Posted inଖେଳ

ଆଇସିସି ବିଶ୍ୱକପ୍‌: ଶୀର୍ଷରେ ଅଷ୍ଟ୍ରେଲିଆ

ଲଣ୍ଡନ,୧୬।୬(ପି.ଟି.)- ଗତଥରର ଚାମ୍ପିୟନ ଅଷ୍ଟ୍ରେଲିଆ ଚଳିତ ଆନ୍ତର୍ଜାତିକ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପର ୨୦ତମ ମ୍ୟାଚ୍‌ରେ ୮୭ ରନରେ ଶ୍ରୀଲଙ୍କାକୁ ପରାସ୍ତ କରିଛି। ସ୍ଥାନୀୟ କେନିଂଟନ ଓଭାଲ ଗ୍ରାଉଣ୍ଡରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଉଭୟ ବ୍ୟାଟିଂ ଓ ବୋଲିଂରେ କମାଲ କରି ବାଜି ମାରିଛି। ପ୍ରଥମେ ଅଧିନାୟକ ଆରୋନ ଫିଞ୍ଚ୍‌ଙ୍କ ଦମ୍‌ଦାର ୧୫୩ ରନରେ ଶତକୀୟ ପାଳି ଓ ପରେ ଦ୍ରୁତ ବୋଲର ମିଚେଲ ଷ୍ଟାର୍କ ଏବଂ କେନ୍‌ ରିଚାର୍ଡସନଙ୍କ ପ୍ରଭାବୀ ବୋଲିଂ ବଳରେ ଅଷ୍ଟ୍ରେଲିଆ ସହଜରେ ବିଜୟୀ ହୋଇଛି। ଏଥିସହିତ ଅଷ୍ଟ୍ରେଲିଆ ଟୁର୍ନାମେଣ୍ଟରେ ଏପର୍ଯ୍ୟନ୍ତ ୫ଟି ମ୍ୟାଚ୍‌ ଖେଳି ୪ଟି ବିଜୟ ଓ ଗୋଟିଏ ପରାଜୟ ସହ ମୋଟ ୮ ପଏଣ୍ଟ ପାଇଁ ତାଲିକାର ଶୀର୍ଷକୁ ଉଠିଛି। ଟସ୍‌ ଜିତି ଶ୍ରୀଲଙ୍କା ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ କରି ଅଷ୍ଟ୍ରେଲିଆ ୭ ଉଇକେଟ ହରାଇ ୩୩୪ ରନ ସଂଗ୍ରହ କରିଥିଲା। ଜବାବରେ ଶ୍ରୀଲଙ୍କା ୪୫.୫ ଓଭରରେ ୨୪୭ ରନ କରି ଅଲଆଉଟ ହୋଇ ପରାସ୍ତ ହୋଇଛି। ଏଥି ସହିତ ଶ୍ରୀଲଙ୍କା ୫ଟି ମ୍ୟାଚ୍‌ ଖେଳି ଗୋଟିଏ ବିଜୟ, ୨ଟି ପରାଜୟ ଓ ଦୁଇଟି ବିନା ଫଳାଫଳ ସହ ୪ ପଏଣ୍ଟ ହାସଲ କରି ପୂର୍ବପରି ପଞ୍ଚମ ସ୍ଥାନରେ ରହିଛି। ମ୍ୟାଚ୍‌ ବିଜୟୀ ଶତକୀୟ ଇନିଂସ ଖେଳିଥିବା ଫିଞ୍ଚ୍‌ ପ୍ଲେୟାର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି।
୩୩୫ ରନ ବିଜୟ ଲକ୍ଷ୍ୟର ପିଛା କରି ଶ୍ରୀଲଙ୍କା ଭଲ ଆରମ୍ଭ କରିଥିଲେ ମଧ୍ୟ ମିଡିଲ ଓ ଲୋୟର ଅର୍ଡର ବ୍ୟାଟ୍ସମ୍ୟାନଙ୍କ ବିଫଳତା ଯୋଗୁ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ଓପନର ତଥା ଅଧିନାୟକ ଦୁମୁଥ କରୁଣାରତ୍ନେ ୯୭, କୁଶାଲ ପେରେରା ୫୨, କୁଶାଲ ମେଣ୍ଡସ୍‌ ୨୯, ଲାହିରୁ ଥିରିମାନେ ୧୬ ରନ କରି ଆଉଟ ହୋଇଥିବା ବେଳେ ଧନଞ୍ଜୟ ଡି’ସିଲଭା ୧୬ ରନ କରି ଅପରାଜିତ ରହିଥିଲେ। ବାକି ୬ଜଣ ବ୍ୟାଟ୍ସମ୍ୟାନ ଦୁଇଅଙ୍କ ଛୁଇଁ ପାରି ନ ଥିଲେ। ବୋଲିଂରେ ଅଷ୍ଟ୍ରେଲିଆ ତରଫରୁ ମିଚେଲ ଷ୍ଟାର୍କ ୪, କେନ୍‌ ରିଚାର୍ଡସନ ୩, ପ୍ୟାଟ କୁମିନ୍ସ ୨, ଜାସନ ବେହରନଡୋର୍ଫ ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ।
ଫିଞ୍ଚ୍‌ଙ୍କ ଧୂଆଁଧାର ଶତକ
ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ଅଷ୍ଟ୍ରେଲିଆ ଆରମ୍ଭରୁ ଦ୍ରୁତ ଗତିରେ ରନ୍‌ ସଂଗ୍ରହ କରିଥିଲା ଓ ବଡ଼ ସ୍କୋର ହାସଲ କରିବାରେ ସକ୍ଷମ ହୋଇଥିଲା। ଅଧିନାୟକ ଆରୋନ ଫିଞ୍ଚ୍‌ ୧୩୨ଟି ବଲର ସମ୍ମୁଖୀନ ହୋଇ ୧୫ ଚୌକା ଓ ୫ ଛକା ସହ ୧୫୩ ରନର ବୃହତ୍‌ ଶତକୀୟ ପାଳି ଖେଳିଥିଲେ। ଏଥିସହ ସେ ଦିନିକିଆରେ ୧୪ତମ ଶତକ ହାସଲ କରିଛନ୍ତି। ତେବେ ଇନ୍‌ଫର୍ମ ଓପନର ଡେଭିଡ ଓ୍ବାର୍ନର ମନ୍ଥର ବ୍ୟାଟିଂ କରି ୪୮ଟି ବଲ ଖେଳି ୨ ଚୌକା ସହ ୨୬ ରନ କରି ପ୍ରଥମେ ଆଉଟ ହେବା ପରେ ଉସ୍‌ମାନ ଖ୍ବାଜା ୧୦ ରନ କରି ପ୍ୟାଭିଲିୟନ ଫେରିଥିଲେ। ପୂର୍ବତନ ଅଧିନାୟକ ଷ୍ଟିଭେନ୍‌ ସ୍ମିଥ୍‌ ୫୯ଟି ବଲ୍‌ ଖେଳି ୭ ଚୌକା ଓ ୧ ଛକା ସହ ୭୩ ରନର ଦ୍ରୁତ ଅର୍ଦ୍ଧଶତକୀୟ ପାଳି ଖେଳିଥିଲେ। ଧୂଆଁଧାର ବ୍ୟାଟିଂ ପାଇଁ ବେଶ୍‌ ପରିଚିତ ଥିବା ଗ୍ଲେନ୍‌ ମ୍ୟାକ୍ସଓ୍ବେଲ ଏଥର କିନ୍ତୁ ନିରାଶ କରି ନ ଥିଲେ। ସେ ମାତ୍ର ୨୫ଟି ବଲର ସମ୍ମୁଖୀନ ହୋଇ ୫ ଚୌକା ଓ ୧ ଛକା ସହ ୪୬ ରନ କରି ଅପରାଜିତ ରହିଥିଲେ। ବାକି ୪ ବ୍ୟାଟ୍ସମ୍ୟାନ ଦୁଇ ଅଙ୍କ ଛୁଇଁ ପାରି ନ ଥିଲେ। ସନ ମାର୍ଶ ୩, ଆଲେକ୍ସ କାରୀ ୪ ରନ କରି ଆଉଟ ହୋଇଥିବାବେଳେ ପ୍ୟାଟ କୁମିନ୍ସ ଖାତା ଖୋଲିପାରି ନ ଥିଲେ। ମିଚେଲ ଷ୍ଟାର୍କ ୫ ରନ କରି ଅପରାଜିତ ରହିଥିଲେ। ତୃତୀୟ ଉଇକେଟରେ ଫିଞ୍ଚ୍‌ ଓ ସ୍ମିଥ୍‌ ୧୭୩ ରନ ସଂଗ୍ରହ କରି ଶ୍ରୀଲଙ୍କା ବୋଲରଙ୍କୁ ନିରାଶ କରିଥିଲେ। ଏହାପୂର୍ବରୁ ଓପନିଂ ଯୋଡିରେ ଫିଞ୍ଚ୍‌ ଓ ଓ୍ବାର୍ନର ୮୦ ରନ କରି ଦେଖିଚାହିଁ ଆରମ୍ଭ କରିଥିଲେ। ବୋଲିଂରେ ଇସୁରୁ ଉଡାନା ଓ ଧନଞ୍ଜୟ ଡି’ସିଲଭା ୨ଟି ଲେଖାଏ ଓ ଲାସିଥ ମାଲିଙ୍ଗା ଗୋଟିଏ ଉଇକେଟ ଅକ୍ତିଆର କରିଥିଲା।
ସଂକ୍ଷିପ୍ତ ସ୍କୋର:
ଅଷ୍ଟ୍ରେଲିଆ ୫୦ ଓଭରରେ ୩୩୪/୭
(ଫିଞ୍ଚ୍‌- ୧୫୩, ସ୍ମିଥ୍‌- ୭୩, ମ୍ୟାକ୍ସଓ୍ବେଲ-୪୬, ଓ୍ବାର୍ନର- ୨୬, ଉଡାନ- ୨/୫୭, ଧନଞ୍ଜୟ- ୨/୪୦ )।
ଶ୍ରୀଲଙ୍କା ୪୫.୫ ଓଭରରେ ୨୪୭ ଅଲଆଉଟ୍‌
(କରୁଣାରତ୍ନେ- ୯୭, କୁଶାଲ ପେରେରା- ୫୨,ମେଣ୍ଡିସ୍‌- ୩୦,ଷ୍ଟାର୍କ- ୪/୫୫, ରିଚାର୍ଡସନ- ୩/୪୭, କୁମିନ୍ସ- ୨/୩୮)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ, ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୬।୧୦: IPL ୨୦୨୭ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ ହୋଇଛି । ପୂର୍ବତନ ଭାରତୀୟ କ୍ରିକେଟର୍ ତଥା ପୂର୍ବତନ BCCI ସଭାପତି ସୌରଭ ଗାଙ୍ଗୁଲିଙ୍କୁ ଦିଲ୍ଲୀ…

ବନ୍ଦ କୋଠରୀରେ କ’ଣ ଘଟିଥିଲା? ଇସ୍ତଫା ଦେବା ପାଇଁ ହରମନପ୍ରୀତଙ୍କ ଉପରେ BCCI ଚାପ ପକାଇଥିଲା କି? ଜାଣନ୍ତୁ ଅଧିନାୟକ ପଦରୁ ଓହରିବାର…

ନୂଆଦିଲ୍ଲୀ,୬।୧୦: ମାତ୍ର ୨୪ ଘଣ୍ଟା ପୂର୍ବ ପର୍ଯ୍ୟନ୍ତ ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟିକା ଥିଲେ; ତେବେ ହଠାତ ସେ କାହିଁକି ନିଜ ପଦରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?