ଆଉ ୫ ସ୍ଥାନରେ ହେବ କୋଭିଡ୍‌ ପରୀକ୍ଷା

ଭୁବନେଶ୍ୱର, ୧୭।୫(ବ୍ୟୁରୋ): ଖୁବ୍‌ଶୀଘ୍ର ରାଜ୍ୟର ଆଉ ୫ ସ୍ଥାନରେ କୋଭିଡ୍‌ ପରୀକ୍ଷା ଆରମ୍ଭ ହେବ। ୨୩ ତାରିଖରୁ କୋରାପୁଟ ଓ ବଲାଙ୍ଗୀର ମେଡିକାଲ୍‌ କଲେଜରେ କରୋନା ନମୁନା ପରୀକ୍ଷଣ ଆରମ୍ଭ ହେବ। ସେହିପରି ୩୧ ତାରିଖ ସୁଦ୍ଧା ବାଲେଶ୍ୱର ଓ ବାରିପଦା ମେଡିକାଲ୍‌ କଲେଜରେ ନମୁନା ପରୀକ୍ଷା କରାଯିବ। ଏହାଛଡ଼ା ଖୋର୍ଦ୍ଧା ଅରଗୋଳଠାରେ ଥିବା ପ୍ରାଣୀ ରୋଗ ଗବେଷଣା ପରୀକ୍ଷାଗାରରେ ମଧ୍ୟ ନମୁନା ପରୀକ୍ଷା ହେବ। ଆସନ୍ତା ଦୁଇଦିନ ମଧ୍ୟରେ ଏଠାରେ କରୋନା ପରୀକ୍ଷଣ ଆରମ୍ଭ ହେବ। ଏଠାରେ ଥିବା ଉନ୍ନତମାନର ଲାବାରୋଟୋରି ନିର୍ମାଣ ହେବା ପରଠାରୁ ବ୍ୟବହାର କରାଯାଇ ନ ଥିଲା। କୋଭିଡ୍‌ ପାଇଁ ଏହି ଲାବାରୋଟୋରି ପ୍ରଥମଥର କାର୍ଯ୍ୟ କରିବ ବୋଲି ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ମାର୍ଚ୍ଚ ୧୬ରେ ରାଜ୍ୟରେ ପ୍ରଥମ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲା। ସେହି ସମୟରେ ଦିନକୁ ମାତ୍ର ୩ଟି କୋଭିଡ୍‌ ଟେଷ୍ଟ ହେଉଥିଲା। ଟେଷ୍ଟିଂ କ୍ଷମତାକୁ ବୃଦ୍ଧି କରିବା ସ୍ବାସ୍ଥ୍ୟ ବିଭାଗ ପାଇଁ ବଡ଼ ଚ୍ୟାଲେଞ୍ଜ ଥିଲା। ମୁଖ୍ୟମନ୍ତ୍ରୀ ଏହାକୁ ଗୁରୁତ୍ୱ ଦେବା ସହିତ ମେ’ ୨୦ ସୁଦ୍ଧା ଦିନକୁ ୫ହଜାର ନମୁନା ପରୀକ୍ଷଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହି ପରିପ୍ରେକ୍ଷୀରେ ବର୍ତ୍ତମାନ ଦିନକୁ ୪,୭୦୦ ନମୁନା ପରୀକ୍ଷଣ ହେଉଛି। ଆସନ୍ତା ୨୦ତାରିଖ ବେଳକୁ ଏହା ବଢ଼ି ୫ହଜାର ଉପରକୁ ଚାଲିଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…

ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

ଓମ୍‌ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

ବର୍ଷା-ଗୁଲୁଆଙ୍କୁ ନେଇ ମୁହଁ ଖୋଲିଲେ ସାଙ୍ଗ, କହୁକହୁ କହିଦେଲେ ଭିତିରି କଥା…

ଭୁବନେଶ୍ୱର,୨୭ା୧୨: ଥମୁନି ୟୁଟ୍ୟୁବର ଦମ୍ପତି ତଥା କମେଡିଆନ ଗୁଲୁଆ-ବର୍ଷାଙ୍କ ବିବାଦ। ତାଙ୍କ ସହ ଅତି ନିକଟତର ଥିବା ଜଣଙ୍କ ପରେ ଜଣେ ବ୍ୟକ୍ତି ମିଡିଆ ସାମ୍ନାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri