ଆଉ ନୂଆ ୧୭ ଏନ୍‌ଏସି ଗଠନ ହେବ

ଭୁବନେଶ୍ୱର, ୩୧।୭(ବ୍ୟୁରୋ): ରାଜ୍ୟରେ ଆଉ ୧୭ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍‌ଏସି) ଗଠନ ହେବ। କେବଳ ଜନସଂଖ୍ୟା ନୁହେଁ, ସେଠାକାର ଭୌଗୋଳିକ ପରିସ୍ଥିତି, ରାଜସ୍ବ ଆୟ ଓ ଅନ୍ୟାନ୍ୟ ଦିଗକୁ ଦେଖି ନୂତନ ଏନ୍‌ଏସି ଗଠନକୁ ଅନୁମତି ଦିଆଯାଇଥାଏ। ମଙ୍ଗଳବାର ପ୍ରଶ୍ନୋତ୍ତର ବେଳେ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ଏହି ସୂଚନା ଦେଇଛନ୍ତି। ବିଜେଡି ସଭ୍ୟ ସତ୍ୟନାରାୟଣ ପ୍ରଧାନ ମୂଳ ପ୍ରଶ୍ନରେ ରଣପୁର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଶରଣକୁଳ ଏବଂ ସୁନାଖଳାକୁ କେବେ ଏନ୍‌ଏସି ଘୋଷଣା କରାଯିବ ବୋଲି ପଚାରିଥିଲେ। କଂଗ୍ରେସ ସଭ୍ୟ ତାରାପ୍ରସାଦ ବାହିନୀପତି କୋରାପୁଟ ଜିଲାର ବୋରିଗୁମ୍ମା ବ୍ଲକକୁ ଏନ୍‌ଏସି ଘୋଷଣା କରିବେ କି ବୋଲି ପଚାରିଥିଲେ। ବିଜେଡି ସଭ୍ୟ ଅମର ଶତପଥୀ ଚଣ୍ଡିଖୋଲକୁ ଏନ୍‌ଏସି ଘୋଷଣା କରିବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି କି ବୋଲି ପଚାରିଥିଲେ। ମନ୍ତ୍ରୀ କହିଥିଲେ, ଶରଣକୁଳ ସହରକୁ ଏନ୍‌ଏସି ଘୋଷଣା ପାଇଁ ନୟାଗଡ଼ ଜିଲାପାଳଙ୍କୁ କେତେକ ତଥ୍ୟ ମଗାଯାଇଛି, ତାହା ହସ୍ତଗତ ହେବା ପରେ ଆବଶ୍ୟକ ପଦକ୍ଷେପ ନିଆଯିବ। ସେହିପରି ରାଜସୁନାଖଳା ସହରକୁ ଏନ୍‌ଏସି ଘୋଷଣା କରିବାକୁ ଅନୁଧ୍ୟାନ କରାଯାଉଛି। ବୋରିଗୁମ୍ମା ଏବଂ ଚଣ୍ଡିଖୋଲ ପ୍ରସ୍ତାବ ଆସିଲେ ଏହାକୁ ସରକାର ବିଚାର କରିବେ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବ ବ୍ୟବସାୟୀଙ୍କୁ ଗାଡ଼ି ଚଢ଼ାଇ ହତ୍ୟା ଉଦ୍ୟମ: ପ୍ରି ପ୍ଲାନ୍‌ରେ ଲୁଚାଯାଇଥିବା ଗାଡ଼ି ଜବତ

ବଲାଙ୍ଗୀର/ସଇଁତଳା,୧୩।୪(ସୁନିଲ ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ଜାତୀୟ ରାଜପଥ-୨୬ ନବୀନ ଛକ ନିକଟରେ ଶୁକ୍ରବାର ଅପରାହ୍ନ ସମୟରେ ଏକ ଚାରି ଚକିଆ ଗାଡ଼ି ମଡ଼ାଇ…

ବିଶୋଧିତ ଜଳ ବ୍ୟବହାର କଲେ ମନୁଷ୍ୟ ସମାଜ ସୁସ୍ଥ ରହିବ

ବିଶାଳ ଭୂପୃଷ୍ଠକୁ ସୁବିସ୍ତୃତ ଜଳରାଶି ଚାରିପଟୁ ସଜାଗ ପୋଲିସ ବାହିନୀ ସଦୃଶ ଘେରିରହିଛି। ମହାସାଗର, ସାଗର ଓ ନଦୀଜଳ ଦ୍ୱାରା ଜାଗତିକ ସଭ୍ୟତା ଉନ୍ନତିର ସୋପାନରେ ଆଗେଇ…

ଅନ୍ଧକାର ଘେରରେ ଛତ୍ରପୁର ଶିଶୁ ଉଦ୍ୟାନ; ଜଳୁନି ଲାଇଟ୍, ପ୍ରଶାସନକୁ ଧ୍ୟାନ ଦେବାକୁ ଦାବି

ଛତ୍ରପୁର,୧୩।୪(ଦିଲୀପ ସାମଲ): ସାରା ଦିନ କଠିନ ପରିଶ୍ରମ କରି ପାଠ ପଢୁଥିବା ଶିଶୁଟିଏ ସଞ୍ଜ ନଇଁଲେ ନିଜକୁ ଖେଳ କୁଦରେ ଲିପ୍ତ କରି ଦେଇଥାଏ। ଆଉ ଯେତେବେଳେ…

ମାନସ ରଞ୍ଜନ ମଙ୍ଗରାଜ,ସୁଲତା ଦେଓଙ୍କୁ ଗୁରୁ ଦାୟିତ୍ୱ ଦେଲେ ନବୀନ

ଭୁବନେଶ୍ୱର,୧୩।୪: ମାନସ ରଞ୍ଜନ ମଙ୍ଗରାଜ ଏବଂ ସୁଲତା ଦେଓଙ୍କୁ ଗୁରୁ ଦାୟିତ୍ୱ ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ମାନସଙ୍କୁ ବିଜେଡି ସଂସଦୀୟ ଦଳ ନେତା…

ହାଇଡ୍ରୋଜେନ ବଣ୍ଡିଂ: ଦୈନନ୍ଦିନ ଜୀବନର ଅଦୃଶ୍ୟ ସ୍ଥାପତ୍ୟ

ଇଲେକ୍ଟ୍ରୋନେଗେଟିଭିଟି ଭ୍ରମର ସମାଧାନ (Breaking the Electronegativity Myth): ପ୍ରାୟ ଏକ ଶତାବ୍ଦୀ ଧରି, ରସାୟନ ବିଜ୍ଞାନ ପାଠ୍ୟପୁସ୍ତକଗୁଡ଼ିକ ଏକ ନିୟମ ଶିଖାଇ ଆସିଥିଲେ: ହାଇଡ୍ରୋଜେନ ବନ୍ଧନ…

‘ଯେକୌଣସି ଭୁଲ ପ୍ରାଣଘାତକ ହେବ’ ହର୍ମୁଜ ପ୍ରଣାଳୀରେ ସୀମାପାର ମନୋଭାବରେ ଇରାନ

ତେହରାନ,୧୩।୪: ଇସଲାମାବାଦରେ ‘ଶାନ୍ତି ଆଲୋଚନା’ ବିଫଳ ହେବା ପରେ ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଇପାରେ। ଇରାନ ନୌସେନା ହର୍ମୁଜ ପ୍ରଣାଳୀ…

ଆମେରିକାକୁ ବଡ଼ ପରାମର୍ଶ ଦେଲା ଇରାନ, କହିଲା ଟ୍ରମ୍ପଙ୍କୁ ଆମର…

ତେହରାନ,୧୩।୪: ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିୟାନ ସଙ୍କେତ ଦେଇଛନ୍ତି ଯେ ତେହରାନ ଆମେରିକା ସହିତ ଏକ ଚୁକ୍ତିରେ ପହଞ୍ଚିବାକୁ ପ୍ରସ୍ତୁତ। ସେ କହିଛନ୍ତି ଯେ, ଏକ ସମାଧାନ…

ଶସ୍ତା ହୋଇଗଲା ସୁନା-ରୂପା ଦାମ୍, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦର

ନୂଆଦିଲ୍ଲୀ,୧୩।୪: ସୁନା ଏବଂ ରୂପାର ମୂଲ୍ୟରେ ସୋମବାର ଦିନ ରେକର୍ଡ ହ୍ରାସ କରାଯାଇଛି। ଫ୍ୟୁଚର୍ସ ବଜାରରେ, ଉଭୟ ମୂଲ୍ୟବାନ ଧାତୁର ମୂଲ୍ୟ ହ୍ରାସ ପାଇଛି । ମଲ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri