ଆଉ ସପ୍ତାହକ ମଧ୍ୟରେ ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ଛୁଇଁବା ଆଶଙ୍କା

ନୂଆଦିଲ୍ଲୀ,୩୦।୫: ଭାରତରେ କରୋନା ମହାମାରୀ ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। ପ୍ରତିଦିନ ନୂଆ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ପ୍ରତି ୨୪ ଘଣ୍ଟାରେ ଏବେ ନୂଆ ସଂକ୍ରମିତଙ୍କ ସଂଖ୍ୟା ୮ ହଜାରରୁ ଅଧିକ ହେବାରେ ଲାଗିଛି। ଶନିବାର ସୁଦ୍ଧା ସଂକ୍ରମିତଙ୍କ ସଂଖ୍ୟା ଲକ୍ଷେ ୭୩ ହଜାର ୭୬୩ରେ ପହଞ୍ଚିଛି। ସେହିପରି ମୃତକଙ୍କ ସଂଖ୍ୟା ୪ ହଜାର ୯୮୦ ଛୁଇଁଛି। ଏଭଳି ଧାରା ଜାରି ରହିଲେ ଆସନ୍ତା ଏକ ସପ୍ତାହ ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ଟପିବାର ଆଶଙ୍କା ଦେଖାଦେଇଛି। ସଂକ୍ରମିତଙ୍କ ତାଲିକାରେ ମହାରାଷ୍ଟ୍ରରେ ଶୀର୍ଷରେ ରହିଛି। ଏଠାରେ ୬୨ ହଜାର ୨୨୮ ଜଣ ସଂକ୍ରମିତ ହୋଇଛନ୍ତି। ସେହିପରି ମୃତ୍ୟୁ ସଂଖ୍ୟା ଏଠାରେ ୨ ହଜାର ୯୮ ରହିଛି। ଅପରପକ୍ଷରେ ତାମିଲନାଡୁ ଏହି ତାଲିକାରେ ଦ୍ୱିତୀୟ ଏବଂ ଦିଲ୍ଲୀ ତୃତୀୟ ସ୍ଥାନରେ ରହିଛି। ତାମିଲନାଡୁରେ ସଂକ୍ରମିତଙ୍କ ସଂଖ୍ୟା ୨୦ ହଜାର ୨୪୬ ଥିବାବେଳେ ମୃତ୍ୟୁ ସଂଖ୍ୟା ୧୫୭ ରହିଛି। ଅପରପକ୍ଷରେ ଦିଲ୍ଲୀରେ ସଂକ୍ରମିତଙ୍କ ସଂଖ୍ୟା ଏବଂ ମୃତକଙ୍କ ସଂଖ୍ୟା ଯଥାକ୍ରମେ ୧୭ ହଜାର ୩୮୬ ଏବଂ ୩୯୮ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନବିକ୍ରିରେ ଅବ୍ୟବସ୍ଥା, ବ୍ଲକ ଅଫିସ ଆଗରେ ଧାନ ଗଦାକଲେ ଚାଷୀ

ବରଗଡ଼,୧୧।୨(ପ୍ରେମାନନ୍ଦ ଖମାରୀ): ଆଉ ସପ୍ତାହକ ପରେ ବରଗଡ଼ ଜିଲାରେ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ମାସ ପୂରିବ। ତଥାପି ଜିଲାରେ ଧାନବିକ୍ରି ଅବ୍ୟବସ୍ଥା ଲାଗି ରହିଛି ।…

ଟି-୨୦ ବିଶ୍ୱକପ୍‌ ୨୦୨୬: ଜାଣନ୍ତୁ କ୍ରିକେଟ ଇତିହାସରେ କେବେ ଖେଳା ଯାଇଥିଲା ପ୍ରଥମ ସୁପର ଓଭର

ନୂଆଦିଲ୍ଲୀ,୧୧ା୨: ଆଜି ଅର୍ଥାତ୍‌ ବୁଧବାର ଦକ୍ଷିଣ ଆଫ୍ରିକା ଟି-୨୦ ବିଶ୍ୱକପ୍‌ ୨୦୨୬ରେ ଏକ ରୋମାଞ୍ଚକର ଡବଲ ସୁପର ଓଭରରେ ଆଫଗାନିସ୍ତାନକୁ ପରାସ୍ତ କରିଛି। କ୍ରିକେଟ ପ୍ରେମୀମାନେ ପୁଣି…

IAS ସ୍ତରରେ ଅଦଳବଦଳ କଲେ ସରକାର, MSME ସଚିବ ହେଲେ ରଶ୍ମିତା ପଣ୍ଡା

ଭୁବନେଶ୍ବର,୧୧।୨: ସଚିବ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଅନେକ ଅଧିକାରୀଙ୍କୁ ଗୁରୁତ୍ବପୂର୍ଣ୍ଣ ବିଭାଗର ଦାୟିତ୍ବ ଦିଆଯାଇଛି । ଭୂପେନ୍ଦ୍ର ସିଂ ପୁନିଆ କ୍ରୀଡ଼ା ଓ…

୨ ନଦୀର ସଙ୍ଗମସ୍ଥଳରେ ହେବ ଆନିକଟ୍‌, ନିର୍ମାଣ ସ୍ଥଳ ପରିଦର୍ଶନ କରି ବିଧାୟକ କହିଲେ…

ବରଗଡ଼,୧୧ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗ୍ରୀଣ୍ଡୋଲା ନିକଟରେ ପ୍ରବାହିତ ଜୀରାନଦୀ ଏବଂ ରାଞ୍ଜ ନଦୀର ସଂଯୋଗସ୍ଥଳୀ ଦୋ ମୁହାଣିରେ ନଦୀସ୍ଥ ଜଳ ସଂରକ୍ଷଣ…

ଟିମ୍ ଇଣ୍ଡିଆକୁ ଆଉ ଏକ ଝଟକା! ବୁମରାଙ୍କ ବଲରେ ଇଶାନ….ସେପଟେ ମେଡିକାଲରେ ଅଭିଷେକ

ନୂଆଦିଲ୍ଲୀ,୧୧।୨:  ଟିମ୍ ଇଣ୍ଡିଆର ସମସ୍ୟା ସମାଧାନର ନାଁ ଧରୁନାହିଁ । ୨୦୨୬ ଟି-୨୦ ବିଶ୍ୱକପରେ ଲଗାତାର ଦ୍ୱିତୀୟ ଟାଇଟଲ ଜିତିବା ଲକ୍ଷ୍ୟରେ ଥିବା ଭାରତୀୟ ଦଳ ଏହାର ଖେଳାଳିଙ୍କ…

ଟି-୨୦ ବିଶ୍ୱକପ୍: ନେଟ୍ସରେ ସଞ୍ଜୁ ସାମସନଙ୍କ ନିରବ ସଂଘର୍ଷ, ଅଭିଷେକଙ୍କ ଅସୁସ୍ଥତା ବଢ଼ାଇଲା ଚିନ୍ତା

ନୂଆଦିଲ୍ଲୀ,୧୧।୨: ନାମିବିଆ ବିପକ୍ଷ ମ୍ୟାଚ୍ ପୂର୍ବରୁ ଭାରତୀୟ ଦଳର ଅଭ୍ୟାସ ସେସନରେ ଏକ ଭିନ୍ନ ଚିତ୍ର ଦେଖିବାକୁ ମିଳିଛି। ଗୋଟିଏ ପଟେ ଦଳର ବାକି ସଦସ୍ୟମାନେ ହସଖୁସି…

ମାଓବାଦୀ ମୁକ୍ତ ହେବ ଗନ୍ଧମାର୍ଦ୍ଦନ: ଚାଲିଛି ରଣକୌଶଳ, ମାର୍ଚ୍ଚ ଶେଷ ଶୁଦ୍ଧା…

ବରଗଡ଼,୧୧ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ପଦ୍ମପୁର ଉପଖଣ୍ଡ ପାଇକମାଳ ଥାନା ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ଜଙ୍ଗଲରୁ ପ୍ରଥମେ ଜିଲାରେ ମାଓବାଦୀ ସଂଗଠନ କାୟା ବିସ୍ତାର କରିଥିଲା। ଏହାପରେ ମାଓବାଦୀ…

ଜୀବନର ଶେଷ ଦୌଡ଼… ପୋଲିସ ନିଯୁକ୍ତି ପାଇଁ ଦୌଡୃୁଥିଲେ ପ୍ରାର୍ଥୀ, ତଳେ ପଡ଼ି ଚାଲିଗଲା ଜୀବନ

ମୁମ୍ବାଇ,୧୧।୨: ମହାରାଷ୍ଟ୍ରର ବିଡ ଜିଲ୍ଲାରେ ପୋଲିସ ନିଯୁକ୍ତି ପ୍ରକ୍ରିୟା ସମୟରେ ଏକ ଦୁଃଖଦ ଘଟଣା ଘଟିଛି । ଶାରୀରିକ ପରୀକ୍ଷା ପାଇଁ ଏକ ଦୌଡ଼ରେ ଅଂଶଗ୍ରହଣ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri