Posted inଖେଳ

ଆଜମଙ୍କ ଶତକ ସତ୍ତ୍ୱେ ଅଷ୍ଟେଲିଆର ଇନିଂସ ବିଜୟ

ବ୍ରିସବେନ୍‌,୨୫।୧୧(ଏଏଫ୍‌ପି)- ସ୍ଥାନୀୟ ଗାବା ଷ୍ଟାଡିୟମରେ ଅନୁଷ୍ଠିତ ପାକିସ୍ତାନ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଘରୋଇ ଅଷ୍ଟ୍ରେଲିଆ ଏକ ଇନିଂସ ଓ ୫ ରନରେ ବିଜୟ ହାସଲ କରିଛି। ମିଡଲଅର୍ଡର ବ୍ୟାଟ୍ସମ୍ୟାନ ବାବର ଆଜମ ୧୦୪ ରନର ଲଢୁଆ ଶତକୀୟ ପାଳି ଖେଳି ପାକିସ୍ତାନ ପରାଜୟକୁ ବିଳମ୍ବିତ କରିଥିଲେ ମଧ୍ୟ ଅଷ୍ଟ୍ରେଲିଆକୁ ଇନିଂସ ବିଜୟରୁ ରୋକିପାରି ନ ଥିଲେ। ଏଥିସହିତ ୨ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜରେ ଅଷ୍ଟ୍ରେଲିଆ ୧-୦ରେ ଅଗ୍ରଣୀ ହାସଲ କରିଛି। ୧୮୫ ରନର ବୃହତ୍‌ ଶତକୀୟ ପାଳି ଖେଳିଥିବା ଅଷ୍ଟ୍ରେଲିଆ ଯୁବ ବ୍ୟାଟ୍ସମ୍ୟାନ ମାର୍ନସ ଲାବୁସ୍କାନ ପ୍ଲେୟାର ଅଫ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି।
ଟସ୍‌ ଜିତି ପାକିସ୍ତାନ ପ୍ରଥମ ଇନିଂସରେ ୮୬.୨ ଓଭରରେ ୨୪୦ ରନ କରି ଅଲଆଉଟ ହୋଇଥିଲା। ଜବାବରେ ଅଷ୍ଟ୍ରେଲିଆ ପ୍ରଥମ ଇନିଂସ ଆରମ୍ଭ କରି ୧୫୭.୪ ଓଭରରେ ୫୮୦ ରନ କରି ଅଲଆଉଟ ହୋଇଥିଲା। ଫଳରେ ଅଷ୍ଟ୍ରେଲିଆ ୩୪୦ ରନର ବୃହତ ଅଗ୍ରଣୀ ହାସଲ କରିଥିଲା। ପାକିସ୍ତାନ ଦ୍ୱିତୀୟ ଇନିଂସ ଆରମ୍ଭ କରି ରବିବାର ପଞ୍ଚମ ଦିବସରେ ୮୪.୨ ଓଭରରେ ୩୩୫ ରନ କରି ଆଆଉଟ ହେବା ସହ ୫ ରନ ପାଇଁ ଇନିଂସ ପରାଜୟ ବରଣ କରିଛି।
ଅସମାପ୍ତ ଦ୍ୱିତୀୟ ଇନିଂସ ସ୍କୋର ୬୪/୩ରୁ ପାକିସ୍ତାନ ଖେଳ ଆରମ୍ଭ କରିଥିଲା ଅଲଆଉଟ ହୋଇଥିଲା। ଓଭରନାଇଟ୍‌ ବ୍ୟାଟ୍ସମ୍ୟାନ ବାବର ଆଜମ ୨୦ରୁ ଖେଳ ଆରମ୍ଭ କରି ୧୦୪ ରନର ଶତକୀୟ ପାଳି ଖେଳି ଆଉଟ ହୋଇଥିଲେ। ଏଥିସହିତ ସେ କ୍ୟାରିୟରର ଦ୍ୱିତୀୟ ଟେଷ୍ଟ ଶତକ ଅର୍ଜନ କରିଥିଲେ। ସେହିପରି ଶାନ ମାସୁଦ ୨୭ ରନରୁ ଖେଳ ଆରମ୍ଭ କରି ୪୨ ରନ କରି ଆଉଟ ହୋଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଉଇକେଟକିପର ବ୍ୟାଟ୍ସମ୍ୟାନ ମହମ୍ମଦ ରିଜଓ୍ବାନ ୯୫ ରନର ପାଳି ଖେଳି ଆଉଟ ହେବା ସହ ମାତ୍ର ୫ ରନ ପାଇଁ ଶତକରୁ ବଞ୍ଚିତ ହୋଇଥିଲେ। ସେହିପରି ଲେଗ୍‌ ସ୍ପିନର ୟାସିରି ଶାହା ୪୨ ଓ ଶାହିନ ଶାହା ଆଫ୍ରିଦି ୧୦ ରନ କରି ଆଉଟ ହୋଇଥିବା ବେଳେ ଅନ୍ୟମାନେ ଦୁଇ ଅଙ୍କ ଛୁଇଁ ପାରି ନ ଥିଲେ। ଷଷ୍ଠ ଉଇକେଟରେ ଆଜମ ଓ ରିଜଓ୍ବାନ ୧୩୨ ରନର ଭାଗୀଦାରି ସ୍ଥାପନ କରିଥିଲେ। ବୋଲିଂରେ ଅଷ୍ଟ୍ରେଲିଆ ତରଫରୁ ଜୋଶ ହାଜେଲଉଡ ସର୍ବାଧିକ ୪, ମିଚେଲ ଷ୍ଟାର୍କ ୩, ପ୍ୟାଟ୍‌ କୁମିନ୍ସ ୨ ଓ ନାଥନ ଲିୟନ ଗୋଟିଏ ଉଇକେଟ ହାସଲ କରିଥିଲେ।
ସଂକ୍ଷିପ୍ତ ସ୍କୋର:
ପାକିସ୍ତାନ ପ୍ରଥମ ଇନିଂସ- ୮୬.୨ ଓଭରରେ ୨୪୦ ଅଲଆଉଟ।
ଅଷ୍ଟ୍ରେଲିଆ ପ୍ରଥମ ଇନିଂସ- ୧୫୭.୪ ଓଭରରେ ୫୮୦ ଅଲଆଉଟ୍‌।
ପାକିସ୍ତାନ ଦ୍ୱିତୀୟ ଇନିଂସ-୮୪.୨ ଓଭରରେ ୩୩୫ ଅଲଆଉଟ
(ଆଜମ- ୧୦୪, ରିଜଓ୍ବାନ- ୯୫, ୟାସିର- ୪୨, ମାସୁଦ- ୪୨, ହାଜେଲଉଡ- ୪/୬୩, ଷ୍ଟାର୍କ- ୩/୭୩, କୁମିନ୍ସ- ୨/୬୯, ଲିୟନ- ୧/୭୪ ।)


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

IPL ଇତିହାସରେ ଏମିତି କାରନାମା କରିବାରେ ପ୍ରଥମ ଖେଳାଳି ହେଲେ ଶୁବମନ ଗିଲ

ନୂଆଦିଲ୍ଲୀ,୩୦।୫: ଗୁଜରାଟ ଟାଇଟାନ୍ସ କ୍ୱାଲିଫାୟର ୨ରେ ରାଜସ୍ଥାନ ରୟାଲ୍ସକୁ ୭ ଉଇକେଟରେ ପରାସ୍ତ କରି ଆଇପିଏଲ ୨୦୨୬ ଫାଇନାଲରେ ସ୍ଥାନ ପକ୍କା କରିଛି। କ୍ୱାଲିଫାୟର ୨ ମ୍ୟାଚ୍‌ରେ…

‘ଅଦ୍ଭୁତ ସୂର୍ଯ୍ୟା’! ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସାରେ ଶତମୁଖ ଅମିତାଭ ବଚ୍ଚନ; କହିଲେ- ଏହି ବୟସରେ ଆମେ…

ନୂଆଦିଲ୍ଲୀ,୩୦।୫: ଆଇପିଏଲର କ୍ୱାଲିଫାୟର୍‌-୨ରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (RR) ଗୁଜରାଟ ଟାଇଟନ୍ସ (GT) ହାତରୁ ପରାଜୟର ସମ୍ମୁଖୀନ ହୋଇଛି। ଏହି ପରାଜୟ ସହ ଦଳ ଟୁର୍ନାମେଣ୍ଟରୁ ବାହାରି…

IPLରୁ RR ବିଦାୟ ନେବା ପରେ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ; ଭାଇରାଲ ଭିଡିଓ ଦେଖି ପ୍ରଶଂସକଙ୍କ ଆଖିରେ ବି ଲୁହ!

ନୂଆଦିଲ୍ଲୀ,୩୦।୫: ଆଇପିଏଲ ୨୦୨୬ରେ ରାଜସ୍ଥାନ ରୟାଲ୍ସର ସଫଳତାରେ ବୈଭବ ସୂର୍ଯ୍ୟବଂଶୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନ ଏହି ସିଜିନରେ ଲଗାତାର ଭାବରେ…

ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ: ହାସଲ କଲେ IPLରେ ସବୁଠୁ ବଡ଼ ରେକର୍ଡ

ନୂଆଦିଲ୍ଲୀ,୩୦।୫:ବୈଭବ ସୂର୍ଯ୍ୟବଂଶୀ ଗୁଜରାଟ ଟାଇଟାନ୍ସ ବିପକ୍ଷରେ କ୍ୱାଲିଫାୟର ୨ରେ ଇତିହାସ ରଚିଛନ୍ତି। IPLରେ ଦ୍ରୁତତମ ୧,୦୦୦ ରନ ସ୍କୋର କରିବାରେ ପ୍ରଥମ ଭାରତୀୟ ବ୍ୟାଟସମ୍ୟାନ ହୋଇଛନ୍ତି। ସେ…

ରାଜସ୍ଥାନକୁ ହରାଇ ଫାଇନାଲ୍‌ରେ ଗୁଜରାଟ, ମେ’ ୩୧ରେ RCB ସହ ମହାମୁକାବିଲା

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ରେ ଗୁଜରାଟ ଟାଇଟନ୍ସ (GT) ଚମତ୍କାର ପ୍ରଦର୍ଶନ କରି ରାଜସ୍ଥାନ ରୟାଲ୍ସ (RR) କୁ ୮ ୱିକେଟ୍‌ରେ ପରାସ୍ତ କରିଛି। ଏହି…

ପଡ଼ିଆରେ ହେଡ୍ସ-ଟେଲ୍ସକୁ ନେଇ ହଙ୍ଗାମା! କ୍ୱାଲିଫାୟର୍-୨ ରେ ଦୁଇଥର ପଡ଼ିଲା ଟସ୍,ନିଷ୍ପତ୍ତି ବଦଳାଇଦେଲା…

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍‌ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ (Qualifier-୨) ମ୍ୟାଚ୍‌ରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁଜରାଟ ଟାଇଟନ୍ସ (GT) ଏବଂ ରାଜସ୍ଥାନ ରୟାଲ୍ସ (RR) ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri