ଆଉ ଗୋଟିଏ ଲମ୍ଫ ଦେଲେ ଓଡ଼ିଶାରେ ଶୀର୍ଷକୁ ପହଞ୍ଚିଯିବୁ: ଶାହା

ଭୁବନେଶ୍ୱର,୨୮।୨(ବ୍ୟୁରୋ): ଗୁଜରାଟ ପରେ ଓଡ଼ିଶା ମୋର ଦ୍ୱିତୀୟ ଘର ଭଳି ଲାଗେ। ଗତ ସାଧାରଣ ନିର୍ବାଚନରେ ଓଡ଼ିଶାବାସୀ ଭାଜପାକୁ ୮ ସିଟ୍‌ ଦେଇଥିବାରୁ ଧନ୍ୟବାଦ। ଏହାଦ୍ୱାରା ପୂର୍ବ ଭାରତରେ ଭାଜପା ପାଇଁ ମାହୋଲ ବନିଥିଲା। ଓଡ଼ିଶାରେ ବିଜେଡିକୁ ୧.୧ କୋଟି ଭୋଟ ମିଳିଥିବା ବେଳେ ଭାଜପାକୁ ୯୧ ଲକ୍ଷ ଭୋଟ ମିଳିଛି। ଆଉ ଗୋଟିଏ ଲମ୍ଫ ଲଗାଇଲେ, ଆମେ ଏଠି ଶୀର୍ଷକୁ ପହଞ୍ଚିଯିବୁ ବୋଲି ଶୁକ୍ରବାର ଭାଜପା ପକ୍ଷରୁ ଜନତା ମଇଦାନରେ ଆୟୋଜିତ ସାଧାରଣ ସଭାରେ ଉଦ୍‌ବୋଧନ ଦେଇ ଦଳୀୟ ନେତା ତଥା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କହିଛନ୍ତି।

ଏହି ଅବସରରେ ଶାହା ଓଡ଼ିଶା ପାଇଁ ମୋଦି ନେଇଥିବା ପଦକ୍ଷେପ ସମ୍ପର୍କରେ ହିସାବ ମଧ୍ୟ ଦେଇଛନ୍ତି। ବିଶେଷକରି ରାସ୍ତାଘାଟ, ଆବାସ ଯୋଜନା ସମ୍ପର୍କରେ ଶାହା ତଥ୍ୟ ରଖିଛନ୍ତି। ୨୦୦୯ରୁ ୨୦୧୪ ମଧ୍ୟରେ କଂଗ୍ରେସ ଓଡ଼ିଶାକୁ ୭୯ ହଜାର କୋଟି ଟଙ୍କା ଦେଇଥିଲା। ହେଲେ ୨୦୧୪ରୁ ୨୦୧୯ ମଧ୍ୟରେ ମୋଦି ଓଡ଼ିଶାକୁ ୨.୧୧ ଲକ୍ଷ କୋଟି ଟଙ୍କା ଦେଇଛନ୍ତି। ଆସନ୍ତା ୨୦୨୪ ସୁଦ୍ଧା ଓଡ଼ିଶାର ସବୁ ଘରକୁ ନଳରେ ପାନୀୟ ଜଳ ମିଳିବ ବୋଲି ସେ କହିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସେ କହିଛନ୍ତି, ଏଠାରେ ନବୀନ ବାବୁଙ୍କ ସରକାର। ଆମେ ଜନମତକୁ ସମ୍ମାନ ଜଣାଉଛୁ। କେନ୍ଦ୍ର ଯୋଜନା ଲୋକଙ୍କ ପାଖରେ ପହଞ୍ଚାଇବାକୁ ନବୀନଙ୍କୁ ଅନୁରୋଧ କରୁଛି। ସାଧାରଣ ଲୋକ ଯେଭଳି କେନ୍ଦ୍ର ଯୋଜନାର ଲାଭ ପାଇବେ ଦେଖନ୍ତୁ ବୋଲି ଶାହା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri