ଆଖି ବୁଜିଲେଣି ୨୬୩ ଆକ୍ରାନ୍ତ

ନୂଆଦିଲ୍ଲୀ,୧୨।୪: ଭାରତରେ ସ୍ଥିତି ଜଟିଳ ହେବାରେ ଲାଗିଛି। ଲକ୍‌ଡାଉନ୍‌ ସତ୍ତ୍ୱେ କରୋନା ଭୂତାଣୁକୁ ରୋକାଯାଇପାରୁନି। ସଂକ୍ରମଣର ମାତ୍ରା ବଢ଼ି ବଢ଼ି ଚାଲିଛି। ଶନିବାର ସୁଦ୍ଧା ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୮,୩୨୩ରେ ପହଞ୍ଚି ଥିବାବେଳେ ମୋଟ ୨୬୩ ଜୀବନ ଗଲାଣି। କେବଳ ଶନିବାର ୧୪ ମୁଣ୍ଡ ଗଡ଼ିଥିବା ବେଳେ ୭୨୫ ଜଣ ବ୍ୟକ୍ତି କରୋନା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ସବୁଠାରୁ ପ୍ରଭାବିତ ହୋଇଛି ମହାରାଷ୍ଟ୍ର। ଏଠାରେ ଅଦ୍ୟାବଧି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ୧,୭୬୧ରେ ପହଞ୍ଚିଛି। ରାଜ୍ୟରେ ଭୂତାଣୁ ୧୧୦ ମୁଣ୍ଡ ନେଇଥିବା ବେଳେ ୨୪ ଘଣ୍ଟାରେ ୧୮୭ ଆକ୍ରାନ୍ତ ହୋଇଥିବା ପ୍ରକାଶ। ତାମିଲନାଡ଼ୁ ଓ ରାଜଧାନୀ ଦିଲ୍ଲୀରେ ମଧ୍ୟ ସମାନ ସ୍ଥିତି। ତାମିଲନାଡ଼ୁରେ ଭୂତାଣୁ ୧୦ ମୁଣ୍ଡ ନେଇଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା ୯୬୯ରେ ପହଞ୍ଚିଛି। ଦିଲ୍ଲୀରେ ୧୯ ଜୀବନ ଯାଇଥିବା ବେଳେ ୧,୦୬୯ ଜଣ ଭୂତାଣୁ ଆକ୍ରାନ୍ତ ହୋଇଛନ୍ତି। ତେଲଙ୍ଗାନାରେ ୧୨, କେରଳରେ ୨, ଉତ୍ତରପ୍ରଦେଶରେ ୫, ଆନ୍ଧ୍ରପ୍ରଦେଶରେ ୬, ମଧ୍ୟପ୍ରଦେଶରେ ୩୯, ଗୁଜରାଟରେ ୨୨, ପଞ୍ଜାବରେ ୧୨, ଜମ୍ମୁ-କଶ୍ମୀରରେ ୪, ପଶ୍ଚିମବଙ୍ଗରେ ୫, କର୍ନାଟକରେ ୬, ରାଜସ୍ଥାନରେ ୩, କେରଳ ଓ ହରିୟାଣାରେ ୨ ଲେଖାଏ ଜୀବନ ନେଇଛି ଏହି ମହାମାରୀ ଭୂତାଣୁ। ବିଭିନ୍ନ ରାଜ୍ୟରେ ସଂକ୍ରମଣ ସଂଖ୍ୟା ବଢ଼ିଚାଲିଛି। ଲକ୍‌ଡାଉନ୍‌କୁ ମାନି ସାମାଜିକ ଦୂରତ୍ୱ ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଉଛି। କ୍ରମଶଃ ଭାରତର ସ୍ଥିତି ଜଟିଳ ହେବାରେ ଲାଗିଛି। ପରିସ୍ଥିତିକୁ ଦେଖି ଦେଶରେ ଲକ୍‌ଡାଉନ୍‌ ସମୟ ବୃଦ୍ଧିକରିବା ଲାଗି ସହମତି ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀଙ୍କୁ ସନ୍ଦେହ କରିବାର କାରଣ ନାହିଁ: ସିଇସି ନିଯୁକ୍ତି ପ୍ରକ୍ରିୟାକୁ ନେଇ କେନ୍ଦ୍ରର ସଫେଇ

ନୂଆଦିଲ୍ଲୀ,୧ା୮:ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଓ ଅନ୍ୟ ନିର୍ବାଚନ କମିଶନରମାନଙ୍କ ନିଯୁକ୍ତି ପାଇଁ ଏକ ସ୍ବାଧୀନ ଓ ନିରପେକ୍ଷ ପ୍ରକ୍ରିୟା ଜରୁରୀ ବୋଲି ସୁପ୍ରିମକୋର୍ଟ ଗୁରୁବାର କହିଥିଲେ।…

‘ତାଙ୍କ ପାଦ ଧୋଇ ସେହି ପାଣି ପିଇବାକୁ ଚାହେଁ’, ପିଏମ ମୋଦିଙ୍କୁ ବିଷ୍ଣୁଙ୍କ ଅବତାର ବୋଲି କହି ଚର୍ଚ୍ଚାରେ ଅଭିନେତା

ନୂଆଦିଲ୍ଲୀ,୧।୮: ଅଭିନେତା ସୁଦେଶ ବେରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା କରି ଚର୍ଚ୍ଚା ସୃଷ୍ଟି କରିଛନ୍ତି। ସେ ପିଏମ ମୋଦିଙ୍କୁ ଭଗବାନ ବିଷ୍ଣୁଙ୍କ ଅବତାର ବୋଲି ବର୍ଣ୍ଣନା…

ଅଭିଯୋଗର ଗୋଟିଏ ଦିନରେ ରାସ୍ତ ମରାମତି: ସିଟିଜେନ ଫୋରମଙ୍କୁ ଧନ୍ୟବାଦ

କେସିଙ୍ଗା,୧।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ଓ ବଲାଙ୍ଗିର ଜିଲାର ଟିଟଲାଗଡ଼କୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ତ୍ରିମୂର୍ତ୍ତି ଛକରୁ ତେଲନଦୀ ବ୍ରିଜ ପ୍ରାୟ ୮୦୦ମିଟର ରାସ୍ତାରେ…

ଔଷଧ କିଣିବା ପୂର୍ବରୁ ଜାଣନ୍ତୁ! ଆଜିଠୁ ବଦଳିଲା ୨୩ଟି ମେଡିସିନର ଦାମ୍‌

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ଆଜି ଅଗଷ୍ଟ ୧ରୁ ଔଷଧର ମୂଲ୍ୟରେ ଏକ ବଡ଼ ପରିବର୍ତ୍ତନ କରିଛନ୍ତି। ୨୨ଟି ଔଷଧ ଏବଂ ଫିକ୍ସଡ ଡୋଜ କମ୍ବିନେସନର ନୂତନ ଖୁଚୁରା…

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ଧର୍ମ ପଚାରି କଲେ ଗୁଳି

ଶ୍ରୀନଗର,୧।୮: ଜମ୍ମୁ-କଶ୍ମୀରର କୁଲଗାମରେ ଶୁକ୍ରବାର ଆତଙ୍କବାଦୀ ଆକ୍ରମଣ ହୋଇଛି। କୁଲଗାମ ଜିଲାର ଏକ ଇଟାଭାଟିରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨ ଶ୍ରମିକଙ୍କର ମଧ୍ୟ ମୃତ୍ୟୁ ଘଟିଛି। ଏହି…

ପର୍ବପର୍ବାଣୀ ପୂର୍ବରୁ ବଡ଼ ଝଟକା! ଦୈନନ୍ଦିନ ବ୍ୟବହାରର ସାମଗ୍ରୀ ଉପରେ ମହଙ୍ଗା ମାଡ଼, ବଢିଯିବ ଦାମ୍‌

ନୂଆଦିଲ୍ଲୀ,୧।୮: ବର୍ତ୍ତମାନ ମୌସୁମୀ ଋତୁ ଚାଲିଛି। ଯେପରି ମୌସୁମୀ ବିଦାୟ ନେବ, ଭାରତୀୟମାନେ ପର୍ବପର୍ବାଣୀକୁ ସ୍ବାଗତ କରିବା ପାଇଁ ପ୍ରସ୍ତୁତି ଆରମ୍ଭ କରିଦେବେ। ଘର ରଙ୍ଗ କରିବାଠାରୁ…

LPG ପରେ ଏବେ ପେଟ୍ରୋଲ-ଡିଜେଲକୁ ନେଇ ବଡ଼ ଖବର, ଜାରି ହେଲା ନୂଆ ମୂଲ୍ୟ

ନୂଆଦିଲ୍ଲୀ,୧।୮: ଆଜିଠାରୁ ନୂତନ ମାସ ଅର୍ଥାତ୍‌ ଅଗଷ୍ଟ ୧, ୨୦୨୬ର ଶୁଭାରମ୍ଭ ହୋଇଯାଇଛି। ସକାଳୁ ସକାଳୁ ଯେଉଁଠାରେ କମର୍ସିଆଲ ଏଲପିଜି ସିଲିଣ୍ଡରର ଦର ହ୍ରାସ ପାଇଥିବାର ଖବର…

ନୂଆ ମାସ, ନୂଆ ନିୟମ! ଅଗଷ୍ଟ ୧ରୁ ବଦଳିଲା ଅନେକ ବ୍ୟବସ୍ଥା, ଜାଣନ୍ତୁ କ’ଣ କ’ଣ…

ନୂଆଦିଲ୍ଲୀ,୧।୮: ପ୍ରତି ମାସର ପ୍ରଥମ ଦିନ ପରି ଅଗଷ୍ଟ ମାସ ମଧ୍ୟ ଏହା ସହିତ କିଛି ପରିବର୍ତ୍ତନ ନେଇ ଆସୁଛି, ଯାହା ଆମର ଏବଂ ଆପଣଙ୍କ ଜୀବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri