ଆଖୁବୋଝେଇ ଟ୍ରକ୍‌ ଡ୍ରାଇଭରଙ୍କୁ ପୋଲିସର ମାଡ଼ ଅଭିଯୋଗ: ପ୍ରତିବାଦରେ କାରଖାନାକୁ ପରିବହନ ବନ୍ଦ

ଆସିକା,୨୫।୩(ଡି.ଏନ୍‌.ଏ.): ଆସିକା ସମବାୟ ଚିନିଶିଳ୍ପର ଆଖୁପେଡ଼ା କାର୍ଯ୍ୟ ଚାଲୁ ରହିଥିଲା ବେଳେ ଜିଲାର ବିଭିନ୍ନ ଅଞ୍ଚଳରୁ ଟ୍ରକ୍‌ ଯୋଗେ ଆଖୁ କାରଖାନାକୁ ଆସୁଛି। ମଙ୍ଗଳବାର ବିଳମ୍ବିତ ରାତିରେ ଆସିକା ବିଜୁ ପଟ୍ଟନାୟକ ଛକଠାରେ ମୁତୟନ ଥିବା ପୋଲିସ ସେହି ରାସ୍ତା ଦେଇ ଚିନିଶିଳ୍ପକୁ ଯାଉଥିବା ଏକ ଆଖୁ ବୋଝେଇ ଟ୍ରକର ଡ୍ରାଇଭର ଓ କର୍ମଚାରୀଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦରେ ଆଖୁ ବୋଝେଇ ଟ୍ରକଚାଳକମାନେ ଟ୍ରକ୍‌ଗୁଡ଼ିକୁ କାରଖାନା ସମ୍ମୁଖରେ ରଖି ଭିତରକୁ ଯାଇ ନ ଥିଲେ।  ଫଳରେ ମଙ୍ଗଳବାର ରାତିରୁ ବୁଧବାର ପୂର୍ବାହ୍ନ ପର୍ଯ୍ୟନ୍ତ ଚିନିଶିଳ୍ପର ଆଖୁପେଡ଼ା କାର୍ଯ୍ୟ ବନ୍ଦ ହୋଇଯାଇଥିଲା। ବୁଧବାର ସକାଳେ ଚିନିଶିଳ୍ପ ପରିଚାଳନା ନିର୍ଦ୍ଦେଶକ ଲକ୍ଷ୍ମୀକାନ୍ତ ବେହେରା, ଆସିକା ଏସ୍‌ଡିପିଓ. ସୂର୍ଯ୍ୟମଣି ପ୍ରଧାନ, ଥାନା ଅଧିକାରୀ ପ୍ରଶାନ୍ତ କୁମାର ସାହୁ, ଟ୍ରକ୍‌ ମାଲିକ ସଂଘ ସଭାପତି ବିପିନ୍‌ ବିହାରୀ ପାଢ଼ୀ ପ୍ରମୁଖ ଟ୍ରକ୍‌ଚାଳକମାନଙ୍କ ସହ ଆଲୋଚନା କରି ସେମାନଙ୍କୁ ବୁଝାଶୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡ଼ିବା ସହ ଚିନିଶିଳ୍ପର ଆଖୁପେଡ଼ା ସ୍ବାଭାବିକ ହୋଇଛି। ତେବେ ଏଭଳି ପରିସ୍ଥିତିରେ ଚିନିଶିଳ୍ପ ବିପୁଳ କ୍ଷତିର ସମ୍ମୁଖୀନ ହେବା ଆଶଙ୍କା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶ ପୋଲିସର ବଡ଼ ଦାବି, ହାଦି ମୃତ୍ୟୁର ସନ୍ଦିଗ୍ଧ ଭାରତ…

ନୂଆଦିଲ୍ଲୀ,୨୮।୧୨: ଛାତ୍ର ନେତା ଉସମାନ ସରିଫ ହାଦିଙ୍କ ମୃତ୍ୟୁ ବାଂଲାଦେଶରେ ହଇଚଇ ସୃଷ୍ଟି କରିଛି । ହାଦିଙ୍କ ହତ୍ୟାକାରୀଙ୍କୁ ଧରିବା ପାଇଁ ସାରା ଦେଶରେ ପ୍ରତିବାଦ...

ଜାନୁଆରୀ ୧ ପାଇଁ ମଧ୍ୟରାତ୍ରରୁ ଶ୍ରୀମନ୍ଦିର ଖୋଲାକୁ ବିରୋଧ, ମହାପ୍ରଭୁଙ୍କ ରାତି ଅନିଦ୍ରା କରା ନଯାଉ ବୋଲି ଚିଠି

ପୁରୀ,୨୮ା୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ ଅଳ୍ପଦିନ ରହିଥିବା ବେଳେ ଏନେଇ ସମସ୍ତେ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଯଦି ଦେଖିବା...

ଘୁମୁସର ବନଖଣ୍ଡରେ ବାଘ-ହାତୀଙ୍କ ଦୌରାତ୍ମ୍ୟ, ବଳଦ ମାରି ଖାଇଲେ, ଘର ଭାଙ୍ଗି…

ଭଞ୍ଜନଗର,୨୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ବିଗତ କିଛି ଦିନ ହେବ ବାଘ ଓ ହାତୀଙ୍କ ଦୌରାତ୍ମ୍ୟ ବଢ଼ିଯାଇଛି। ଉକ୍ତ ଦୁଇ...

T୨୦ ପରେ ଏବେ ଦିନିକିଆରୁ ବି ବାଦ ପଡ଼ିବେ ପନ୍ତ, BCCI ନେଲା ବଡ଼ ପଦକ୍ଷେପ! ଜାଣନ୍ତୁ କିଏ…

ନୂଆଦିଲ୍ଲୀ,୨୮।୧୨: ଭାରତୀୟ କ୍ରିକେଟ ଦଳର ଦିନିକିଆ ଟିମ୍‌ରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ୨୦୨୫-୨୬ ସିଜନର ଶେଷ ଘରୋଇ ଓଡିଆଇ ସିରିଜ ଅର୍ଥାତ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ...

ବିଜେଡି ସୁପ୍ରିମୋଙ୍କ ବଡ଼ ଘୋଷଣା: ଦଳୀୟ କର୍ମକର୍ତ୍ତାଙ୍କ ତାଲିକାକୁ ନେଇ…

ଭୁବନେଶ୍ୱର,୨୮ା୧୨: ବିଜୁ ଯୁବ ଜନତା ଦଳ ଓ ବିଜୁ ଛାତ୍ର ଜନତା ଦଳ କର୍ମକର୍ତ୍ତାଙ୍କ ନାଁ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଯୁବ...

ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା

ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି...

୧୦୨ ହୋମ୍‌ଗାର୍ଡ ପଦବୀ ପାଇଁ ୪୦୪୦ ପରୀକ୍ଷାର୍ଥୀ, ଚାଲିଛି ଲିଖିତ ପରୀକ୍ଷା

ଝାରସୁଗୁଡ଼ା,୨୮ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲାରେ ଖାଲି ପଡ଼ିଥିବା ୧୦୨ଟି ହୋମଗାର୍ଡ ପଦ ପାଇଁ ରବିବାର ଲିଖିତ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହି ପରୀକ୍ଷାରେ ମୋଟ୍‌...

ନେତାନ୍ୟାହୁ-ଟ୍ରମ୍ପଙ୍କ ସାକ୍ଷାତ ପୂର୍ବରୁ ମାସୁଦ୍‌ଙ୍କ ବଡ଼ ଘୋଷଣା: କହିଲେ ଆମ ଦେଶ ଏବେ ଯୁଦ୍ଧ ପାଇଁ…

ତେହରାନ,୨୮ା୧୨: ଇରାନ ରାଷ୍ଟ୍ରପତି ମାସୁଦ୍‌ ପେଜେସ୍କିଆନ କହିଛନ୍ତି, ତାଙ୍କ ଦେଶ ବର୍ତ୍ତମାନ ଆମେରିକା, ଇସ୍ରାଏଲ ଏବଂ ୟୁରୋପ ସହିତ ଏକ ପୂର୍ଣ୍ଣାଙ୍ଗ ଯୁଦ୍ଧରେ ଲିପ୍ତ। ସୋମବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri