଧ ୧୦ ଖେଳାଳିରେ ଖେଳିବା ସତ୍ତ୍ୱେ ମେକ୍ସିକୋର ଅଭିଯାନ…

W, W, W, W..ଡବଲ୍‌ ହ୍ୟାଟ୍ରିକ ନେଇ ଇତିହାସ ରଚିଲେ ଏହି ବୋଲର୍‌

ନୂଆଦିଲ୍ଲୀ,୬।୭: ଶ୍ରୀଲଙ୍କାର ପେସ-ବୋଲିଂ ଅଲରାଉଣ୍ଡର ଦାସୁନ ଶାନାକା ଡବଲ ହ୍ୟାଟ୍ରିକ କରି ଇତିହାସ ରଚିଛନ୍ତି। ଆମେରିକାରେ ଚାଲିଥିବା ମେଜର ଲିଗ କ୍ରିକେଟ ଟୁର୍ନାମେଣ୍ଟ ସମୟରେ ଶ୍ରୀଲଙ୍କାର ଏହି…

IND vs ENG 3rd T20I Playing-11: ବାଦ ପଡ଼ିବେ ରବି-ବୈଭବ, ଏହି ୨ ଖେଳାଳିଙ୍କ ହୋଇପାରେ ଏଣ୍ଟ୍ରି!

ନୂଆଦିଲ୍ଲୀ,୬।୭: ଭାରତର T20 ଦଳର ନୂତନ ଅଧିନାୟକ ଶ୍ରେୟସ ଆୟର ଏବେ ବି ତାଙ୍କର ପ୍ରଥମ ବିଜୟ ଖୋଜୁଛନ୍ତି। ସେ ଆୟରଲ୍ୟାଣ୍ଡ ଭଳି ଦଳ ବିପକ୍ଷରେ ଖାତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri