ଆକ୍ରମଣ ମାମଲା, ଅଭିଯୁକ୍ତଙ୍କୁ ବର୍ଷେ ଜେଲ

ଦିଗପହଣ୍ଡି, ୨ା୧୧ (ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟର ମାଜିଷ୍ଟ୍ରେଟ ବିଷ୍ଣୁ ପ୍ରସାଦ ଦେବତା ଶନିବାର ମାମଲା ନଂ. ଜି. ଆର ନଂ.୮୩/୨୦୧୦ ର ଶୁଣାଣୀ କରି ପାଟପୁର ଥାନା ସିଙ୍ଗପୁର ଗ୍ରାମର ଏକ ଆକ୍ରମଣ ମାମଲାରେ ଅଭିଯୁକ୍ତ ଥିବା ବିଜୟ ନାୟକ ଙ୍କୁ ୧ ବର୍ଷ ସଶ୍ରମ କାରାଦଣ୍ଡ ରେ ଦଣ୍ଡିତ କରିବା ସହ ୧ ହଜାର ଜରିମାନା ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦାୟ ଅଧିକ ୧ ମାସ ଜେଲ ଦଣ୍ଡ ଶୁଣାଇଛନ୍ତି। ୨୦୧୦ ମାର୍ଚ୍ଚ ୧୭ ସକାଳେ ସିଙ୍ଗପୁର ଗ୍ରାମର ପଞ୍ଚାନନ ନାୟକ ଘର ବାରଣ୍ଡାରେ ବସିଥିବାବେଳେ ଅଭିଯୁକ୍ତ ବିଜୟ କାତିରେ ତାଙ୍କୁ ଅତର୍କିତ ଆକ୍ରମଣ କରିଥିବା ନେଇ ଅଭିଯୋଗ ହୋଇଥିଲା। ନଂ.୨୧/୧୦ରେ ମାମଲା ରୁଜୁକରି ଅଭିଯୁକ୍ତଙ୍କୁ ଗିରଫ କରି ପୋଲିସ କୋର୍ଟ ଚାଲାଣ କରିଥିଲେ। ତତ୍କାଳୀନ ତଦନ୍ତକାରୀ ପୋଲିସ ଅଧିକାରୀ ଏଏସଆଇ ଯୋଗେଶ୍ୱର ନାୟକ ଚାର୍ଜସିଟ ପ୍ରଦାନ କରିଥିଲେ। ୮ ଜଣ ସାକ୍ଷୀଙ୍କ ବୟାନକୁ ଭିତ୍ତିକରି ଅଭିଯୁକ୍ତଙ୍କ ବିରୋଧରେ ଆବଶ୍ୟକ ପ୍ରମାଣ ମିଳିବାରୁ ଦଣ୍ଡାଦେଶ ଶୁଣାଇଛନ୍ତି। ସରକାରଙ୍କ ପକ୍ଷରୁ ଏ ପି ପି ସତ୍ୟନାରାୟଣ ରଥ ଓ ଦୀପକ କୁମାର ସେଠୀ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri