ଆକ୍ରମଣ ଘଟଣା: ବାପପୁଅଙ୍କୁ ୧୨ବର୍ଷ କାରାଦଣ୍ଡ

ନୟାଗଡ଼ ଅଫିସ,୨୦ା୧: ନୟାଗଡ଼ ଜିଲା ମୁଖ୍ୟ ବିଚାର ବିଭାଗୀୟ ବିଚାରପତି ମାନସ କୁମାର ପଣ୍ଡା ଶନିବାର ଏକ ଆକ୍ରମଣ ଘଟଣାର ବିଚାର କରି ବାପପୁଅଙ୍କୁ ୧୨ ବର୍ଷ କାରାଦଣ୍ଡ ଶୁଣାଣି କରିଛନ୍ତି। ସେମାନେ ହେଲେ ଓଡ଼ଗାଁ ଥାନା ଜାମୁସାହି ଗ୍ରାମର ନକୁଳ ଜେନା ଓ ତାଙ୍କ ପୁଅ ଅମୂଲ୍ୟ । ମାମଲାରୁ ପ୍ରକାଶ ଯେ, ୨୬ ଜୁନ୍‌ ୨୦୧୫ରେ ଜାମୁସାହି ଗ୍ରାମର ବନମାଳୀ ଜେନା ତାଙ୍କ ଜମିରେ ହଳ କରୁଥିଲେ। ଏହି ସମୟରେ ବନମାଳୀଙ୍କ ଭାଇ ନକୁଳ ଓ ପୁତୁରା ଅମୂଲ୍ୟ ଜେନା ନିକଟ ବିଲରେ ହିଡ ହାଣୁଥିଲେ। ହିଡ ହାଣି ଘୂଞ୍ଚାଇଥିବା ଅଭିଯୋଗ କରି ବନମାଳୀ ଏହାର ପ୍ରତିବାଦ କରିଥିଲେ। ଏଥିରେ ଉତ୍‌କ୍ଷିପ୍ତ ହୋଇ ବାପ ପୁଅ ମିଳିତ ଭାବେ ତାଙ୍କୁ ଆକ୍ରମଣ କରିଥିଲେ। ବନମାଳୀ ଗୁରୁତର ଅବସ୍ଥାରେ ବିଲରେ ପଡ଼ି ରହିଥିଲେ। ସେଠାରେ କାମ କରୁଥିବା କିଛି ଲୋକ ତାଙ୍କୁ ଉଦ୍ଧାର କରି ଓଡ଼ଗାଁ ମେଡ଼ିକାଲ୍‌କୁ ଆଣିଥିଲେ। ଚିକିତ୍ସିତ ହେବା ପରେ ବନମାଳୀ ଓଡ଼ଗାଁ ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତି କରି ପୋଲିସ ନକୁଳଙ୍କୁ ଗିରଫ କରିଥିବା ବେଳେ ଅମୂଲ୍ୟ ଉଚ୍ଚ ନ୍ୟାୟାଳୟରୁ ଜାମିନରେ ଆସିଥିଲେ। ଓଡ଼ଗାଁ ପୋଲିସ ଏ ନେଇ କୋର୍ଟରେ ଚାର୍ଜସିଟ୍‌ ଦାଖଲ କରିଥିଲା। ସାକ୍ଷୀଙ୍କ ବୟାନକୁ ଭିତ୍ତି କରି ଜିଲା ମୁଖ୍ୟ ବିଚାର ବିଭାଗୀୟ ବିଚାରପତି ପଣ୍ଡା ଉଭୟ ବାପା ପୁଅଙ୍କୁ ୧୨ ବର୍ଷ ସଶ୍ରମ କାରାଦଣ୍ଡ ଶୁଣାଣି କରିଥିଲେ। ଏଥିସହ ଉଭୟଙ୍କୁ ୧ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଥିଲେ। ସରକାରୀ ଓକିଲ ଅମିୟ କୁମାର ପଟ୍ଟନାୟକ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri