Posted inଜାତୀୟ

ଆଉ କିଛି ସମୟ ପରେ ସଂସଦରେ ଉପସ୍ଥାପନ ହେବ ବଜେଟ୍‌: ରାଷ୍ଟ୍ରପତିଙ୍କୁ ଭେଟିଲେ ସୀତାରାମନ୍‌

ନୂଆଦିଲ୍ଲୀ, ୫।୭: ଆଉ କିଛି ସମୟ ପରେ ସଂସଦରେ ଉପସ୍ଥାପନ ହେବ ପୂର୍ଣ୍ଣାଙ୍ଗ ସାଧାରଣ ବଜେଟ। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ନିଜ ପେଡ଼ିରେ କ’ଣ ରଖିଛନ୍ତି ଏବେ ତା’ଉପରେ ସମସ୍ତଙ୍କ ନଜର ରହିଛି। ବଜେଟ ଉପସ୍ଥାପନ କରିବା ପୂର୍ବରୁ ସୀତାରାମନ୍‌ ଶୁକ୍ରବାର ସକାଳୁ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଭେଟିଛନ୍ତି। ଅର୍ଥ ରାଜ୍ୟମନ୍ତ୍ରୀ ଅନୁରାଗ ଠାକୁରଙ୍କ ସହ ରାଷ୍ଟ୍ରପତିଙ୍କୁ ଭେଟି ବଜେଟ୍‌ ଉପସ୍ଥାପନ ପାଇଁ ଅନୁମତି ଆଣିଛନ୍ତି ସୀତାରାମନ୍‌। ଏଥର ଅର୍ଥମନ୍ତ୍ରୀଙ୍କ ହାତରେ ବ୍ରିଫ୍‌କେସ୍‌ ନୁହେଁ, ଏକ କପଡାର ବ୍ୟାଗ୍‌ରେ ବଜେଟ୍‌ ଫାଇଲ୍‌ ଦେଖିବାକୁ ମିଳିଥିଲା। ଏଥର ଅର୍ଥମନ୍ତ୍ରୀଙ୍କ ଆଗରେ ଅନେକ ଚ୍ୟାଲେଞ୍ଜ ରହିଛି। ୪୫ ବର୍ଷରେ ବେକାରୀ ସର୍ବୋଚ୍ଚ ସୀମାରେ ପହଞ୍ଚିଛି। କେବଳ ଗତ ଆର୍ଥିକ ବର୍ଷର ଶେଷ ତ୍ରୈମାସରେ ଅଭିବୃଦ୍ଧି ହାର ୫.୮ ପ୍ରତିଶତକୁ ଖସି ଆସିଥିଲା। ଫଳରେ ଦ୍ରୁତତମ ଅଭିବୃଦ୍ଧି ହାସଲ ଦେଶ ମାନ୍ୟତାରେ ଭାରତ, ଚୀନଠାରୁ ପଛରେ ପଡିଯାଇଥିଲା। ସେ ଦୃଷ୍ଟିରୁ ଉତ୍ପାଦନ ବୃଦ୍ଧି ଓ ନିଯୁକ୍ତି ସୁଯୋଗ ସୃଷ୍ଟି ନିର୍ମଳାଙ୍କ ପ୍ରାଥମିକତା ହେବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?