Posted inଜାତୀୟ

ଆଉ ୧୫ ଦିନ ବଢିବ ଲକ୍‌ଡାଉନ ଅବଧି !

ନୂଆଦିଲ୍ଲୀ,୨୯।୫: କରୋନା ମହାମାରୀକୁ ରୋକିବାକୁ ଦେଶରେ ଚାଲିଥିବା ଲକ୍‌ଡାଉନ ୪.୦ର ଅବଧି ମେ’ ୩୧ରେ ଶେଷ ହେଉଛି। ଏହାକୁ ନେଇ ଶୁକ୍ରବାର ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସାକ୍ଷାତ୍‌ କରିଥିଲେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା। ହେଲେ ଲକ୍‌ଡାଉନ ବୃଦ୍ଧିକୁ ନେଇ ଏପର୍ଯ୍ୟନ୍ତ କୌଣସି ଚିତ୍ର ସ୍ପଷ୍ଟ ହୋଇନାହିଁ। ଇତି ମଧ୍ୟରେ ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଓ୍ବନ୍ତ କହିଛନ୍ତି ଦେଶରେ କରୋନା ସଂକ୍ରମଣକୁ ଦେଖିଲେ ଲକ୍‌ଡାଉନ ଅବଧି ଆଉ ୧୫ ଦିନ ବୃଦ୍ଧି କରାଯାଇପାରେ। ସେ କହିଛନ୍ତି ଏବେବି ଦେଶରେ କରୋନା ସଂକ୍ରମଣ ବଢି ଚାଲିଥିବାରୁ ଆଉ ୧୫ ଦିନ ଲକ୍‌ଡାଉନ ଆବଶ୍ୟକ ପଡୁଛି। ଏହାପୂର୍ବରୁ ସାଓ୍ବନ୍ତ ଗୁରୁବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ସହ ଟେଲିଫୋନ ଯୋଗେ କଥା ହୋଇଥିଲେ। ସାଓ୍ବନ୍ତ କହିଛନ୍ତି ଏଥର ଗୋଆରେ ରେସ୍ତୋରାଁ, ହୋଟେଲ, ମଲ, ଜିମ ଆଦି ସାମିଜିକ ଦୂରତା ରକ୍ଷାକରି ଖେଶଲିବାକୁ ସେ ଅନୁମତି ମାଗିବେ। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ନିକଟରେ ସେ ନିଜ ମତ ରଖିବେ ବୋଲି କହିଛନ୍ତି। ଲକ୍‌ଡାଉନ ୫.୦କୁ ନେଇ ଶନିବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ କିଛି ଆଡଭାଇଜରି ଜାରି କରିପାରନ୍ତି ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ମେ’ ୧୮ରୁ ଦେଶରେ ଲକ୍‌ଡାଉନ ୪.୦ ଲାଗୁ କରାଯାଇଥିବା ବେଳେ ଏଥିରେ କିଛିଟା କୋହଳ କରାଯାଇଥିଲା। ଏମିତିକି କିଛି ଦୋକାନ ଖୋଲିବାକୁ ମଧ୍ୟ ଅନୁମତି ପ୍ରଦାନ କରାଯାଇଥିଲା। ହେଲେ ଏବେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମ୍‌ ନ ହେବାରୁ ଲକ୍‌ଡାଉନ ଅବଧି ଆହୁରି ବୃଦ୍ଧି କରାଯାଇପାରେ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri