ଆକର୍ଷଣୀୟ ହେବ ଅଙ୍ଗନୱାଡି କେନ୍ଦ୍ର:ଏସ୍‌ଏଚ୍‌ଜି ପାଇଁ ମାର୍କେଟ ୟାର୍ଡ

ଛତ୍ରପୁର,୧୧ା୬(ଡି.ଏନ.ଏ)-ଗଞ୍ଜାମ ଜିଲାରେ ଥିବା ଅଙ୍ଗନୱାଡି କେନ୍ଦ୍ରଗୁଡିିକୁ ଅଧିକ ଆକର୍ଷଣୀୟ କରାଯିବ। ଛୋଟ ପିଲାଙ୍କୁ ଆକୃଷ୍ଟ କଲା ଭଳି ଚଟାଣରେ ଭିନାଇଲ୍‌ ଫ୍ଲୋରିଂ କାର୍ପେଟ ପଡ଼ିବ। ବିଦ୍ୟୁତ, ପାନୀୟଜଳ ଏବଂ ଶୌଚାଳୟ ସୁନିଶ୍ଚିତ ରହିବ। ପିଲାଙ୍କ ଖେଳିବା ପାଇଁ ନିର୍ଦ୍ଧିଷ୍ଟ ସ୍ଥାନ ରହିବ। ଜିଲାରେ ଥିବା ୫,୧୪୧ ଅଙ୍ଗନୱାଡି କେନ୍ଦ୍ର ମଧ୍ୟରୁ ୨୪୦ଟିରେ ପ୍ରଥମେ ଏହା କାର୍ଯ୍ୟକାରୀ ହେବ। ସୋମବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ ଗୃହରେ ଅନୁଷ୍ଠିିତ ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପ ସମୀକ୍ଷା ବୈଠକରୁ ଏହା ଜଣାପଡିଛି। ବୈଠକରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ। ବୈଠକରୁ ଆହୁରି ଜଣାପଡିଛି ଯେ, ଅଙ୍ଗନୱାଡି କର୍ମଚାରୀ ସଫାସୁତୁରା ହୋଇ କେନ୍ଦ୍ରକୁ ଆସିବେ। ସୁପରଭାଇଜରମାନେ ରିତିମତ କେନ୍ଦ୍ର ପରିଦର୍ଶନରେ ଯିବେ। ଯିଏ ଅବହେଳା କରିବ ତାଙ୍କୁ କାରଣ ଦର୍ଶାଅ ନୋଟିସ୍‌ ଜାରି ହେବ। ଜିଲାପାଳ ନିଜେ ଏହାର ଶୁଣାଣି କରିବେ। ଆକର୍ଷଣୀୟ ଅଙ୍ଗନୱାଡି କେନ୍ଦ୍ରର ଫଟୋ ପଞ୍ଚାୟତ କାର୍ଯ୍ୟାଳୟରେ ଲାଗିବ। ଏବେଠାରୁ ଅଙ୍ଗନୱାଡି କେନ୍ଦ୍ର ଗୁଡିକର ନୂତନ ଭାବେ ହେଉଥିବା ଘର ପ୍ରାଥମିକ ବିଦ୍ୟାଳୟ ପରିସରରେ କରିବା ପାଇଁ ଜିଲାପାଳ କହିଛନ୍ତି। ଅଙ୍ଗନୱାଡି କେନ୍ଦ୍ରକୁ ସହଯୋଗ କରିବା ପାଇଁ ସ୍ଥାନୀୟ ବ୍ୟକ୍ତିବିଶେଷ କିମ୍ବା ଅନୁଷ୍ଠାନଗୁଡିକୁ ପତ୍ର ମାଧ୍ୟମରେ ଅନୁରୋଧ କରାଯିବ। ଲୁଚାଛପାରେ ଯଦି କେଉଁଠି ଭ୍ରୁଣ ଲିଙ୍ଗ ନିରୂପଣ କରାଯାଇଥାଏ, ଅଙ୍ଗନୱାଡି କର୍ମୀମାନେ ଖବର ସଂଗ୍ରହ କରି ଜିଲା ପ୍ରଶାସନକୁ ଜଣାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ସ୍ବୟଂସହାୟିକା ଗୋଷ୍ଠୀଗୁଡିକୁ ଅତ୍ୟଧିକ କ୍ରିୟାଶୀଳ କରାଯିବ। ସେମାନଙ୍କ ପାଇଁ ସ୍ବତନ୍ତ୍ର ଭାବରେ ମାର୍କେଟ ୟାର୍ଡ ହେବ। ପ୍ରଥମ ପର୍ଯ୍ୟାୟରେ ବ୍ରହ୍ମପୁର, ଛତ୍ରପୁର, ହିଞ୍ଜିଳି ଓ ଆସିକାରେ ମାର୍କେଟ ୟାର୍ଡ ସ୍ଥାପନ କରାଯିବାକୁ ସ୍ଥିର ହୋଇଛି। ଗ୍ରାମପଞ୍ଚାୟତ ସ୍ତରରେ ମିଶନ ଶକ୍ତି ଗୃହ କରାଯିବ। ଜିଲାରେ ବାଲ୍ୟ ବିବାହକୁ ପ୍ରତିହତ କରିବା ପାଇଁ ସ୍ବଂୟ ସହାୟିକା ଗୋଷ୍ଠୀଙ୍କ ସହାୟତା ନିଆଯିବ। ବୈଠକରେ ଜିଲା ସମାଜମଙ୍ଗଳ ଅଧିକାରୀ ମନୋରମା ରେଡ୍ଡୀ, ଜିଲା ଶିଶୁ ସୁରକ୍ଷା ଅଧିକାରୀ ସୁବୋଧ ଷଡଙ୍ଗୀ ଏବଂ ଅନ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ପରିବେଶ ସୁରକ୍ଷା ପ୍ରତି ଧ୍ୟାନ ଦେବା ଜରୁରୀ: ଏନଏସଏସ ସ୍ବେଚ୍ଛାସେବୀଙ୍କ ଦ୍ୱାରା ମେଗା ଚାରାରୋପଣ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା କୋ ୟୁନିଟ ଏବଂ ମହିଳା ଶାଖା ପକ୍ଷରୁ ମଙ୍ଗଳବାର କଲେଜ ପରିସରରେ…

ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ):  ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…

ସମୁଦ୍ର ଉପକୂଳ ଅଞ୍ଚଳ ବୁଲି ଦେଖିଲେ ସିପିଆଇଏମ ନେତା, ତଟବର୍ତ୍ତୀ ଅଞ୍ଚଳବାସୀଙ୍କ ସହ କଲେ ଆଲୋଚନା

ଗଞ୍ଜାମ,୭।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି…

ବେଳାଭୂମି ଅବକ୍ଷୟ ପ୍ରସଙ୍ଗ:ଜିଲାପାଳଙ୍କ ପ୍ରତିଶ୍ରୁତି ପରେ ଆନ୍ଦୋଳନ ସ୍ଥଗିତ

ଗଞ୍ଜାମ,୬।୭(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହେଉଛି ସମୁଦ୍ର l ସମୁଦ୍ରର ଉଚ୍ଚ ଜୁଆର ଯୋଗୁ ଗୋଖର କୁଦାଠାରୁ ପୋଡମ ପେଟା, ବଟେଶ୍ୱର ବେଳାଭୂମି ଦେଇ ପ୍ରାୟଗି…

ବନ ମହୋତ୍ସବରେ, ଚାରା ରୋପଣ କଲେ ବ୍ରହ୍ମପୁର ବନଖଣ୍ଡ ଅଧିକାରୀ

ଦିଗପହଣ୍ଡି,୭।୭(ଅଶେଷ ନାଥ ମିଶ୍ର):  ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଆନୁକୂଲ୍ୟରେ ୭୭ ତମ ବନ ମହୋତ୍ସବ ସପ୍ତାହ ପାଳନ ହୋଇଯାଇଛି । ସୋମବାର ଦିଗପହଣ୍ଡି…

ସମୁଦ୍ରଜଳରେ ଲୀନ ହୋଇଯିବ ତାମ୍ପରା ହ୍ରଦ: ଛତ୍ରପୁର ସହରକୁ ଘାରିବ ବିପଦ

ଛତ୍ରପୁର,୬।୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗର ଗଞ୍ଜାମ ଜିଲାର ବିଭିନ୍ନ କୂଳକୁ ଅତିକ୍ରମ କରିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚା ଜୋର୍‌ ଧରିଛି। ଆଉ ଅନ୍ୟପଟେ ଛତ୍ରପୁର ପୌରପରିଷଦର ଜୀବନରକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri