ଆକାଶମାର୍ଗରୁ ବୁଲ୍‌ବୁଲ୍‌ ପ୍ରଭାବିତ ଅଞ୍ଚଳ ଦେଖିଲେ ମୁଖ୍ୟମନ୍ତ୍ରୀ: କ୍ଷତିପୂରଣ ପ୍ୟାକେଜ୍‌ ଘୋଷିତ

ଭୁବନେଶ୍ୱର,୧୨।୧୧(ବ୍ୟୁରୋ): ବାତ୍ୟା ‘ବୁଲ୍‌ବୁଲ’ ପ୍ରଭାବରେ ଉପକୂଳ ଓଡ଼ିଶାର ୬ ଜିଲାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଘରଦ୍ୱାର ଭାଙ୍ଗିବା ସହ ଲକ୍ଷ ଲକ୍ଷ ହେକ୍ଟର ଜମିରେ ଫସଲ ଉଜୁଡ଼ି ଯାଇଛି। ଧାନ, ବିରି, ମୁଗ ଓ ପରିବା ଫସଲ ନଷ୍ଟ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମଧ୍ୟାହ୍ନରେ ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ଯାଜପୁର ଏବଂ ମୟୂରଭଞ୍ଜ ଜିଲାର ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳକୁ ଆକାଶମାର୍ଗରୁ ଅନୁଧ୍ୟାନ କରିଛନ୍ତି। ରାଜ୍ୟ ସରକାରଙ୍କ ପ୍ରାଥମିକ ଆକଳନ ଅନୁଯାୟୀ ୫୫୦୦ ଘର କ୍ଷତିଗ୍ରସ୍ତ ହୋଇଥିବାବେଳେ ୩ ଲକ୍ଷ ହେକ୍ଟର ଚାଷ ଜମି ପ୍ରଭାବିତ ହୋଇଛି।
ଅପରାହ୍ନରେ ମୁଖ୍ୟମନ୍ତ୍ରୀ ଲୋକସେବା ଭବନଠାରେ ବାତ୍ୟା କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି। ଏଥିସହିତ କ୍ଷତିଗ୍ରସ୍ତଙ୍କ ପାଇଁ କ୍ଷତିପୂରଣ ପ୍ୟାକେଜ୍‌ ଘୋଷଣା କରିଛନ୍ତି। ଏହି ପ୍ୟାକେଜ୍‌ ଅନୁଯାୟୀ ଜଳସେଚିତ ଜମି ପାଇଁ ୩୩% କିମ୍ବା ଏହାଠାରୁ ଅଧିକ ଫସଲ କ୍ଷତି ହୋଇଥିଲେ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ହେକ୍ଟର ପିଛା ୧୩ ହଜାର ୫୦୦ ଟଙ୍କା ଇନ୍‌ପୁଟ ସବ୍‌ସିଡି ଆକାରରେ ପ୍ରଦାନ କରାଯିବ। ସେହିପରି ଅଣଜଳସେଚିତ ଜମି ପାଇଁ ହେକ୍ଟର ପିଛା ୬୮୦୦ ଟଙ୍କା ଏବଂ ସବୁଦିନିଆ ଫସଲ ପାଇଁ ହେକ୍ଟର ପିଛା ୧୮ ହଜାର ଟଙ୍କା ପ୍ରଦାନ କରାଯିବ। କୌଣସି କ୍ଷେତ୍ରରେ ସବୁଦିନିଆ ଫସଲ ପାଇଁ ଇନ୍‌ପୁଟ ସବ୍‌ସିଡି ପରିମାଣ ୨ ହଜାର ଟଙ୍କାରୁ କମ୍‌ ଏବଂ ଅନ୍ୟାନ୍ୟ ଫସଲ ପାଇଁ ୧ ହଜାର ଟଙ୍କାରୁ କମ୍‌ ହେବ ନାହିଁ। ୨୦୧୯-୨୦ ରବି ଫସଲ ସକାଶେ କ୍ଷତିଗ୍ରସ୍ତ ଚାଷୀଙ୍କୁ ଡାଲି ଓ ତୈଳବୀଜ ଜାତୀୟ ଫସଲ ପାଇଁ ୫୦ ହଜାର ବିହନ ମିନି କିଟ୍‌ ପ୍ରଦାନ କରାଯିବ। କ୍ଷତିଗ୍ରସ୍ତ ଜିଲାରେ ୪୫ ହଜାର ଏକର ଜମିରେ ଡେମୋନେଷ୍ଟ୍ରେଶନ କାର୍ଯ୍ୟକ୍ରମ କରାଯିବ। କ୍ଷତିଗ୍ରସ୍ତ ଚାଷୀଙ୍କୁ ୫୦% ରିହାତିରେ ୩ ହଜାର ସିଞ୍ଚନ ମେଶିନ ପ୍ରଦାନ କରାଯିବ। ବ୍ୟାଟେରିଚାଳିତ ସିଞ୍ଚନ ମେଶିନ ପାଇଁ ସର୍ବାଧିକ ରିହାତି ୩୮୦୦ ଟଙ୍କା ଏବଂ ହସ୍ତଚାଳିତ ସିଞ୍ଚନ ମେଶିନ ପାଇଁ ୭୫୦ ଟଙ୍କା ରିହାତି ଦିଆଯିବ। ୨୦୧୯-୨୦ ରବି ଫସଲ ପାଇଁ ୧୦ ହଜାର ପରିବା ମିନି କିଟ୍‌ ପ୍ରଦାନ କରାଯିବ ।
ପ୍ରତ୍ୟେକ ଚାଷୀଙ୍କୁ ୩୦ ୟୁନିଟ୍‌ ପର୍ଯ୍ୟନ୍ତ ପାନ ବରଜ ପୁନରୁଦ୍ଧାର ପାଇଁ ୧୫ ହଜାର ଟଙ୍କା ଦିଆଯିବ। ଛତୁ ଚାଷୀଙ୍କୁ ୫୦ ୟୁନିଟ୍‌ କ୍ଷତି ପାଇଁ ୪୦ ହଜାର ଟଙ୍କା ଦିଆଯିବ। ଫସଲ ବୀମା ଯୋଜନାର ସୁବିଧା ଚାଷୀଙ୍କୁ ତୁରନ୍ତ ଦେବା ପାଇଁ ଶୀଘ୍ର ଫସଲ କଟା (କ୍ରପ୍‌ କଟିଂ) କରାଯାଇ ବୀମା ପରିମାଣ ଚୂଡ଼ାନ୍ତ କରାଯିବ। ୩୩ ପ୍ରତିଶତ ବା ତା’ଠାରୁ ଅଧିକ କ୍ଷତି ହୋଇଥିବା ଚାଷୀଙ୍କୁ ୨୦୧୯ ରବି ଫସଲ ପାଇଁ ଦିଆଯାଇଥିବା ସ୍ବଳ୍ପ ମିଆଦୀ ଋଣକୁ ମଧ୍ୟମ ମିଆଦୀ ଋଣରେ ପରିଣତ କରାଯିବ।
ବାତ୍ୟାରେ ମୃତ୍ୟୁ ଘଟିଥିବା ଗୃହପାଳିତ ପ୍ରାଣୀଙ୍କ ପାଇଁ କ୍ଷତିପୂରଣ ରାଶି ଘୋଷଣା କରାଯାଇଛି। ଏ କ୍ଷେତ୍ରରେ କ୍ଷୀର ଦେଉଥିବା ଗାଈ, ମଇଁଷି ପାଇଁ ୩୦ ହଜାର ଟଙ୍କା (ଜଣେ ବ୍ୟକ୍ତିଙ୍କ ସର୍ବାଧିକ ୩ଟି ପ୍ରାଣୀ), କ୍ଷୀର ଦେଉ ନ ଥିବା ପ୍ରାଣୀ ପାଇଁ ୨୫ ହଜାର ଟଙ୍କା, ବାଛୁରି(ସର୍ବାଧିକ ୬ଟି) ପାଇଁ ୧୬ ହଜାର ଟଙ୍କା, ଛେଳି ମେଣ୍ଢା ପାଇଁ ୩ ହଜାର ଟଙ୍କା(ସର୍ବାଧିକ ୩୦ ି ପ୍ରାଣୀ), କୁକୁଡ଼ା ପାଇଁ ମୁଣ୍ଡପିଛା ୫୦ ଟଙ୍କା (ସର୍ବୋଚ୍ଚ ୫ ହଜାର) ଦିଆଯିବ। ଆଂଶିକ କ୍ଷତିଗ୍ରସ୍ତ ହୋଇଥିବା ଡଙ୍ଗା ପାଇଁ ୪୧୦୦ ଟଙ୍କା, ଆଂଶିକ କ୍ଷତି ହୋଇଥିବା ଜାଲ ପାଇଁ ୨୧୦୦ ଟଙ୍କା, ସମ୍ପୂର୍ଣ୍ଣ କ୍ଷତି ହୋଇଥିବା ଡଙ୍ଗା ପାଇଁ ୯ ହଜାର ୬୦୦ ଟଙ୍କା ଏବଂ ସମ୍ପୂର୍ଣ୍ଣ ନଷ୍ଟ ହୋଇଥିବା ଜାଲ ପାଇଁ ୨୬୦୦ ଟଙ୍କାର ସହାୟତା ଦିଆଯିବ। ମାଛ ଚାଷୀଙ୍କ ପାଇଁ ହେକ୍ଟର ପିଛା ୧୨ ହଜାର ୨୦୦ ଟଙ୍କା ଏବଂ ଇନ୍‌ପୁଟ ସବ୍‌ସିଡି ଭାବେ ହେକ୍ଟର ପିଛା ୮୨୦୦ ଟଙ୍କା ସହାୟତା ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।
ଆସନ୍ତା ୧୮ ତାରିଖ ସୁଦ୍ଧା ଜିଲାପାଳମାନେ ସ୍ବତନ୍ତ୍ର ରିଲିଫ କମିଶନର(ଏସଆରସି)ଙ୍କୁ କ୍ଷୟକ୍ଷତି ରିପୋର୍ଟ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଆସନ୍ତା ୨୪ ସୁଦ୍ଧା ସହାୟତା ବଣ୍ଟନ କରିବାକୁ ମଧ୍ୟ କୁହାଯାଇଛି। ମୁଖ୍ୟମନ୍ତ୍ରୀ ଜିଲାପାଳଙ୍କ ସହ ଭିଡିଓ କନ୍‌ଫରେନ୍ସିଂରେ କ୍ଷୟକ୍ଷତି ଆକଳନ ବିଷୟରେ ଆଲୋଚନା କରିବା ସହ ସହାୟତା ବଣ୍ଟନରେ ସ୍ବଚ୍ଛତା ଅବଲମ୍ବନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏ ସମ୍ପର୍କିତ ସମସ୍ତ ବିବରଣୀ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ ସର୍ବସାଧାରଣଙ୍କ ଅବଗତି ନିମନ୍ତେ ପ୍ରଦର୍ଶନ କରିବା ଏବଂ ସହାୟତା ରାଶି ଯେପରି କ୍ଷତିଗ୍ରସ୍ତଙ୍କ ଆକାଉଣ୍ଟକୁ ସିଧାସଳଖ ଯିବ ସେ ନେଇ ନିଶ୍ଚିତ କରିବାକୁ କୁହାଯାଇଛି। ବୈଠକରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ଏସ୍‌ଆରସି ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବମାନେ ଯୋଗ ଦେଇଥିଲେ। ବୈଠକ ଶେଷରେ ଏସ୍‌ଆରସି ପ୍ରଦୀପ ଜେନା ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, କ୍ଷୟକ୍ଷତି ଆକଳନ କରିବାକୁ ଆସନ୍ତା ୧୪ ତାରିଖରେ କେନ୍ଦ୍ରୀୟ ଟିମ୍‌ ଓଡ଼ିଶା ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନ ବନ୍ଦ କରି ଫେରୁଥିଲେ ଗହଣା ଦୋକାନୀ, ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟିନେଲେ ଦୁର୍ବୃତ୍ତ

ନୀଳଗିରି,୧୯ା୨(ପ୍ରଶାନ୍ତ କୁମାର ବିଶ୍ବାଳ): ନୀଳଗିରି ଥାନା ଅଧୀନ ସନ୍ତରାଗଡ଼ିଆ ବଜାରର ଜଣେ ଗହଣା ଦୋକାନୀ ଦୋକାନ ବନ୍ଦ କରି ଘରକୁ ଫେରୁଥିବା ବେଳେ ତାଙ୍କ ଉପରକୁ ଗୁଳିମାଡ଼…

ବିଶେଷଜ୍ଞଙ୍କ ବଡ଼ ପୂର୍ବାନୁମାନ, ଖସିବ ସୁନା ଦର! ବିକିଲେ କେତେ ଲାଭ?

ନୂଆଦିଲ୍ଲୀ,୧୯ା୨: ଗତ କିଛି ମାସ ମଧ୍ୟରେ ସୁନା ଓ ରୂପା ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି ଓ ଏବେ ସାମାନ୍ୟ ହ୍ରାସ ପାଉଛି। ତେଣୁ ଏଥିରେ…

କେବଳ ୭ ମିନିଟ୍‌….ତେଜିଲା ଚାଷୀ ସମସ୍ୟା

ଭୁବନେଶ୍ୱର,୧୯।୨ (ରବିନାରାୟଣ ଜେନା): ବୁଧବାର ପୂର୍ବାହ୍ନ ସାଢ଼େ ୧୦ଟାରେ ପ୍ରଶ୍ନକାଳ ଆରମ୍ଭ ହେବାମାତ୍ରେ ବାଚସ୍ପତି ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କୁ ଭାଜପା…

ଲଘୁଚାପ କ୍ଷେତ୍ର ସକ୍ରିୟ, ୨୫ଯାଏ ଶୁଖିଲା ପାଗ

ଭୁବନେଶ୍ୱର,୧୯ା୨(ଅନୁରାଧା ମହାରଣା): ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ବୁଧବାର ସକ୍ରିୟ ରହିଛି । ଏହା ପ୍ରଭାବରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ପାଣିପାଗ ଧୀରେ ଧୀରେ…

ଡାଇନିଂ ଟେବୁଲରେ ହେଲା ଝଗଡ଼ା, ଭାଉଜ-ଭାଇଙ୍କୁ ହତ୍ୟା କଲା ଭାଇ

ଲକ୍ଷ୍ନୌ,୧୯।୨ ଉତ୍ତର ପ୍ରଦେଶର ସୀତାପୁର ଜିଲାରେ ଏକ ସାମାନ୍ୟ ଝଗଡ଼ା ରକ୍ତାକ୍ତ ସଂଘର୍ଷରେ ପରିଣତ ହୋଇଛି । ଜଣେ ଯୁବକ ତାଙ୍କ ଭାଉଜ ଏବଂ ଭାଇଙ୍କୁ ଧାରୁଆ…

ଚିତାରେ ସତୀ

ୟୁରୋପରେ ସଇତାନଙ୍କୁ ପୂଜା କରୁଥିବା ସନ୍ଦେହରେ ମହିଳାଙ୍କୁ ଡାହାଣୀ ଆଖ୍ୟା ଦେଇ ଖ୍ରୀଷ୍ଟିଆନ୍‌ ଧର୍ମଯାଜକମାନେ ସେମାନଙ୍କୁ ଜିଅନ୍ତା ପୋଡ଼ିଦେଉଥିଲେ। ଆରବରେ ଇସ୍‌ଲାମ ଛାଡ଼ିବାକୁ ମନା କରୁଥିବା ଲୋକଙ୍କୁ…

ଆଜିଠୁ ମାଟ୍ରିକ୍‌ ପରୀକ୍ଷା: ପରୀକ୍ଷା ଦେବେ ୫ ଲକ୍ଷ ୬୧ ହଜାର ୯୭୯ଜଣ ପରୀକ୍ଷାର୍ଥୀ

କଟକ,୧୯।୨(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ମାଟ୍ରିକ ପରୀକ୍ଷା ଗୁରୁବାରଠାରୁ ଆରମ୍ଭ ହେବ। ପ୍ରଥମ ଦିନ ମାତୃଭାଷା ପରୀକ୍ଷା ଅନୁଷ୍ଠିତ ହେବ।…

ବିକଶିତ ବରଗଡ଼ରେ ଆଇନଶୃଙ୍ଖଳା ବ୍ୟବସ୍ଥା ହୁଗୁଳା

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ବିକାଶପଥକୁ ମୁହଁାଉଛି। ରାସ୍ତା ପ୍ରଶସ୍ତୀକରଣ ସହିତ ରାସ୍ତାପାର୍ଶ୍ୱରେ ନୂତନ ଭାବେ ଡ୍ରେନ ନିର୍ମାଣ ହେଉଛି। ସେହିପରି ରାସ୍ତା ପ୍ରଶସ୍ତୀକରଣ ସମୟରେ ଉଚ୍ଛେଦ ଉଠାଦୋକାନୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri