ଆଖୁବୋଝେଇ ଟ୍ରକ୍‌ ଡ୍ରାଇଭରଙ୍କୁ ପୋଲିସର ମାଡ଼ ଅଭିଯୋଗ: ପ୍ରତିବାଦରେ କାରଖାନାକୁ ପରିବହନ ବନ୍ଦ

ଆସିକା,୨୫।୩(ଡି.ଏନ୍‌.ଏ.): ଆସିକା ସମବାୟ ଚିନିଶିଳ୍ପର ଆଖୁପେଡ଼ା କାର୍ଯ୍ୟ ଚାଲୁ ରହିଥିଲା ବେଳେ ଜିଲାର ବିଭିନ୍ନ ଅଞ୍ଚଳରୁ ଟ୍ରକ୍‌ ଯୋଗେ ଆଖୁ କାରଖାନାକୁ ଆସୁଛି। ମଙ୍ଗଳବାର ବିଳମ୍ବିତ ରାତିରେ ଆସିକା ବିଜୁ ପଟ୍ଟନାୟକ ଛକଠାରେ ମୁତୟନ ଥିବା ପୋଲିସ ସେହି ରାସ୍ତା ଦେଇ ଚିନିଶିଳ୍ପକୁ ଯାଉଥିବା ଏକ ଆଖୁ ବୋଝେଇ ଟ୍ରକର ଡ୍ରାଇଭର ଓ କର୍ମଚାରୀଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦରେ ଆଖୁ ବୋଝେଇ ଟ୍ରକଚାଳକମାନେ ଟ୍ରକ୍‌ଗୁଡ଼ିକୁ କାରଖାନା ସମ୍ମୁଖରେ ରଖି ଭିତରକୁ ଯାଇ ନ ଥିଲେ।  ଫଳରେ ମଙ୍ଗଳବାର ରାତିରୁ ବୁଧବାର ପୂର୍ବାହ୍ନ ପର୍ଯ୍ୟନ୍ତ ଚିନିଶିଳ୍ପର ଆଖୁପେଡ଼ା କାର୍ଯ୍ୟ ବନ୍ଦ ହୋଇଯାଇଥିଲା। ବୁଧବାର ସକାଳେ ଚିନିଶିଳ୍ପ ପରିଚାଳନା ନିର୍ଦ୍ଦେଶକ ଲକ୍ଷ୍ମୀକାନ୍ତ ବେହେରା, ଆସିକା ଏସ୍‌ଡିପିଓ. ସୂର୍ଯ୍ୟମଣି ପ୍ରଧାନ, ଥାନା ଅଧିକାରୀ ପ୍ରଶାନ୍ତ କୁମାର ସାହୁ, ଟ୍ରକ୍‌ ମାଲିକ ସଂଘ ସଭାପତି ବିପିନ୍‌ ବିହାରୀ ପାଢ଼ୀ ପ୍ରମୁଖ ଟ୍ରକ୍‌ଚାଳକମାନଙ୍କ ସହ ଆଲୋଚନା କରି ସେମାନଙ୍କୁ ବୁଝାଶୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡ଼ିବା ସହ ଚିନିଶିଳ୍ପର ଆଖୁପେଡ଼ା ସ୍ବାଭାବିକ ହୋଇଛି। ତେବେ ଏଭଳି ପରିସ୍ଥିତିରେ ଚିନିଶିଳ୍ପ ବିପୁଳ କ୍ଷତିର ସମ୍ମୁଖୀନ ହେବା ଆଶଙ୍କା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଙ୍କ ନକ୍ଷତ୍ର ପରିବର୍ତ୍ତନ: ଏହି ୩ ରାଶି ହେବେ ମାଲାମାଲ, ଖୋଲିବ ସଫଳତାର ଦ୍ୱାର

ଜ୍ୟୋତିଷ ଶାସ୍ତ୍ରରେ କେବଳ ଗ୍ରହଙ୍କ ରାଶି ପରିବର୍ତ୍ତନ ନୁହେଁ, ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ଗୁରୁତ୍ୱ ଦିଆଯାଏ। ବିଶେଷକରି ରାହୁ ଓ କେତୁ ଭଳି ଛାୟାଗ୍ରହଙ୍କ ଚଳନ…

ସମୟରେ ଆସୁନାହାନ୍ତି ଡାକ୍ତର: ପାଇକମାଳ CHC ଆଗରେ ବିଧାୟିକାଙ୍କ ଧାରଣା, ଏସ୍‌ଡିଏମ୍‌ଓ ଆସି କହିଲେ…

ପାଇକମାଳ,୬।୧୦(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ନିୟୋଜିତ ଡାକ୍ତରଙ୍କ ହସ୍ପିଟାଲ ବିଳମ୍ବରେ ଆସିବା ନେଇ କିଛିଦିନ ହେଲା ରୋଗୀ ଏବଂ ସମ୍ପର୍କିୟଙ୍କ ମଧ୍ୟରେ…

ବନ୍ଦ କୋଠରୀରେ କ’ଣ ଘଟିଥିଲା? ଇସ୍ତଫା ଦେବା ପାଇଁ ହରମନପ୍ରୀତଙ୍କ ଉପରେ BCCI ଚାପ ପକାଇଥିଲା କି? ଜାଣନ୍ତୁ ଅଧିନାୟକ ପଦରୁ ଓହରିବାର…

ନୂଆଦିଲ୍ଲୀ,୬।୧୦: ମାତ୍ର ୨୪ ଘଣ୍ଟା ପୂର୍ବ ପର୍ଯ୍ୟନ୍ତ ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟିକା ଥିଲେ; ତେବେ ହଠାତ ସେ କାହିଁକି ନିଜ ପଦରୁ…

ପାକିସ୍ତାନୀ ମୁସଲମାନଙ୍କୁ ନେଇ ମିକା ସିଂଙ୍କ ବଡ଼ ବୟାନ, ଖରାପ ନୁହଁନ୍ତି….

ନୂଆଦିଲ୍ଲୀ,୬।୧୦: ବଲିଉଡ୍‌ର ଲୋକପ୍ରିୟ ସିଙ୍ଗର୍ ମିକା ସିଂ ନିଜର ବେବାକ୍ ଅନ୍ଦାଜ ପାଇଁ ବେଶ୍ ପରିଚିତ। ଭାରତ-ପାକିସ୍ତାନ ସମ୍ପର୍କ ଏବଂ ଦୁଇ ଦେଶର କଳାକାରଙ୍କୁ ନେଇ ମଧ୍ୟ…

ପୂର୍ତ୍ତ ବିଭାଗ EE ଅରବିନ୍ଦ ମହାନ୍ତି ଗିରଫ: ୨ଟି କୋଠା, ୨୩ ପ୍ଲଟ୍‌ ଓ ୫ ଏକରର ଫାର୍ମ ହାଉସ୍‌ ଠାବ

ବାରିପଦା/ବେତନଟୀ, ୬।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ପୂର୍ତ୍ତ ବିଭାଗର ଏକ୍ସିକ୍ୟୁଟିଭ୍‌ ଇଞ୍ଜିନିୟର (EE) ଅରବିନ୍ଦ ମହାନ୍ତିଙ୍କୁ ଭିଜିଲାନ୍ସ…

ଆଜି ଆର୍ଜେଣ୍ଟିନା ପାଇଁ ମେସିଙ୍କ ଶେଷ ମ୍ୟାଚ୍‌

ବୁଏନସ ଆରିଜ,୬ା୧୦: ଫୁଟବଲ ସୁପରଷ୍ଟାର ଲିଓନେଲ ମେସି ମଙ୍ଗଳବାର ଇଷ୍ଟାଡିଓ ମାନୁମେଣ୍ଟାଲଠାରେ ବେନିନ ବିପକ୍ଷରେ ଆର୍ଜେଣ୍ଟିନା ପାଇଁ ତାଙ୍କର ବିଦାୟୀ ମ୍ୟାଚ୍‌ ଖେଳିବେ। ଡିଏଗୋ ମାରାଡୋନାଙ୍କ ପରେ…

ହରମନପ୍ରୀତ କୌରଙ୍କ ପରେ ଭାରତୀୟ ଦଳର ପରବର୍ତ୍ତୀ ଅଧିନାୟିକା କିଏ? ନାମ ଆସିଲା ସାମ୍ନାକୁ

ନୂଆଦିଲ୍ଲୀ,୬।୧୦: ଗୁଆହାଟୀରେ ଅନୁଷ୍ଠିତ BCCI ସମୀକ୍ଷା ବୈଠକର ମାତ୍ର ଗୋଟିଏ ଦିନ ପରେ, ହରମନପ୍ରୀତ କୌର ସମସ୍ତ ଫର୍ମାଟରୁ ଅଧିନାୟକ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇ ସମସ୍ତଙ୍କୁ…

CECଙ୍କ ବିରୋଧରେ ଅଭିଯାନ ଆରମ୍ଭ କରିଛନ୍ତି ବିରୋଧି; ରାହୁଲ-ପ୍ରିୟଙ୍କା ଅଟକ

ନୂଆଦିଲ୍ଲୀ,୬।୧୦: ଭୋଟର ତାଲିକାରେ କଥିତ ଅନିୟମିତତାକୁ ନେଇ ବିରୋଧୀ ଦଳଗୁଡ଼ିକ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ ଆରମ୍ଭ କରିଛନ୍ତି। ତାଙ୍କ ଇସ୍ତଫା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?