ଆଗକୁ ଆସୁଥିବା ଚତୁର୍ଥ ପର୍ଯ୍ୟାୟ ସରକାରଙ୍କ ପାଇଁ ଆହ୍ବାନ;ବାହାରେ ଫସିଥିବା ୫ ଲକ୍ଷ ଓଡ଼ିଆ ରାଜ୍ୟକୁ ଫେରିବେ, ଚିହ୍ନଟ କରି କ୍ୱାରାଣ୍ଟାଇନ୍‌ରେ ରଖିବାକୁ ହେବ: ବାଗ୍‌ଚୀ

ଭୁବନେଶ୍ୱର, ୨୨।୪(ବ୍ୟୁରୋ): ଇତିମଧ୍ୟରେ ରାଜ୍ୟ ସରକାର ୩ଟି ପର୍ଯ୍ୟାୟକୁ ସଫଳତାର ସହ ସାମ୍ନା କରିପାରିଛନ୍ତି। ପ୍ରଥମ ପର୍ଯ୍ୟାୟରେ ବାହାରୁ ଆସୁଥିବା ଲୋକଙ୍କ ପଞ୍ଜୀକରଣ କରାଯାଇଥିଲା। ଦ୍ୱିତୀୟ ପର୍ଯ୍ୟାୟରେ ନିଜାମୁଦ୍ଦିନ ଲିଙ୍କ ଏବଂ ତତ୍‌ଜନିତ ସଂକ୍ରମଣ ରହିଥିଲା। ସେହିଭଳି ତୃତୀୟ ପର୍ଯ୍ୟାୟରେ ପଶ୍ଚିମବଙ୍ଗ ଫେରନ୍ତାଙ୍କ ଯୋଗୁ ସଂକ୍ରମଣ ହେଉଛି। ହେଲେ ଆଗକୁ ଚତୁର୍ଥ ପର୍ଯ୍ୟାୟ ଆସୁଛି, ଯାହା ସରକାରଙ୍କ ପାଇଁ ଏକ ଆହ୍ବାନ। ଲକ୍‌ଡାଉନ୍‌ ଦିନେ ନା ଦିନେ ଖୋଲିବ, ଏହାଫଳରେ ବାହାରେ ଥିବା ଓଡ଼ିଆ ରାଜ୍ୟକୁ ଫେରିବେ। ଆକଳନ ଅନୁଯାୟୀ, ଆଗାମୀ ଦିନରେ ଓଡ଼ିଶାକୁ ବାହାରୁ ପ୍ରାୟ ୫ଲକ୍ଷ ଓଡ଼ିଆ ଆସିବାର ସମ୍ଭାବନା ରହିଛି। ଅଧିକ ଲୋକ ସଂକ୍ରମିତ ରାଜ୍ୟ ଗୁଜରାଟ, ମହାରାଷ୍ଟ୍ର, ଆନ୍ଧ୍ର, ତେଲେଙ୍ଗାନାରୁ ଫେରିବେ। ସେମାନଙ୍କୁ ଚିହ୍ନଟ କରି କ୍ୱାରାଣ୍ଟାଇନ୍‌ରେ ରଖିବା ସମସ୍ତଙ୍କର ଦାୟିତ୍ୱ। ଏନେଇ ମୁଖ୍ୟମନ୍ତ୍ରୀ ସରପଞ୍ଚମାନଙ୍କ ସହ ବୁଧବାର ଆଲୋଚନା କରିଥିବା ରାଜ୍ୟ କରୋନା ମୁକାବିଲା କମିଟି ମୁଖ୍ୟ ସୁବ୍ରତୋ ବାଗ୍‌ଚୀ ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ଫେଲ ମାରିଲା ‘ମେଡ ଇନ ଚାଇନା’! ଥାଇଲ୍ୟାଣ୍ଡ ବିରୋଧରେ ପ୍ରୟୋଗ ସମୟରେ ଫାଟିଲା ରକେଟ ସିଷ୍ଟମ, ୮ ସେନା ମୃତ

ବ୍ୟାଙ୍କକ,୨୬।୧୨: ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ଚାଇନାର JF-17 ଥଣ୍ଡର ଲଢୁଆ ବିମାନ ଲିବିଆକୁ ବିକ୍ରି କରିଥାଇପାରନ୍ତି, କିନ୍ତୁ ବାସ୍ତବତା ହେଉଛି ଚାଇନା ଅସ୍ତ୍ରଶସ୍ତ୍ରର...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ/ଦୂର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri