ଆଖଣ୍ଡଳମଣି ମନ୍ଦିର ପରିସରକୁ ପଲିଥିନ ମନା

ଆରଡ଼ି,୨୪।୧୧(ଡି.ଏନ.ଏ.)-ଭଦ୍ରକ ଜିଲା ଆରଡ଼ିର ପ୍ରସିଦ୍ଧ ବାବା ଆଖଣ୍ଡଳମଣିଙ୍କ ମନ୍ଦିର ପରିସରକୁ ସୋମବାରଠାରୁ ପଲିଥିନ ଓ ପ୍ଲାଷ୍ଟିକ ଜାତୀୟ ଉପକରଣ ପ୍ରବେଶ ଉପରେ ରୋକ ଲଗାଇଛନ୍ତି ଉଭୟ ମନ୍ଦିର ପ୍ରଶାସନ ଓ ସ୍ଥାନୀୟ ପୋଲିସ। ଏହି ଆଇନକୁ କୌଣସି ବର୍ଗର ଲୋକେ ଅମାନ୍ୟ କଲେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ରବିବାର ସମସ୍ତ ବ୍ୟବସାୟୀ ପ୍ରତିଷ୍ଠାନକୁ ମନ୍ଦିର ପ୍ରଶାସନ ଓ ପୋଲିସ ପକ୍ଷରୁ ଲଟ୍‌କା ଜାରି କରାଯାଇଛି। ଏହାସହିତ ମନ୍ଦିର ଟ୍ରଷ୍ଟ ପକ୍ଷରୁ ବିଭିନ୍ନ ସ୍ଥାନରେ ସଚେତନତା ଫଳକ ଲଗାଯାଇ ପର୍ଯ୍ୟଟକଙ୍କୁ ସୂଚନା ଦିଆଯାଇଛି।
ରବିବାର ଆରଡ଼ି ଫାଣ୍ଡି ଅଧିକାରୀ ପ୍ରଦୀପ ନାୟକ ଓ ମନ୍ଦିର ଟ୍ରଷ୍ଟର ସହପରିଚାଳକ ସୁଧାକର ବିଶ୍ୱାଳ ମିଳିତ ଭାବେ ମନ୍ଦିର ପରିସର ଏବଂ ପୀଠରେ ଥିବା ସମସ୍ତ ବ୍ୟବସାୟୀଙ୍କୁ ଭେଟିଥିଲେ। ସୋମବାରଠାରୁ ପଲିଥିନ ବ୍ୟବହାର ନ କରିବାକୁ ସେମାନଙ୍କୁ ପରାମର୍ଶ ଦେଇଥିଲେ। ସେହିପରି ଦୋକାନ ସାମ୍ନା ଓ ବଜାର ମଧ୍ୟରେ ଅଳିଆ ଆବର୍ଜନା ନ ପକାଇବା ପାଇଁ ତାଗିଦ୍‌ କରିବା ସହିତ ଧାମରା ବନ୍ଦର ଆଦାନୀ ପକ୍ଷରୁ ମିଳିଥିବା ଡଷ୍ଟବିନ ବ୍ୟବହାର କରିବାକୁ ସମସ୍ତଙ୍କୁ ସଚେତନ କରାଇଥିଲେ। ମନ୍ଦିର ପରିଚାଳକ ବିଦ୍ୟାଧର ପଲାଇଙ୍କ କହିବା ଅନୁଯାୟୀ ପୀଠରେ ପଲିଥିନମୁକ୍ତ କରିବା ଲାଗି ଟ୍ରଷ୍ଟି ତଥା ଉପଜିଲାପାଳଙ୍କ ପରାମର୍ଶ କ୍ରମେ ଏପରି ପଦକ୍ଷପ ହାତକୁ ନିଆଯାଇଛି। ତାହାସହ ପର୍ଯ୍ୟାୟକ୍ରମେ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ସଚେତନତା କରାଯିବ ବୋଲି ପରିଚାଳକ ପଲାଇ କହିଥିଲେ। ଅନ୍ୟପକ୍ଷେ ପୂର୍ବରୁ କୌଣସି ସୂଚନା ଦିଆ ନ ଯାଇ ହଠାତ୍‌ ଏପରି ନିଷ୍ପତ୍ତି ନିଆଯିବା ଦ୍ୱାରା ବହୁ ବ୍ୟବସାୟୀ ହଇରାଣ ହେବେ ବୋଲି କେତେକ ବ୍ୟବସାୟୀ ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri