Posted inଖେଳ

ଆଇସିସି ବିଶ୍ୱକପ୍‌: ଶ୍ରୀଲଙ୍କାର ପ୍ରଥମ ବିଜୟ

କାର୍ଡିଫ୍‌,୫।୬(ଏଏଫ୍‌ପି)- ଚଳିତ ଆନ୍ତର୍ଜାତିକ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍‌ ଦ୍ୱାଦଶ ସଂସ୍କରଣର ବର୍ଷା ବାଧାପ୍ରାପ୍ତ ସପ୍ତମ ମ୍ୟାଚ୍‌ରେ ଶ୍ରୀଲଙ୍କା ଡକ୍‌ଓ୍ବର୍ଥ/ ଲୁଇସ୍‌ ନିୟମରେ ୩୪ ରନରେ ଆଫଗାନିସ୍ତାନକୁ ପରାସ୍ତ କରିଛି। ସ୍ଥାନୀୟ ସୋଫିଆ ଗାର୍ଡେନ୍ସରେ ମଙ୍ଗଳବାର ଖେଳାଯାଇଥିବା ଲୋ- ସ୍କୋରିଂ ମ୍ୟାଚ୍‌ରେ ଟସ୍‌ ଜିତି ଆଫଗାନିସ୍ତାନ ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଥିଲା। ପ୍ରଥମ ବ୍ୟାଟିଂ କରି ଶ୍ରୀଲଙ୍କା ୩୬.୫ ଓଭରରେ ୨୦୧ ରନ କରି ଅଲଆଉଟ ହୋଇଥିଲା। ବର୍ଷା ଯୋଗୁ ମ୍ୟାଚ୍‌ ବାଧାପ୍ରାପ୍ତ ହେବା ଫଳରେ ଆଫଗାନିସ୍ତାନ ସମ୍ମୁଖରେ ୪୧ ଓଭରରେ ପୁନଃନିର୍ଦ୍ଧାରିତ ୧୮୭ ରନର ଟାର୍ଗେଟ ଧାର୍ଯ୍ୟ କରାଯାଇଥିଲା। ଜବାବରେ ଆଫଗାନିସ୍ତାନ ୩୨.୪ ଓଭରରେ ମାତ୍ର ୧୫୨ ରନକରି ଅଲଆଉଟ ହୋଇ ପରାସ୍ତ ହୋଇଛି। ଏଥି ସହିତ ଶ୍ରୀଲଙ୍କା ତା’ର ପ୍ରଥମ ବିଜୟ ହାସଲ କରିଛି। ଅନ୍ୟପଟେ ଆଫଗାନିସ୍ତାନ କ୍ରମାଗତ ଦ୍ୱିତୀୟ ପରାଜୟ ବରଣ କରିଛି। ଆଫଗାନିସ୍ତାନ ତରଫରୁ ନାଜିବୁଲ୍ଲା ଜଡ୍ରାନ ସର୍ବାଧିକ ୪୩, ହଜରତୁଲ୍ଲା ଜାଜାଇ ୩୦, ଅଧିନାୟକ ଗୁଲବଦିନ ନାଇବ ୨୩ ରନ କରି ଆଉଟ ହୋଇଥିବା ବେଳେ ଅନ୍ୟମାନେ ଦୁଇଅଙ୍କ ଛୁଇଁ ପାରି ନ ଥିଲେ। ବୋଲିଂରେ ଶ୍ରୀଲଙ୍କାର ନୂଆନ ପ୍ରଦିପ ସର୍ବାଧିକ ୪, ଲସିଥ୍‌ ମାଲିଙ୍ଗା ୩, ଇସୁରୁ ଉଡାନା ଓ ଥିସାରା ପେରେରା ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ପୂର୍ବରୁ ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ଶ୍ରୀଲଙ୍କା ଦଳ ଆଶାନୁରୂପ ପ୍ରଦର୍ଶନ କରିପାରି ନ ଥିଲା। ଏକଦା ବିନାକ୍ଷତିରେ ୯୨ ରନ ସଂଗ୍ରହ କରି ଶ୍ରୀଲଙ୍କା ବେଶ୍‌ ଦମ୍‌ଦାର ଆରମ୍ଭ କରିଥିଲେ ମଧ୍ୟ ମିଡଲ ଅର୍ଡର ବ୍ୟାଟ୍ସମ୍ୟାନ ଓ ଟେଲ ଏଣ୍ଡରଙ୍କ ବିଫଳତା ଯୋଗୁ ବଡ଼ ସ୍କୋର ହାସଲ କରିପାରି ନ ଥିଲା। ଓପନର କୁଶଲ ପେରେରା ସର୍ବାଧିକ ୭୮, ଅଧିନାୟକ ଦିମୁଥ କରୁଣାରତ୍ନେ ୩୦ ରନ କରି ଦଳକୁ ଭଲ ଆରମ୍ଭ ପ୍ରଦାନ କରିଥିଲେ। ପ୍ରଥମ ଉଇକେଟ ଯୋଡିରେ ଏହି ଦୁଇ ବ୍ୟାଟ୍ସମ୍ୟାନ ୯୨ ରନ ସଂଗ୍ରହ କରିଥିଲେ। ସେହିପରି ଲାହିରୁ ଥିରିମାନେ ୨୫, ସୁରଙ୍ଗା ଲାକମଲ ଅପରାଜିତ ୧୫, ଇସୁରୁ ଉଡ଼ାନା ୧୦ ରନ କରିଥିବା ବେଳେ ବାକି ୬ ବ୍ୟାଟ୍ସମ୍ୟାନ ଦୁଇ ଅଙ୍କ ଛୁଇଁ ପାରି ନ ଥିଲେ। ବୋଲିଂରେ ଆଫଗାନିସ୍ତାନ ତରଫରୁ ଅଫ୍‌ସ୍ପିନର ମହମ୍ମଦ ନବୀ ସର୍ବାଧିକ ୪, ଦଲତ ଜଡ୍ରାନ ଓ ରସିଦ୍‌ ଖାଁ ଦୁଇଟି ଲେଖାଏ, ହମିଦ ହାସନ ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଶ୍ରୀଲଙ୍କା ୩୬.୫ ଓଭରରେ ୨୦୧ ଅଲଆଉଟ
(କୁଶଲ ପେରେରା- ୭୮, କରୁଣାରତ୍ନେ- ୩୦, ଥିରିମାନେ- ୨୫, ନବି- ୪/୩୦, ଜଡ୍ରାନ- ୨/୩୪, ରସିଦ- ୨/୧୭)।
ଆଫଗାନିସ୍ତାନ ୩୨.୪ ଓଭରରେ ୧୫୨ ଅଲଆଉଟ୍‌
(ଜଡ୍ରାନ- ୪୩, ଜାଜାଇ- ୩୦, ଗୁଲବଦିନ- ୨୩, ପ୍ରଦୀପ- ୪/୩୧, ମାଲିଙ୍ଗା- ୩/୩୯)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ନୀତୀଶ ରାଣାଙ୍କୁ ବଡ଼ ଜରିମାନା, କାହିଁକି ଜାଣନ୍ତୁ…

ଚେନ୍ନାଇ,୧୨ା୪:ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟର ନୀତୀଶ ରାଣାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌…

ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….

ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…

ପତ୍ନୀ ନୁହନ୍ତି, ଏ ହେଉଛନ୍ତି ମୋର ଲକି ଚାର୍ମ; ଶତକ ମାରିବା ପରେ ଏମିତି କହି…

ଚେନ୍ନାଇ,୧୨।୪: ଚେନ୍ନାଇର ଐତିହାସିକ ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ଆଇପିଏଲ ୨୦୨୬ର ୧୮ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଚେନ୍ନାଇ ସୁପର କିଙ୍ଗସର ଉଇକେଟ କିପର ବ୍ୟାଟର…

IPL 2026 ରେ ପ୍ରଥମ ବିଜୟ ପରେ ମଧ୍ୟ କାହିଁକି ଲକ୍ଷ ଲକ୍ଷ ଟଙ୍କାର କ୍ଷତି ସହିଲେ ଋତୁରାଜ ଗାୟକୱାଡ? ଜାଣନ୍ତୁ କିଏ ଲଗାଇଲା ଜରିମାନା

ନୂଆଦିଲ୍ଲୀ,୧୨।୪: ଶନିବାର ଅନୁଷ୍ଠିତ ଏକ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୨୩ ରନରେ ପରାସ୍ତ କରିଛି। ଏହା ଆଇପିଏଲ ୨୦୨୬ରେ ସିଏସକେର ପ୍ରଥମ ବିଜୟ;…

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri