ଆଖି ଲାଗିଯିବାରୁ ଗଛରେ ପିଟିହେଲା ପରିବା ବୋଝେଇ ଅଟୋ, ଚାଳକ ଗୁରୁତର

ପରଜଙ୍ଗ,୧୭।୭(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନଂ. ଜାତୀୟ ରାଜପଥର ଖଇରାମୁଣ୍ଡା ଗାଁ ନିକଟରେ ବୁଧବାର ଭୋରରେ ଏକ ପରିବା ବୋଝେଇ ଅଟୋ ଗଛରେ ପିଟି ହୋଇଯିବାରୁ ଚାଳକ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ କଟାବାହାଳ ଗ୍ରାମର ସୁରେନ୍ଦ୍ର ଦେହୁରୀ ।
ସୂଚନାଯୋଗ୍ୟ, ଅଟୋଟି ଅନୁଗୋଳରୁ ପରିବା ବୋଝେଇକରି ପରଜଙ୍ଗ ଅଭିମୁଖେ ଯାଉଥିଲା। ସୁରେନ୍ଦ୍ରଙ୍କ ଆଖି ଲାଗିଯିବାରୁ ଖଇରାମୁଣ୍ଡା ଗାଁ ନିକଟରେ ଏକ ଶାଗୁଆନ ଗଛକୁ ଧକ୍କା ଦେଇଥିଲା। ଫଳରେ ସୁରେନ୍ଦ୍ର ଗାଡ଼ିଭିତରେ ଚାପିହୋଇଯାଇଥିଲେ। ଖବର ପାଇ ପରଜଙ୍ଗ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ସ୍ଥାନୀୟ ଗ୍ରାମବାସୀଙ୍କ ସହାୟତାରେ ତାଙ୍କୁ ଉଦ୍ଧାରକରି ପରଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଅବସ୍ଥା ସଙ୍କଟାପନ୍ନ ହେବାରୁ ସୁରେନ୍ଦ୍ରଙ୍କୁ ଅନୁଗୋଳ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ ଗାନ୍ଧୀଙ୍କ ପିଏମ ଆବାସ ସମ୍ମୁଖରେ ଆନ୍ଦୋଳନ ପରେ ପଡିଲା ପ୍ରଭାବ: ସରକାରଙ୍କ ପକ୍ଷରୁ…

ନୂଆଦିଲ୍ଲୀ,୨୨।୭: NEET ପରୀକ୍ଷା ବିବାଦକୁ ନେଇ ବିରୋଧୀଙ୍କ ପ୍ରଦର୍ଶନ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ଭିତରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଜବାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri