ଆକ୍ରମଣ କଲେଣି ପାକିସ୍ତାନୀ ଝିଣ୍ଟିକା

ଜୟପୁର: ସମ୍ବିଧାନର ଅନୁଚ୍ଛେଦ ୩୭୦ ହଟାଯିବା ପରେ ଜମ୍ମୁ-କଶ୍ମୀରକୁ ନେଇ ଭାରତ ଓ ପାକିସ୍ତାନ ମଧ୍ୟରେ ବିବାଦ ଚରମ ସୀମାରେ ପହଞ୍ଚତ୍ଛି। ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ତୁହାକୁ ତୁହା ବର୍ଷୁଛନ୍ତି ଓ ପରମାଣୁ ଯୁଦ୍ଧର ଧମକ ବି ଦେଉଛନ୍ତି। ସେ ଯାହା ହେବା କଥା ହେବ, କିନ୍ତୁ ଯୁଦ୍ଧ ପୂର୍ବରୁ ପାକିସ୍ତାନୀ ଝିଣ୍ଟିକା ଭାରତ ବିରୋଧରେ ଯୁଦ୍ଧ ଘୋଷଣା କଲାଭଳି ପରିସ୍ଥିତି ସୃଷ୍ଟି ହୋଇଛି। ରାଜସ୍ଥାନର ଜୈସଲମେର, ବାଡମେର, ଶ୍ରୀଗଙ୍ଗାନଗର ଓ ବିକାନେର ଜିଲାକୁ ଝିଣ୍ଟିକା ଦଳ ପାକିସ୍ତାନରୁ ମାଡି ଆସୁଛନ୍ତି। ଫସଲ ଉପରେ ଆରମ୍ଭ କରିଦେଇଛନ୍ତି ଆକ୍ରମଣ। ରାଜସ୍ଥାନର ଏହି ୪ ଜିଲାର ୩୦ ହଜାର ହେକ୍ଟରରୁ ଅଧିକ ଚାଷ ଜମିକୁ ଅକ୍ତିଆର କରି ବ୍ୟାପକ କ୍ଷତି ବି କରିଚାଲିଛନ୍ତି। ଫସଲ ନଷ୍ଟ ହେବା ଯୋଗୁ ଚାଷୀମାନେ ଚିନ୍ତାରେ ପଡ଼ିଯାଇଛନ୍ତି। ଏମିତି ଅବସ୍ଥାରେ ରାଜ୍ୟ ସରକାର କ୍ଲୋରଫାଇରିଫସ୍‌ କେମିକାଲ କିଣିବା ଲାଗି କୃଷକଙ୍କୁ ୫୦ ପ୍ରତିଶତ ଅନୁଦାନ ଦେବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଅନୁଦାନ ରାଶି ସିଧା କୃଷକଙ୍କ ବ୍ୟାଙ୍କ ଖାତାକୁ ଯାଉଛି। ଝିଣ୍ଟିକା ଦଳ ଜୈସଲମେର ଓ ବାଡମେରରେ ସବୁଠୁ ବେଶି ଫସଲ ନଷ୍ଟ କରିଛନ୍ତି। ୪ଟି ଜିଲାରେ ଝିଣ୍ଟିକା ନିୟନ୍ତ୍ରଣ କକ୍ଷ ଖୋଲାଯାଇଛି। ଦିନରାତି ସେଠାରେ ସରକାରୀ କର୍ମଚାରୀ ରହୁଛନ୍ତି। କିଛି ବାଟ ନ ପାଇ କୃଷକମାନେ ବାସନ ଓ ଲହା ପାଇପ୍‌ ବାଡେଇ ଝିଣ୍ଟିକା ତଡୁଛନ୍ତି। ଏମିତି ହେଉଛି ଯେ, କୃଷକ ପରିବାର ଲୋକେ ଜମି ପାଖରେ ବାସନ ଓ ଲୁହା ପାଇପ୍‌ ଧରି ବସୁଛନ୍ତି। ଦିନ ରାତି ଏହାକୁ ବଜାଉଛନ୍ତି, ହେଲେ ପାକିସ୍ତାନୀ ଝିଣ୍ଟିକା ସହଜରେ ଯାଉନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri