ଆଇସୋଲେଶନ୍‌ ରହି କିଭଳି ସମୟ କାଟୁଛନ୍ତି ନୁସରତ

ମୁମ୍ବାଇ: କୋଲକାତା ତୃଣମୂଳ କଂଗ୍ରେସର ଏମ୍‌ପି ତଥା ଅଭିନେତ୍ରୀ ନୁସରତ ଜହାଁ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସୋସିଆଲ ମିଡିଆରେ ସବୁବେଳେ ଆକ୍ଟିଭ ରହୁଥିବା ନୁସରତଙ୍କ ପ୍ରାୟ ସମୟରେ ଭିଡିଓ ଭାଇରାଲ ହୋଇଥାଏ। ତେବେ ଦେଶରେ କରୋନା ପ୍ରକୋପ ଜାରି ରହିଥିବାରୁ ସୁରକ୍ଷା ଦୃଷ୍ଟିରୁ ସାଧାରଣ ଜନତାଙ୍କଠାରୁ ଆରମ୍ଭ କରି ରାଜନେତା ଓ ସେଲିବ୍ରିଟି ଏବେ ନିଜ ଘରେ ବନ୍ଦୀ ହୋଇ ରହୁଛନ୍ତି। ଇତିମଧ୍ୟରେ ଏମ୍‌ପି ତଥା ଅଭିନେତ୍ରୀ ନୁସରତ ମଧ୍ୟ ଘରେ ବନ୍ଦୀ ହୋଇ ରହିଛନ୍ତି। ସୋସିଆଲ ମିଡିଆରେ ଏବେ ତାଙ୍କର ଏକ ଭିଡିଓ ଭାଇରାଲ ହୋଇଛି। ଯେଉଁଥିରେ ସେ ରୋଷେଇ କରୁଥିବାର ଦେଖିବାକୁ ମିଳିଛି।

ଏଥିସହ ଆଇସୋଲେଶନ୍‌ରେ ରହି କିଭଳି ସମୟ ବିତାଉଛନ୍ତି ସେ ବିଷୟରେ ଉଲ୍ଲେଖ କରିଛନ୍ତି। ଭିଡିଓଟି ଶେୟାର କରିବା ସହ କ୍ୟାପଶନ୍‌ରେ ଲେଖିଛନ୍ତି, ଘରେ ରୁହନ୍ତୁ, ସୁରକ୍ଷିତ ରୁହନ୍ତୁ। ଦେଶ କୋଭିଡ-୧୯ ସହ ମୁକାବିଲା କରୁଛି। ଏଥିସହ ଘରେ ଆଇସୋଲେଶନ୍‌ରେ ରହି କିଭଳି ଲୋକେ ଖୁସିରେ ରହିପାରିବେ ସେନେଇ ନୁସରତ ଟିପ୍ସ ଦେଇଛନ୍ତି। ସେ କହିଛନ୍ତି, ଘରେ ରହି ରୋଷେଇ କରିବା ସହ ପେଣ୍ଟିଂ ଓ ମନକୁ ଖୁସି ଦେବା ଭଳି କାର୍ଯ୍ୟ କରୁଛନ୍ତି। ତେଣୁ ସମସ୍ତେ ମନକୁ ଖୁସିଦେବା ଭଳି ଏବଂ ପଜିଟିଭ୍‌ କାର୍ଯ୍ୟ କରିବା ସହ ସରକାରଙ୍କ ସମସ୍ତ ନିର୍ଦ୍ଦେଶ ପାଳନ କରନ୍ତୁ ବୋଲି ନୁସରତ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଦିନରେ ଶ୍ରୀଲଙ୍କାର ଲଢ଼ୁଆ ବ୍ୟାଟିଂ, ଭାରତର ନିୟନ୍ତ୍ରଣରେ ଦ୍ୱିତୀୟ ଟେଷ୍ଟ

କଲମ୍ବୋ,୨୫ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ତୃତୀୟ ଦିନ ଶେଷ ସୁଦ୍ଧା ଭାରତ ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସ୍‌ରେ ଭାରତ ୫୦୩/୯ ସ୍କୋର କରିଥିବା ବେଳେ…

ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ, କର୍ମକର୍ତ୍ତା ଚୟନ: ବ୍ରାହ୍ମଣୀଗାଁରେ ବ୍ଲକ୍ କାର୍ଯ୍ୟାଳୟ ସ୍ଥାପନ ଦାବି

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ପାଳକ ସଂଘର କମ୍ୟୁନିଟି ହଲ୍‌ରେ ମଙ୍ଗଳବାର ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ ଓ କର୍ମକର୍ତ୍ତା ଚୟନ…

ସିଡିପିଓଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି ନେଇ ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁରରେ ବିଭିନ୍ନ ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ମଙ୍ଗଳବାରଠାରୁ ଅନଶନ ଆରମ୍ଭ କରିଛନ୍ତି। ଅନଶନ ଆରମ୍ଭ…

୬୦ ବୟସରୁ ଅଧିକ ମହିଳାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମାଗଣାରେ କରିପାରିବେ ବସ୍‌ଯାତ୍ରା…

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ଯୋଗୀ ସରକାର ମଙ୍ଗଳବାର ଦିନ ‘ଲୋକମାତା ଅହଲ୍ୟାବାଈ ମାତୃଶକ୍ତି ଯୋଜନା’ ସମେତ ୨୪ଟି ପ୍ରସ୍ତାବକୁ ମଞ୍ଜୁରୀ ଦେଇଛନ୍ତି। ସିଏମ୍ ଯୋଗୀ ୬୦ ବର୍ଷରୁ…

ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିଙ୍କ ସଫଳତା

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଗୁଣପୁରର ଶୁଭମ୍ ଦାସଙ୍କ ଯୋଡ଼ି ଚମ୍ପିୟାନ…

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ମମତାଙ୍କ ସନ୍ନ୍ୟାସ ବୟାନକୁ ନେଇ ଭାଜପାର ତୀବ୍ର ଟାର୍ଗେଟ୍‌, କହିଲା- ‘ତାଙ୍କ ବୟସ ମଧ୍ୟ…’

କୋଲକାତା,୨୫।୮: ଟିଏମସି ପ୍ରମୁଖ ମମତା ବାନାର୍ଜୀଙ୍କ ପକ୍ଷରୁ ‘ରାଜନୀତିରୁ ସନ୍ନ୍ୟାସ’ ନେବା ସମ୍ପର୍କରେ ଦିଆଯାଇଥିବା ବୟାନ ଉପରେ ଭାଜପା ପକ୍ଷରୁ ପାଲଟା ଜବାବ ଦିଆଯାଇଛି। ପଶ୍ଚିମବଙ୍ଗର ସ୍ବାସ୍ଥ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri