ଆଉ ନିର୍ବାଚନ ଲଢିବେନି ଦାମ ରାଉତ: କହିଲେ, ଲୋକଙ୍କ ପାଇଁ କାମ ଜାରି ରହିବ

ଭୁବନେଶ୍ୱର,୩।୧୦(ବ୍ୟୁରୋ): ବରିଷ୍ଠ ଭାଜପା ନେତା ଦାମ ରାଉତ ରାଜନୀତିରୁ ସନ୍ୟାସ ନେଇଛନ୍ତି। ଫଳରେ ତାଙ୍କ ୪୫ ବର୍ଷ ରାଜନୀତି କ୍ୟାରିୟର ସମାପ୍ତ ହୋଇଛି। ନିର୍ବାଚନ ଲଢିବାକୁ ଆଉ ବୟସ ନାହିଁ, କିନ୍ତୁ ବଞ୍ଚିଥିବା ଥିବା ଯାଏ ଲୋକଙ୍କ ପାଇଁ ସେବା କରିବି ବୋଲି ସେ କହିଛନ୍ତି। ଗତ ନିର୍ବାଚନ ପୂର୍ବରୁ ବିଜେଡି ଛାଡି ଭାଜପାରେ ଯୋଗ ଦେଇ ସେ ନିର୍ବାଚନ ମୈଦାନକୁ ଓହ୍ଲାଇଥିଲେ। କିନ୍ତୁ ତାଙ୍କୁ ଶୋଚନୀୟ ପରାଜୟର ସାମ୍ନା କରିବାକୁ ପଡିଥିଲା। ନିର୍ବାଚନ ପୂର୍ବରୁ ଭାଜପା ନେତା ମୋତେ ଡାକି ଦଳରେ ମିଶାଇଥିଲେ। କିନ୍ତୁ ପରେ ମୋତେ ପଚରାଯାଉନାହିଁ। ଏପରିକ ମୋତେ କେଉଁଠିକି ମଧ୍ୟ ଡକାଯାଉନାହିଁ। ଓଡ଼ିଶାର ହେଉ କି ଦିଲ୍ଲୀର କୌଣସି ନେତା ମୋ ସହ କଥା ମଧ୍ୟ ହେଉନାହାନ୍ତି। ଯେଉଁ ଦଳ ମୋତେ ପଚାରୁନି, ମୁଁ କ’ଣ ଗୋଡେଇକି ପ୍ରାର୍ଥୀ ହେବି ବୋଲି ଦାମ ପ୍ରଶ୍ନ କରିଛନ୍ତି। ଆଉ ରାଜନୀତିରେ ରହିବାକୁ ଆଗ୍ରହ ନାହିଁ ବୋଲି ସେ ସ୍ପଷ୍ଟ କରିଛନ୍ତି। ସୂଚନାଯୋଗ୍ୟ, ବିଜେପୁର ଉପନିର୍ବାଚନ ପାଇଁ ଭାଜପାର ଷ୍ଟାର୍‌ ପ୍ରଚାରକ ତାଲିକା ଗୁରୁବାର ଘୋଷଣା କରାଯାଇଥିଲେ ମଧ୍ୟ ଦାମଙ୍କ ନାଁ ସେଥିରେ ନାହିଁ। ଏହି କାରଣରୁ ହଠାତ୍‌ ସେ ଏଭଳି ନିଷ୍ପତ୍ତି ନେଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

‘ସବୁକିଛି ଶେଷ…’ ଲେବାନନ୍ ଉପରେ ବଡ଼ ଆକ୍ରମଣ କଲା ଇସ୍ତ୍ରାଏଲ, ସମ୍ପୂର୍ଣ୍ଣ ଗାଁ ଧ୍ୱଂସ

ନୂଆଦିଲ୍ଲୀ,୧୨।୪:  ଇରାନ ଏବଂ ଆମେରିକା ମଧ୍ୟରେ ଦୁଇ ସପ୍ତାହ ଧରି ଯୁଦ୍ଧବିରତି ହୋଇଥିବା ସତ୍ତ୍ୱେ, ଇସ୍ରାଏଲ ଲେବାନନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରିଛି । ଏହି ଆକ୍ରମଣରେ…

କାଠ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କଲା ପଦ୍ମପୁର ବନ ବିଭାଗ, ମିଳିଲା….

ପଦ୍ମପୁର,୧୨।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗକୁ ସଫଳତା । ଶନିବାର ଜଗଦଳପୁର ଥାନା ଅନ୍ତର୍ଗତ ଲୋହରା କୋଟ ଗ୍ରାମ ପାଖରୁ ଏକ ସାଗୁଆନ ଗଣ୍ଡି ବୋଝେଇ ମେକ୍ସ…

ବରଗଡରେ ୨ଟି ଫୁଲମାଳା ବିନିମୟରେ ବାଛିଲେ ଜୀବନସାଥୀ… ନା ଦେଖିଥିଲେ ଜାତି, ନା ଦେଇଥିଲେ ଯୌତୁକ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ନ ଥିଲା ଜାତି ଭେଦଭାବ। ବାହାରି ନ ଥିଲା ବରାତି ଶୋଭାଯାତ୍ରା। କେବଳ ୨ଟି ଫୁଲମାଳା…

ଦୋକାନରେ ଚାଲିଥିଲା ଗଞ୍ଜେଇ ବିକ୍ରି, ପୋଲିସ ଅତର୍କିତ ଚଢ଼ାଉ କରି…

ତିହିଡ଼ି,୧୨ା୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବଜାରରେ ଥିବା ଏକ ବେଆଇନ ଗଞ୍ଜେଇ ଦୋକାନ ଉପରେ ତିହିଡ଼ି ପୋଲିସ ଅତର୍କିତ ଚଢ଼ାଉ କରି ଜଣେ ଗଞ୍ଜେଇ ବିକ୍ରେତା…

US Iran Peace Talks In Pakistan: ବିଫଳ ହେଲା ଶାନ୍ତି ଆଲୋଚନା, କିନ୍ତୁ କାହିଁକି ପାକିସ୍ତାନକୁ ଧନ୍ୟବାଦ ଦେଲା ଇରାନ? ଜାଣନ୍ତୁ ଏହାର ବଡ଼ କାରଣ

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ସମ୍ପୂର୍ଣ୍ଣ ବିଫଳତାରେ ଶେଷ ହୋଇଥିଲା। ୨୧ ଘଣ୍ଟା ଧରି ଚାଲିଥିବା ଆଲୋଚନା…

ଆରମ୍ଭ ହେଲା ହର୍ମୁଜ ପ୍ରଣାଳୀର ସଫେଇ… ଯୁଦ୍ଧଜାହାଜ, ଡ୍ରୋନ, ହେଲିକପ୍ଟର ନିୟୋଜିତ; ଆମେରିକାର ‘ହାଇଟେକ ଅପରେଶନ’ ଆରମ୍ଭ

ତେହରାନ,୧୨।୪: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଆମେରିକା ହର୍ମୁଜ ପ୍ରଣାଳୀରେ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଏହି ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri