ଆଉ ନୁହେଁ ପଲିଥିନ: ୨ରୁ ସବୁ ସହରରେ ନିଷେଧ

ଭୁବନେଶ୍ୱର,୧।୧୦(ବ୍ୟୁରୋ): ପଲିଥିନ ଓ ପ୍ଲାଷ୍ଟିକ ତିଆରି ଜିନିଷ ପରିବେଶ ଉପରେ ପ୍ରତିକୂଳ ପ୍ରଭାବ ପକାଉଛି। ପ୍ଲାଷ୍ଟିକ ୫୦୦ ବର୍ଷ ଧରି ନଷ୍ଟ ହେଉ ନାହିଁ। ଏହା ମାଟିର ଉର୍ବରତାକୁ ନଷ୍ଟ କରିବା ସହ ଡ୍ରେନ ଅବରୋଧ, ବର୍ଷା ପାଣି ଅବରୋଧ ଓ ବୃକ୍ଷଲତା ବୃଦ୍ଧିରେ ବାଧା ସୃଷ୍ଟି କରୁଛି। ଗୋରୁ ପଲିଥିନକୁ ଖାଇ ମୃତ୍ୟୁମୁଖରେ ପଡୁଛନ୍ତି। ଏହାର ଭୟାବହତା ବେଳକୁ ବେଳ ଅସମ୍ଭାଳ ହେବାରେ ଲାଗିଛି। ତେଣୁ ଏହାକୁ ଦୃଷ୍ଟିରେ ରଖି ସରକାର ରାଜ୍ୟକୁ ପଲିଥିନ ମୁକ୍ତ କରିବାକୁ ପଦକ୍ଷେପ ଆରମ୍ଭ କରିଛନ୍ତି। ପ୍ରଥମ ପର୍ଯ୍ୟାୟରେ ୫ ଟି ମହାନଗର ନିଗମ(ଭୁବନେଶ୍ୱର, କଟକ, ରାଉରକେଲା, ବ୍ରହ୍ମପୁର, ସମ୍ବଲପୁର) ରେ ପଲିଥିନ ଉପରେ କଟକଣା ଲଗାଯାଇଥିବାବେଳେ ଆସନ୍ତା ୨ ତାରିଖ ଗାନ୍ଧୀ ଜୟନ୍ତୀରୁ ୧୦୯ଟି ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍‌ଏସି ) ଏବଂ ମ୍ୟୁନିସିପାଲିଟିରେ ପଲିଥିନ ଓ ପ୍ଲାଷ୍ଟିକ ଉପରେ କଟକଣା ଜାରି କରାଯିବ। ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ପରିବେଶ(ସୁରକ୍ଷା) ଆଇନ ୧୯୮୬ ଆଧାରରେ ପ୍ରସ୍ତୁତ କରାଯାଇଥିବା ନିର୍ଦ୍ଦେଶନାମାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଅନୁମୋଦନ କରିଛନ୍ତି।
କଟକଣା ଜାରି ହେବା ପରେ କୌଣସି ବ୍ୟକ୍ତି ନିଜେ କିମ୍ବା ଅନ୍ୟ କାହାଦ୍ୱାରା ଜାଣିକରି ହେଉ କିମ୍ବା ଅନ୍ୟ ମାଧ୍ୟମରେ ପଲିଥିନ ବିକ୍ରି, ବ୍ୟବସାୟ, ଉତ୍ପାଦନ, ଆମଦାନୀ, ପରିବହନ, ଗଚ୍ଛିତ, ବ୍ୟବହାର କିମ୍ବା ବଣ୍ଟନ କରି ପାରିବେ ନାହିଁ। ୫୦ ମାଇକ୍ରନରୁ କମ୍‌ ମୋଟେଇ ପଲିଥିନ, ୨୦୦ ମିଲିଲିଟରରୁ କମ ପାଣିବୋତଲ, ଥର୍ମୋକୋଲ, ସାଜସଜା ପାଇଁ ବ୍ୟବହୃତ ଥର୍ମୋକୋଲ, ପ୍ଲାଷ୍ଟିକ ଚାମଚ, କପ, ପ୍ଲେଟ, ଗ୍ଲାସ, ଥାଳିଆ, ପାଣି ପାଉଚ ଆଦି ସାମଗ୍ରୀ ଉପରେ କଟକଣା ଜାରି କରାଯାଇଛି। ନଷ୍ଟ ହେଉଥିବା ପ୍ଲାଷ୍ଟିକ ସାମଗ୍ରୀ ଇଣ୍ଡିଆନ ଷ୍ଟାଣ୍ଡାର୍ଡ(ଆଇଏସ)୧୭୦୮୮:୨୦୦୮ ମାନଦଣ୍ଡ ଅନୁଯାୟୀ ହେବା ଆବଶ୍ୟକ। ଏହାର ଉତ୍ପାଦନକାରୀ ଏବଂ ବିକ୍ରେତାଙ୍କୁ କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ସିପିସିବି) ଠାରୁ ସାର୍ଟିଫିକେଟ ଆଣିବାକୁ ହେବ। କୌଣସି ବ୍ୟକ୍ତି ସର୍ବସାଧାରଣ ସ୍ଥାନରେ ପଲିଥିନ ବ୍ୟବହାର କରି ପାରିବେ ନାହିଁ କିମ୍ବା ୫୦ ମାଇକ୍ରନ ମୋଟେଇ ପଲିଥିନରେ କୌଣସି ଖାଦ୍ୟ ସାମଗ୍ରୀ, ଦୁଗ୍ଧ, ପାଣି, ଖାଇବା ତେଲକୁ ପ୍ୟାକ କରି ପାରିବେ ନାହିଁ। ସେଥିପାଇଁ ଦଣ୍ଡ ବିଧାନର ବ୍ୟବସ୍ଥା ରହିଛି। ପୂଜାସ୍ଥଳ, ହୋଟେଲ, ରେଷ୍ଟୁରାଣ୍ଟ, କାଫେ, ବିବାହ ପାର୍ଟି, ଅଫିସ, ଆଉଟଡୋର କ୍ୟାଟରିଂ ଆଦି ସ୍ଥାନରେ ପଲିଥିନ ବ୍ୟବହାର ଉପରେ କଟକଣା ଜାରି କରାଯାଇଛି। ତେବେ ମେଡିସିନ, ରକ୍ତ ସଂରକ୍ଷଣ, ନମୁନା ସଂଗ୍ରହ, ଡାକ୍ତରୀ ଯନ୍ତ୍ରପାତି ପାଇଁ ଏହି କଟକଣାକୁ କୋହଳ କରାଯାଇଛି।
ମହାନଗର ନିଗମର କମିଶନର ଓ ପୌର ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ପଲିଥିନ ବନ୍ଦକୁ ସଫଳ କରିବା ପାଇଁ ସମସ୍ତ ପଦକ୍ଷେପ ଗ୍ରହଣ କରିବାକୁ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଏ ନିର୍ଦ୍ଦେଶନାମା ଜାରି କରାଯାଇଛି। ସେହି ଅଧିକାରୀମାନେ ପରିବେଶ (ସୁରକ୍ଷା) ଆଇନ ୧୯୮୬ ଅନୁଯାୟୀ ନିଜ ଅଞ୍ଚଳ ଭିତରେ ଉଲ୍ଲଂଘନକାରୀଙ୍କୁ ଦଣ୍ଡ ବିଧାନ କରି ପାରିବେ। ଜିଲାପାଳ ପଲିଥିନ କଟକଣାକୁ କଡ଼ାକଡ଼ି କାର୍ଯ୍ୟକାରୀ କରିବା ସକାଶେ ଏଡିଏମ, ଏସପି, ବନଖଣ୍ଡ ଅଧିକାରୀ, ତହସିଲଦାର, ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ଆଞ୍ଚଳିକ ଅଧିକାରୀ, ପୌର ସଂସ୍ଥାର ଅଧିକାରୀମାନଙ୍କୁ ସାମିଲ କରିବେ। ପ୍ଲାଷ୍ଟିକ ନିଷେଧ ବିଷୟରେ ସିନେମା ହଲ ମାଲିକମାନେ ଶୋ’ ଆରମ୍ଭ କରିବା ପୂର୍ବରୁ ପ୍ରଦର୍ଶନ କରିବେ। ଲୋକମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବାକୁ ସେଣ୍ଟର ଫର ଏନ୍‌ଭାଇରନମେଣ୍ଟାଲ ଷ୍ଟଡିଜ୍‌କୁ ନିର୍ଦ୍ଦେଶ ଦିଆଯାଇଛି। ପଲିଥିନ ବିକ୍ରି, ଉତ୍ପାଦନ, ଗଚ୍ଛିତ କରୁଥିବା ସଂସ୍ଥା କିମ୍ବା ବ୍ୟବସାୟୀ ଏହି ବିଜ୍ଞପ୍ତି ପ୍ରକାଶ ପାଇବାର ୧ ମାସ ମଧ୍ୟରେ ସେଗୁଡ଼ିକୁ ନଷ୍ଟ କରିବାକୁ କୁହାଯାଇଛି।
ଏଠାରେ ସୂଚନାଯୋଗ୍ୟ ରାଜ୍ୟ ସରକାର ୨୦୧୮ରେ ୫ ମହାନଗର ନିଗମରେ ପଲିଥିନ ବ୍ୟବହାର ଉପରେ କଟକଣା ଲଗାଇଥିବା ବେଳେ ଚଳିତ ବର୍ଷ ସମସ୍ତ ସହରରେ ଏହାକୁ ଲାଗୁ କରାଯିବ। ଆସନ୍ତା ବର୍ଷରୁ ସମଗ୍ର ରାଜ୍ୟରେ ପଲିଥିନ ଉପରେ କଟକଣା ଜାରି କରାଯିବ ବୋଲି ପରିବେଶ ନିର୍ଦ୍ଦେଶକ କେ. ମୁରୁଗେସେନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri