ଆକାଶ ମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ: ୩ ଦିନରେ ଫସଲ କ୍ଷୟକ୍ଷତି ଆକଳନ ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ଆସନ୍ତା ୩ ଦିନ ମଧ୍ୟରେ ଫସଲ କ୍ଷୟକ୍ଷତିର ଆକଳନ କରିବା ସହିତ ଘରଭଙ୍ଗା ସର୍ଭେ କାର୍ଯ୍ୟ ଆସନ୍ତା ସପ୍ତାହ ମଧ୍ୟରେ ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଗୁରୁବାର ମୁଖ୍ୟମନ୍ତ୍ରୀ ବାତ୍ୟା ଅମ୍ଫନ ଯୋଗୁ ହୋଇ ଥିବା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଜଗତସିଂହପୁର, କେନ୍ଦ୍ରାପଡା, କଟକ, ଯାଜପୁର, ଭଦ୍ରକ, ବାଲେଶ୍ୱର ଏବଂ ମୟୂରଭଞ୍ଜ ଜିଲାର ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳକୁ ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ବୁଲି ଦେଖିଛନ୍ତି। ବାବ୍ୟା ଯୋଗୁ ବ୍ୟାପକ ଫସଲ କ୍ଷୟକ୍ଷତିକୁ ନେଇ ମୁଖ୍ୟମନ୍ତ୍ରୀ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି। ଏଥିସହିତ ପ୍ରଭାବିତ ଜିଲାର କ୍ଷତିଗ୍ରସ୍ତ ଭିତିଭୂମିକୁ ତୁରନ୍ତ ସଜାଡିବାକୁ ସ୍ବାଭାବିକ ପରିସ୍ଥିତି ଫେରାଇ ଆଣିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ଶୁକ୍ରବାର ସୁଦ୍ଧା ପ୍ରଭାବିତ ଜିଲାଗୁଡିକରେ ରାସ୍ତା ଅବରୋଧ ହଟାଇବା ସହିତ ଯୋଗାଯୋଗକୁ ସ୍ବାଭାବିକ କରିବାକୁ ପରାମର୍ଶ ଦେଇଛନ୍ତି। ସେସୁ ୨୪ ଘଣ୍ଟା ଏବଂ ନେସ୍‌କୋ ୭୨ ଘଣ୍ଟା ମଧ୍ୟରେ ପୁନଃ ବିଦ୍ୟୁତ ଯୋଗାଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଯୁଦ୍ଧକାଳୀନ ଭିତ୍ତିରେ ମାନବ ସମ୍ବଳ ଏବଂ ବିଦ୍ୟୁତ ଉପକରଣ ନେଇ ଏହି କାର୍ଯ୍ୟ ସାରିବାକୁ କୁହାଯାଇଛି। ଅମ୍ଫନ ଯୋଗୁ ୮୯ଟି ବ୍ଲକର ୪୪ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ୫-ଟି ସଚିବ ଭି.କେ. ପାଣ୍ଡିଆନ ମଧ୍ୟ ବାତ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri