Posted inଖେଳ

ଆଇସିସି ବିଶ୍ୱକପ୍‌ : ଦକ୍ଷିଣ ଆଫ୍ରିକାର ସହଜ ବିଜୟ

ଚେଷ୍ଟର-ଲି-ଷ୍ଟ୍ରିଟ୍‌, ୨୮।୬- ଚଳିତ ଆଇସିସି ବିଶ୍ୱକପ୍‌ରେ ସେମିଫାଇନାଲ ଦୌଡ଼ରୁ ବାଦ୍‌ ପଡିସାରିଥିବା ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ବିଜୟ ହାସଲ କରିଛି। ସ୍ଥାନୀୟ ରିଭରସାଇଡ ଗ୍ରାଉଣ୍ଡରେ ଅନୁଷ୍ଠିତ ଟୁର୍ନାମେଣ୍ଟର ୩୫ତମ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ୭୬ ଟି ବଲ୍‌ ବାକି ରଖି ୯ ଉଇକେଟରେ ଶ୍ରୀଲଙ୍କାକୁ ହରାଇଛି। ପରାଜୟ ସହ ଶ୍ରୀଲଙ୍କା ଏକ ପ୍ରକାର ସେମିଫାଇନାଲ ଦୌଡ଼ରୁ ବାଦ୍‌ ପଡିଛି। ଟସ୍‌ ଜିତି ଦକ୍ଷିଣ ଆଫ୍ରିକା ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ କରି ଶ୍ରୀଲଙ୍କା ୪୯.୩ ଓଭରରେ ୨୦୩ ରନ କରି ଅଲଆଉଟ ହୋଇଥିଲା। ଜବାବରେ ଦକ୍ଷିଣ ଆଫ୍ରିକା ୩୭.୨ ଓଭରରେ ଗୋଟିଏ ଉଇକେଟ ହରାଇ ୨୦୬ ରନ କରି ସାନ୍ତ୍ୱନାମୂଳକ ବିଜୟ ହାସଲ କରିଛି। ଏଥି ସହିତ ଦକ୍ଷିଣ ଆଫ୍ରିକା ୮ଟି ମ୍ୟାଚ୍‌ ଖେଳି ୨ ବିଜୟ ଓ ୫ ପରାଜୟ ଏବଂ ଗୋଟିଏ ବିନା ଫଳାଫଳ ସହ ୫ ପଏଣ୍ଟ ପାଇ ତାଲିକାର ଅଷ୍ଟମ ସ୍ଥାନକୁ ଉଠିଛି। ଅନ୍ୟପଟେ ଶ୍ରୀଲଙ୍କା ୭ ମ୍ୟାଚ୍‌ ଖେଳି ୨ ବିଜୟ, ୩ ପରାଜୟ ଓ ଦୁଇଟି ବିନା ଫଳାଫଳ ସହ ୬ ପଏଣ୍ଟ ପାଇଁ ତାଲକାରେ ପୂର୍ବପରି ସପ୍ତମ ସ୍ଥାନରେ ରହିଛି।
୨୦୪ ରନ ଛୋଟିଆ ଟାର୍ଗେଟର ପିଛା କରି ଦକ୍ଷିଣ ଆଫ୍ରିକା ସହଜରେ ବିଜୟ ଲକ୍ଷ୍ୟ ହାସଲ କରିନେଇଥିଲା। ତେବେ ଇନ୍‌ଫର୍ମ ଯୁବ ଓପନର କ୍ୱିଣ୍ଟନ ଡି କକ୍‌ ୧୫ ରନ କରିଥିବା ବେଳେ ଲାଇନ୍‌ ମିସ୍‌ କରି ଅଭିଜ୍ଞ ଲାସିଥ ମାଲିଙ୍ଗା ଦ୍ୱାରା କ୍ଳିନ୍‌ ବୋଲ୍ଡ ହୋଇ ପ୍ରଥମେ ପ୍ୟାଭିଲିୟନ ଫେରିଥିଲେ। ଦ୍ୱିତୀୟ ଉଇକେଟରେ ଅଭିଜ୍ଞ ହାସିମ ଅମଲା ଓ ଅଧିନାୟକ ଫାଫ୍‌ ଡୁପ୍ଲେସି ଅପରାଜିତ ୧୭୫ ରନ କରି ଦଳକୁ ସହଜ ବିଜୟ ପ୍ରଦାନ କରିଥିଲେ। ଡୁପ୍ଲେସି ୧୦୩ଟି ବଲର ସମ୍ମୁଖୀନ ହୋଇ ୧୦ ଚୌକା ଓ ୧ ଛକା ସହ ୯୬ ରନ କରି ଅପରାଜିତ ରହିଥିଲେ। ସେହିପରି ଅମଲା ୧୦୫ଟି ବଲ୍‌ ଖେଳି ୫ ଚୌକା ସହ ୮୦ ରନ କରି ଅପରାଜିତ ରହିଥିଲେ।
ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ଶ୍ରୀଲଙ୍କା ଦକ୍ଷିଣ ଆଫ୍ରକା ବୋଲରଙ୍କ ସମ୍ମୁଖୀନ ହୋଇ ନ ପାରି ଜଣେ ପରେ ଜଣେ ବ୍ୟାଟ୍ସମ୍ୟାନଙ୍କୁ ହରାଇ ବଡ଼ ସ୍କୋର ହାସଲ କରିବାରେ ବିଫଳ ହୋଇଥିଲା। ଅଧିନାୟକ ଦିମୁଥ କରୁଣାରତ୍ନେଙ୍କୁ ପ୍ରଥମ ବଲ୍‌ରେ ହରାଇ ଦକ୍ଷିଣ ଆଫ୍ରିକା ପ୍ରାରମ୍ଭିକ ଝଟ୍‌କା ଖାଇଥିଲା। ଖାତା ଖୋଲିବା ପୂର୍ବରୁ ସେ କାଗିସୋ ରାବାଡ଼ାଙ୍କ ବଲରେ ଫାଫ୍‌ ଡୁପ୍ଲେସିଙ୍କୁ କ୍ୟାଚ୍‌ ଦେଇ ପ୍ୟାଭିଲିୟନ ଫେରିଥିଲେ। କୁଶଲ ପେରେରା ଓ ଅଭିଷ୍କା ଫର୍ନାଣ୍ଡୋ ଦ୍ୱିତୀୟ ଉଇକେଟରେ ୬୭ ରନ କରିଥିଲେ। ଅଭିଷ୍କା ୩୦ ରନ କରି ଡ୍ବେନ ପ୍ରିଟୋରିୟସଙ୍କ ବଲ୍‌ରେ ଡୁପ୍ଲେସିଙ୍କୁ କ୍ୟାଚ୍‌ ଦେବା ପରେ ନିୟମିତ ବ୍ୟବଧାନରେ ଉଇକେଟ ପତ୍ତନ ହୋଇଥିଲା। କୁଶଲ ମଧ୍ୟ ୩୦ ରନ କରି ପ୍ରିଟୋରିୟସଙ୍କ ଦ୍ୱାରା କ୍ଲିନ୍‌ ବୋଲ୍ଡ ହୋଇଥିଲେ। କୁଶଲ ମେଣ୍ଡିସ୍‌ ୨୩ ରନ କରିଥିବା ବେଳେ କ୍ରିସ୍‌ ମୋରିସଙ୍କୁ କ୍ୟାଚ୍‌ ଦେଇ ପ୍ରିଟୋରିୟସଙ୍କ ତୃତୀୟ ଶିକାର ହୋଇଥିଲେ। ଅଭିଜ୍ଞ ଅଲରାଉଣ୍ଡର ଅଞ୍ଜେଲୋ ମାଥ୍ୟୁସ ୧୧, ଜୀବନ ମେଣ୍ଡିସ୍‌ ୧୮ କରି ମୋରିସ୍‌ଙ୍କ ଦ୍ୱାରା ଆଉଟ ହୋଇଥିଲେ। ୨୪ ରନ କରି ଧନଞ୍ଜୟ ଡି ସିଲ୍‌ଭା ଜେପି ଡୁମିନିଙ୍କ ଦ୍ୱାରା କ୍ଲିନ୍‌ ବୋଲ୍ଡ ହୋଇଥିଲେ। ଥିସାରା ପେରେରା ୨୧ ରନ କରି ଆଣ୍ଡିଲ ଫେଲୁକ୍ୱାୟୋଙ୍କ ଦ୍ୱାରା ଆଉଟ ହେବା ପରେ ଇସୁରୁ ଉଡ଼ାନା ୧୭ ରନ କରି ରାବାଡ଼ାଙ୍କ ଦ୍ୱାର କଟ୍‌ ଆଣ୍ଡ ବୋଲ୍ଡ ହୋଇଥିଲେ। ଲସିଥ ମାଲିଙ୍ଗା ୪ ରନ କରିଥିବା ବେଳେ ଡୁପ୍ଲେସିଙ୍କୁ କ୍ୟାଚ୍‌ ଦେଇ ମୋରିସ୍‌ଙ୍କ ତୃତୀୟ ଶିକାର ହୋଇଥିଲେ। ସୁରଙ୍ଗା ଲାକମଲ ୫ ରନ କରି ଅପରାଜିତ ରହିଥିଲେ। ପୁଣି ଥରେ ଶ୍ରୀଲଙ୍କାର ବ୍ୟାଟିଂ ଦୁର୍ବଳତା ପଦାରେ ପଡିଛି। ବୋଲିଂରେ ଦକ୍ଷିଣ ଆଫ୍ରିକା ତରଫରୁ ପ୍ରିଟୋରିୟସ ଓ ମୋରିସ ୩ଟି ଲେଖାଏ, ରାବାଡ଼ା ୨, ଫେଲୁକ୍ୱାୟୋ ଓ ଡୁମିନି ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଶ୍ରୀଲଙ୍କା ୪୯.୩ ଓଭରରେ ୨୦୩ ଅଲଆଉଟ୍‌
(କୁଶଲ ପେରେରା- ୩୦, ଅଭିଷ୍କା- ୩୦, ଧନଞ୍ଜୟ- ୨୪, କୁଶଲ ମେଣ୍ଡିସ୍‌- ୨୩, ଥିସାରା ପେରେରା- ୨୧, ମୋରିସ- ୩/୪୬, ପ୍ରିଟୋରିୟସ- ୩/୨୫, ରାବାଡ଼ା- ୨/ ୩୬)।
ଦକ୍ଷିଣ ଆଫ୍ରିକା ୩୭.୨ ଓଭରରେ ୨୦୬/୧
(ଡୁପ୍ଲେସି- ୯୬*, ଅମଲା- ୮୦*, ଡିକକ- ୧୫, ମାଲିଙ୍ଗା- ୧/୪୭)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ବଡ଼ ପୁରସ୍କାର: ରାଷ୍ଟ୍ରପତି ଦେଲେ….

ନୂଆଦିଲ୍ଲୀ,୨୬।୧୨: ଭାରତର ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ ପ୍ରତ୍ୟେକ ଦିନ ନୂଆ ନୂଆ ସଫଳତା ହାସଲ କରୁଛନ୍ତି। ମାତ୍ର ୧୪ ବର୍ଷ ବୟସରେ ବୈଭବ କ୍ରିକେଟ...

ରାତି ଅଧରେ ଲାଗିଲା ଗାଡ଼ି ଆଉ ତୁରନ୍ତ ଖାଲି ହେଲା ସରକାରୀ ଘର, ଗୋଟିଏ ମାସ ପୂର୍ବରୁ ମିଳିଥିଲା ନୋଟିସ

ପାଟନା,୨୬।୧୨: ବିହାରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରିଙ୍କ ବାସଭବନରୁ ଛୋଟ ଜିନିଷପତ୍ର ହଟାଇବା ପ୍ରକ୍ରିୟା ଆରମ୍ଭ ହୋଇଛି। ଗୁରୁବାର ରାତିରେ, ପାଟନାର ୧୦ ସର୍କୁଲାର ରୋଡରେ ଥିବା...

୨୯ ବଲରେ ଅର୍ଦ୍ଧଶତକ କରି ପ୍ରଶଂସକଙ୍କ ମନ ଜିଣିଲେ ବିରାଟ

ନୂଆଦିଲ୍ଲୀ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ୨୦୨୫-୨୬ ବିଜୟ ହଜାରେ ଟ୍ରଫିରେ ଆଉ ଏକ ଚମତ୍କାର ଇନିଂସ ଖେଳି ତାଙ୍କର ପ୍ରଭାବଶାଳୀ ଫର୍ମ...

ଗତ ୭ ବର୍ଷ ହେବ BCCI ବଢାଇନାହିଁ ଅମ୍ପାୟର୍ସଙ୍କ ଦରମା, ଜାଣନ୍ତୁ ଗୋଟିଏ ମ୍ୟାଚ ପାଇଁ କେତେ ମିଳେ

ନୂଆଦିଲ୍ଲୀ,୨୬।୧୨: ଗତ କିଛି ବର୍ଷ ମଧ୍ୟରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆନ୍ତର୍ଜାତୀୟ ଏବଂ ଘରୋଇ, ପୁରୁଷ ଏବଂ ମହିଳା ଉଭୟ ଖେଳାଳିଙ୍କ ଦରମାରେ...

ଅଶାଳୀନ ମନ୍ତବ୍ୟ ଦେଲେ ଫ୍ୟାନ୍‌: ସମସ୍ତଙ୍କୁ ଚକିତ କଲା ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପ୍ରତିକ୍ରିୟା

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ୍ ଅଲ୍-ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହ ଜଣେ ଫ୍ୟାନ୍‌ଙ୍କ ଅଶାଳୀନ ଆଚରଣର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଖ୍ରୀଷ୍ଟମାସ...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri