ଆକାଉଣ୍ଟ ହ୍ୟାକ୍‌ କରି ଆକାଶ ମୋଟର୍ସର ନିର୍ଦ୍ଦେଶକଙ୍କଠାରୁ ନେଇଗଲେ ୧୮ଲକ୍ଷ

ବରଗଡ଼ ଅଫିସ୍‌,୩।୭: ବରଗଡ଼ସ୍ଥିତ ଆକାଶ ମୋଟର୍ସର ନିର୍ଦ୍ଦେଶକ ଆକାଶ କୁମାର ଅଗ୍ରୱାଲଙ୍କ ୨ଟି ବ୍ୟାଙ୍କ ଆକାଉଣ୍ଟକୁ ହ୍ୟାକ୍‌କରି ଦୁର୍ବୃତ୍ତମାନେ ୧୮ଲକ୍ଷ ଟଙ୍କା ନେଇଯାଇଛନ୍ତି। ଏହି ଘଟଣା ଏବେ ଉକ୍ତ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି ।
ପ୍ରକାଶ ଯେ, ଆକାଶଙ୍କର ବ୍ୟାଙ୍କ ଅଫ୍‌ ବରୋଦାରେ ରହିଥିବା ଆକାଉଣ୍ଟ (ସିସି ଆକାଉଣ୍ଟ ନଂ-୩୨୫୫୦୫୦୦୦୦୧୪୪ ଏବଂ କରେଣ୍ଟ ଆକାଉଣ୍ଟ ନଂ- ୩୨୫୫୦୨୦୦୦୦୦୦୩୧) ରହିଛି । ତେବେ ମଙ୍ଗଳବାର ଏହି ଆକାଉଣ୍ଟକୁ ହ୍ୟାକ୍‌କରି ଅନ୍ୟ ୨ଟି ଆକାଉଣ୍ଟକୁ ଦୁର୍ବୃତ୍ତମାନେ ୧୮ଲକ୍ଷ ଟଙ୍କା ଟ୍ରାନ୍ସଫର କରି ନେଇଯାଇଛନ୍ତି। ବ୍ୟାଙ୍କ୍‌ ଅଫ୍‌ ବରୋଦାର ସ୍ଥାନୀୟ ଶାଖାକୁ ଯାଇ ଆକାଶ ପଚରାଉଚରା କରିବାପରେ ତାଙ୍କ ଆକାଉଣ୍ଟ ନମ୍ବରରୁ ଆଇସିଆଇସିଆଇ ବ୍ୟାଙ୍କର ଜଣେ ଆକାଉଣ୍ଟ ହୋଲଡର୍‌ ସୁନୀଲ ଯାତଭ (ଆକାଉଣ୍ଟ ନଂ-୦୨୩୫୦୧୫୬୧୮୩୫) ଏବଂ କାନାଡା ବ୍ୟାଙ୍କର ଆଉ ଜଣେ ଆକାଉଣ୍ଟ ହୋଲଡର୍‌ ଲିଣ୍ଟନ ସରକାର(ଆକାଉଣ୍ଟ ନଂ-୩୭୧୨୧୦୧୦୦୬୫୨୫)କୁ ସେହି ଟଙ୍କା ଟ୍ରାନ୍ସଫର କରାଯାଇଥିବା ଜଣାପଡ଼ିଛି। ଏ ନେଇ ଆକାଶ ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ଟାଉନ ଥାନାରେ ଅଭିଯୋଗ କରିବା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ନମ୍ବରହୀନ କାର୍‌ରେ ଚାଲାଣ ହେଉଥିଲା ୪୦ କେଜି ଗଞ୍ଜେଇ: ପାଟପୁର ପୋଲିସ ହାତରେ ଧରାପଡ଼ିଲେ ୨…

ଦିଗପହଣ୍ଡି,୨୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ବୁଧବାର ଅପରାହ୍ନରେ ଏକ ଗଞ୍ଜେଇ ବୋଝେଇ ନମ୍ବରହୀନ ହୁଣ୍ଡାଇ କାର୍ ଜବତ କରିବା ସହ ଦୁଇ ଜଣ…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri