ଆଇସିୟୁ ଭଙ୍ଗାରୁଜା ଘଟଣା :ସ୍ବାସ୍ଥ୍ୟ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ବଲାଙ୍ଗୀର ଅଫିସ, ୧୫ା୭: ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍‌ପିଟାଲ ପାରା ମେଡିକାଲ କର୍ମଚାରୀ ସମନ୍ବୟ କମିଟି ପକ୍ଷରୁ ସୋମବାର ସକାଳୁ କାର୍ଯ୍ୟବନ୍ଦ ଆନ୍ଦୋଳନ ଡାକରା ଦିଆଯାଇ ଧାରଣ ଦିଆଯାଇଥିଲା ା ହସ୍‌ପିଟାଲ ପରିସରରେ ସକାଳ ୮ଟାରୁ ହୋଇଥିବା ଧାରଣାରେ ହସପିଟାଲର ସମସ୍ତ ଷ୍ଟାଫ୍‌ନର୍ସ, ପାଥୋଲଜିଷ୍ଟ, ରେଡିଓଲଜିଷ୍ଟ, ସ୍ବାସ୍ଥ୍ୟକର୍ମୀ, ଆଟେଣ୍ଡାଣ୍ଟ, ସୁଇପରମାନେ ସାମିଲ ହୋଇଥିଲେ। ଗତ ଜୁନ୍‌ ୨୬ ତାରିଖ ଦିନ ଜଣେ ବ୍ୟକ୍ତିଙ୍କ ମୃତ୍ୟୁକୁ ନେଇ କେତେକ ଲୋକ ଆଇସିୟୁ ଭିତରେ ପଶି ଭଙ୍ଗାରୁଜା କରିବା ସହ ସ୍ବାସ୍ଥ୍ୟ କର୍ମଚାରୀଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିଲେ ା ଏ ନେଇ ଟାଉନ୍‌ ଥାନାରେ ଲିଖିତ ଅଭିଯୋଗ ହୋଇଥିଲା ା ପୋଲିସ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ବୋଲି ପ୍ରତିଶ୍ରୁତି ଦେଇଥିଲା ା ତେବେ ସମସ୍ତ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଯିବାରୁ ପାରା ମେଡିକାଲ କର୍ମଚାରୀ ସମନ୍ବୟ କମିଟି ତରଫରୁ ପ୍ରଥମେ କଳାବ୍ୟାଜ୍‌ ପରିଧାନ କରି ପ୍ରତିବାଦ କରାଯାଇଥିଲା ା ସ୍ବାସ୍ଥ୍ୟ କର୍ମଚାରୀମାନେ ୩ ଦିନ ଧରି କଳାବ୍ୟାଜ ପରିଧାନ କରି କାର୍ଯ୍ୟ କରିଥିଲେ ା ଅଭିଯୁକ୍ତଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ଏବଂ ହସପିଟାଲ ଭିତରେ ସମସ୍ତ ସ୍ବାସ୍ଥ୍ୟ କର୍ମଚାରୀ ଓ ଷ୍ଟାଫ୍‌ଙ୍କ ସୁରକ୍ଷା ଦାବି କରିଥିଲେ ା ସକାଳ ୮ଟାରୁ କାର୍ଯ୍ୟ ବନ୍ଦ କରିଥିତ୍ବାରୁ ହସପିଟାଲରେ ରୋଗୀମାନେ ଅସୁବିଧାରେ ପଡିଥିଲେ ା ହସପିଟାଲ ସୁପରିଣ୍ଟେଣ୍ଡେଣ୍ଟ ନାରାୟଣ ଆଚାର୍ଯ୍ୟ, ଏସଡିପିଓ ଶ୍ରୀମନ୍ତ ବାରିକ, ଟାଉନ୍‌ ଥାନା ଆଇଆଇସି ତୋଫାନ୍‌ ବାଗ ପ୍ରମୁଖ ଆନ୍ଦୋଳନ ସ୍ଥଳରେ ପହଞ୍ଚତ୍ଥିଲେ ା ଦୁଇ ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ଓ ଅନ୍ୟମାନଙ୍କ ବିରୋଧରେ କରାଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ଆନ୍ଦୋଳନକୁ ସ୍ଥଗିତ ଘୋଷଣା କରି ସ୍ବାସ୍ଥ୍ୟ କର୍ମଚାରୀମାନେ କାର୍ଯ୍ୟରେ ଯୋଗଦେଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri