Posted inଖେଳ

ଆଇସିସି ବିଶ୍ୱକପ୍‌: ଶ୍ରୀଲଙ୍କାର ପ୍ରଥମ ବିଜୟ

କାର୍ଡିଫ୍‌,୫।୬(ଏଏଫ୍‌ପି)- ଚଳିତ ଆନ୍ତର୍ଜାତିକ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍‌ ଦ୍ୱାଦଶ ସଂସ୍କରଣର ବର୍ଷା ବାଧାପ୍ରାପ୍ତ ସପ୍ତମ ମ୍ୟାଚ୍‌ରେ ଶ୍ରୀଲଙ୍କା ଡକ୍‌ଓ୍ବର୍ଥ/ ଲୁଇସ୍‌ ନିୟମରେ ୩୪ ରନରେ ଆଫଗାନିସ୍ତାନକୁ ପରାସ୍ତ କରିଛି। ସ୍ଥାନୀୟ ସୋଫିଆ ଗାର୍ଡେନ୍ସରେ ମଙ୍ଗଳବାର ଖେଳାଯାଇଥିବା ଲୋ- ସ୍କୋରିଂ ମ୍ୟାଚ୍‌ରେ ଟସ୍‌ ଜିତି ଆଫଗାନିସ୍ତାନ ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଥିଲା। ପ୍ରଥମ ବ୍ୟାଟିଂ କରି ଶ୍ରୀଲଙ୍କା ୩୬.୫ ଓଭରରେ ୨୦୧ ରନ କରି ଅଲଆଉଟ ହୋଇଥିଲା। ବର୍ଷା ଯୋଗୁ ମ୍ୟାଚ୍‌ ବାଧାପ୍ରାପ୍ତ ହେବା ଫଳରେ ଆଫଗାନିସ୍ତାନ ସମ୍ମୁଖରେ ୪୧ ଓଭରରେ ପୁନଃନିର୍ଦ୍ଧାରିତ ୧୮୭ ରନର ଟାର୍ଗେଟ ଧାର୍ଯ୍ୟ କରାଯାଇଥିଲା। ଜବାବରେ ଆଫଗାନିସ୍ତାନ ୩୨.୪ ଓଭରରେ ମାତ୍ର ୧୫୨ ରନକରି ଅଲଆଉଟ ହୋଇ ପରାସ୍ତ ହୋଇଛି। ଏଥି ସହିତ ଶ୍ରୀଲଙ୍କା ତା’ର ପ୍ରଥମ ବିଜୟ ହାସଲ କରିଛି। ଅନ୍ୟପଟେ ଆଫଗାନିସ୍ତାନ କ୍ରମାଗତ ଦ୍ୱିତୀୟ ପରାଜୟ ବରଣ କରିଛି। ଆଫଗାନିସ୍ତାନ ତରଫରୁ ନାଜିବୁଲ୍ଲା ଜଡ୍ରାନ ସର୍ବାଧିକ ୪୩, ହଜରତୁଲ୍ଲା ଜାଜାଇ ୩୦, ଅଧିନାୟକ ଗୁଲବଦିନ ନାଇବ ୨୩ ରନ କରି ଆଉଟ ହୋଇଥିବା ବେଳେ ଅନ୍ୟମାନେ ଦୁଇଅଙ୍କ ଛୁଇଁ ପାରି ନ ଥିଲେ। ବୋଲିଂରେ ଶ୍ରୀଲଙ୍କାର ନୂଆନ ପ୍ରଦିପ ସର୍ବାଧିକ ୪, ଲସିଥ୍‌ ମାଲିଙ୍ଗା ୩, ଇସୁରୁ ଉଡାନା ଓ ଥିସାରା ପେରେରା ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ପୂର୍ବରୁ ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ଶ୍ରୀଲଙ୍କା ଦଳ ଆଶାନୁରୂପ ପ୍ରଦର୍ଶନ କରିପାରି ନ ଥିଲା। ଏକଦା ବିନାକ୍ଷତିରେ ୯୨ ରନ ସଂଗ୍ରହ କରି ଶ୍ରୀଲଙ୍କା ବେଶ୍‌ ଦମ୍‌ଦାର ଆରମ୍ଭ କରିଥିଲେ ମଧ୍ୟ ମିଡଲ ଅର୍ଡର ବ୍ୟାଟ୍ସମ୍ୟାନ ଓ ଟେଲ ଏଣ୍ଡରଙ୍କ ବିଫଳତା ଯୋଗୁ ବଡ଼ ସ୍କୋର ହାସଲ କରିପାରି ନ ଥିଲା। ଓପନର କୁଶଲ ପେରେରା ସର୍ବାଧିକ ୭୮, ଅଧିନାୟକ ଦିମୁଥ କରୁଣାରତ୍ନେ ୩୦ ରନ କରି ଦଳକୁ ଭଲ ଆରମ୍ଭ ପ୍ରଦାନ କରିଥିଲେ। ପ୍ରଥମ ଉଇକେଟ ଯୋଡିରେ ଏହି ଦୁଇ ବ୍ୟାଟ୍ସମ୍ୟାନ ୯୨ ରନ ସଂଗ୍ରହ କରିଥିଲେ। ସେହିପରି ଲାହିରୁ ଥିରିମାନେ ୨୫, ସୁରଙ୍ଗା ଲାକମଲ ଅପରାଜିତ ୧୫, ଇସୁରୁ ଉଡ଼ାନା ୧୦ ରନ କରିଥିବା ବେଳେ ବାକି ୬ ବ୍ୟାଟ୍ସମ୍ୟାନ ଦୁଇ ଅଙ୍କ ଛୁଇଁ ପାରି ନ ଥିଲେ। ବୋଲିଂରେ ଆଫଗାନିସ୍ତାନ ତରଫରୁ ଅଫ୍‌ସ୍ପିନର ମହମ୍ମଦ ନବୀ ସର୍ବାଧିକ ୪, ଦଲତ ଜଡ୍ରାନ ଓ ରସିଦ୍‌ ଖାଁ ଦୁଇଟି ଲେଖାଏ, ହମିଦ ହାସନ ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଶ୍ରୀଲଙ୍କା ୩୬.୫ ଓଭରରେ ୨୦୧ ଅଲଆଉଟ
(କୁଶଲ ପେରେରା- ୭୮, କରୁଣାରତ୍ନେ- ୩୦, ଥିରିମାନେ- ୨୫, ନବି- ୪/୩୦, ଜଡ୍ରାନ- ୨/୩୪, ରସିଦ- ୨/୧୭)।
ଆଫଗାନିସ୍ତାନ ୩୨.୪ ଓଭରରେ ୧୫୨ ଅଲଆଉଟ୍‌
(ଜଡ୍ରାନ- ୪୩, ଜାଜାଇ- ୩୦, ଗୁଲବଦିନ- ୨୩, ପ୍ରଦୀପ- ୪/୩୧, ମାଲିଙ୍ଗା- ୩/୩୯)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ଟି-୨୦ ବିଶ୍ୱକପ ପାଇଁ ଚୟନ ହୋଇଥିବା ଭାରତୀୟ ଦଳ ଉପରେ ପ୍ରଶ୍ନ ଉଠାଇଲେ ୱାସିମ ଜାଫର, କହିଲେ ଇଶାନ-ୱାଶିଂଟନଙ୍କ ବଦଳରେ…

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଇଶାନ କିଷାନ ଦଳକୁ ଫେରିଛନ୍ତି। ଉପ-ଅଧିନାୟକ ଶୁବମନ ଗିଲ...

Asia Cup ବିଜୟୀ ଦଳକୁ ସ୍ୱତନ୍ତ୍ର ପୁରସ୍କାର ଘୋଷଣା କଲେ ଶାହବାଜ

କରାଚୀ,୨୨ା୧୨: ଦୁବାଇରେ ୧୯ବର୍ଷରୁ କମ୍‌ Asia Cup ବିଜୟୀ ପାକିସ୍ତାନ ଦଳର ସଦସ୍ୟମାନଙ୍କ ଲାଗି ଦେଶର ପ୍ରଧାନମନ୍ତ୍ରୀ ଶାହବାଜ ଶରିଫ ୧୦ ନିୟୁତ ପାକିସ୍ତାନୀ ଟଙ୍କା...

ଟି-୨୦ ବିଶ୍ୱକପ ପୂର୍ବରୁ ସନ୍ୟାସ ନେଇ ଚମକାଇଲେ ଏହି ଖେଳାଳି, ଟିମ ଇଣ୍ଡିଆକୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆର ଦଳ ଡିସେମ୍ବର ୨୦ ତାରିଖରେ ଘୋଷଣା କରାଯାଇଥିଲା। ୨୦୨୬ ଟି୨୦ ବିଶ୍ୱକପ ଭାରତ ଏବଂ ଶ୍ରୀଲଙ୍କା...

ଦିନିକିଆ ଅଧିନାୟକ ପଦରୁ ଗିଲ୍‌ ହେବେ ବିଦା! ତାଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିବ ଅଧିନାୟକତ୍ୱ, ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୧୨: କ୍ରିକେଟର ଶୁବମନ ଗିଲ୍‌ଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ତାଙ୍କୁ ପ୍ରଥମେ ଟେଷ୍ଟ ଦଳର ଅଧିନାୟକ ଏବଂ ପରେ ଚଳିତ ବର୍ଷ...

ମୁଁ ସମ୍ପୂର୍ଣ୍ଣ ଭାଙ୍ଗିପଡ଼ିଥିଲି…ଅବସର କଥା କହି ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୨୨।୧୨: ଭାରତୀୟ କ୍ରିକେଟର ସବୁଠାରୁ ସଫଳ ଅଧିନାୟକଙ୍କ ମଧ୍ୟରୁ ଜଣେ ରୋହିତ ଶର୍ମା ତାଙ୍କ କ୍ୟାରିୟର ବିଷୟରେ ଏକ ଖୁଲାସା କରିଛନ୍ତି। ଏହା ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ...

୨ ଦଳ ମିଶି କଲେ ମାତ୍ର ୨୩ ରନ: ଅନ୍ତର୍ଜାତୀୟ ଟି-୨୦ରେ ସବୁଠୁ ଲଜ୍ଜାଜନକ ରେକର୍ଡ

ନୂଆଦିଲ୍ଲୀ,୨୨।୧୨: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ ସାଧାରଣତଃ ଦ୍ରୁତ ରନ, ବଡ଼ ଛକା ଏବଂ ବଡ଼ ସ୍କୋର ପାଇଁ ଜଣାଶୁଣା। ଏହି ଫର୍ମାଟ କେତେକ ସମୟରେ ବ୍ୟାଟସମ୍ୟାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri