ଆଜମଙ୍କୁ କୋହଲିଙ୍କ ସହ ତୁଳନା କରାଯାଇପାରିବ

ଆଜମଙ୍କୁ କୋହଲିଙ୍କ ସହ ତୁଳନା କରାଯାଇପାରିବ
ବର୍ମିଂହାମ, ୨୭।୬(ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ର ଏକ ରୋମାଞ୍ଚକ ମ୍ୟାଚ୍‌ରେ ବୁଧବାର ପାକିସ୍ତାନ ୬ ଉଇକେଟ୍‌ରେ ଟାଇଟଲ୍‌ ଦାବିଦାର ନ୍ୟୁଜିଲାଣ୍ଡକୁ ପରାସ୍ତ କରିଛି। ଏଥିସହ ବିଶ୍ୱକପ୍‌ରେ ନ୍ୟୁଜିଲାଣ୍ଡର ଅପରାଜେୟ ଧାରାରେ ପାକିସ୍ତାନ ରୋକ୍‌ ଲଗାଇବାରେ ସଫଳ ହୋଇଛି। ଏହି ମ୍ୟାଚ୍‌ରେ ଉଦୀୟମାନ ବ୍ୟାଟ୍ସମ୍ୟାନ ବାବର ଆଜମ ଅପରାଜିତ ୧୦୧ ରନର ଶତକୀୟ ଇନିଂସ ଖେଳି ଦଳକୁ ଜିତାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ବାବରଙ୍କ ଏହି ମ୍ୟାଚ୍‌ ବିଜୟୀ ଇନିଂସକୁ ଦଳର ବ୍ୟାଟିଂ କୋଚ୍‌ ଗ୍ରାଣ୍ଟ ଫ୍ଲାଓ୍ବାର ଭୂୟସୀ ପ୍ରଶଂସା କରିବା ସହ ତାଙ୍କୁ ଭାରତର ରନ୍‌ ମେସିନ ବିରାଟ କୋହଲିଙ୍କ ସହ ତୁଳନା କରାଯାଇପାରିବ ବୋଲି କହିଛନ୍ତି। ‘ସେ ଜଣେ ସ୍ବତନ୍ତ୍ର ଖେଳାଳି। ପାକିସ୍ତାନରୁ ସୃଷ୍ଟି ହୋଇଥିବା ଖେଳାଳିଙ୍କ ମଧ୍ୟରେ ସେ ସର୍ବକାଳୀନ ଶ୍ରେଷ୍ଠ ଖେଳାଳି। ସେ ଫିଟ୍‌ ଥିବା ସହ ପ୍ରକୃତରେ ରନ୍‌ ସଂଗ୍ରହ ପାଇଁ ଭୋକିଲା ରହିଛନ୍ତି’ ବୋଲି ଫ୍ଲାଓ୍ବାର କହିଛନ୍ତି। କୋହଲିଙ୍କ ସହ ବାବରଙ୍କୁ ତୁଳନା କରାଯିବାକୁ ନେଇ ଫ୍ଲାଓ୍ବାର କହିଛନ୍ତି, ‘ମୋତେ ଲାଗୁଛି ସେ ଗ୍ରାଉଣ୍ଡରେ ପାଦ ରଖିସାରିଛନ୍ତି ମାନେ ତାଙ୍କ କ୍ୟାରିୟର ବହୁତ ଉଜ୍ଜ୍ୱଳ ରହିବ। ସେ ବିରାଟଙ୍କ ପରି ଭୋକିଲା ରହିଛନ୍ତି। ଭବିଷ୍ୟତରେ ସେ ବିରାଟଙ୍କ ସହ ବରାବର୍‌ ହୋଇପାରିବେ’। ପ୍ରକାଶଯୋଗ୍ୟ, ଏହି ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ପକ୍ଷରୁ ଧାର୍ଯ୍ୟ ୨୩୮ ରନର ଲକ୍ଷ୍ୟକୁ ପିଛା କରି ପାକିସ୍ତାନ ଏକଦା ୧୧୦ ରନରେ ୩ଟି ଉଇକେଟ୍‌ ହରାଇ ସଙ୍କଟରେ ପଡ଼ିଥିଲା। କିନ୍ତୁ ବାବର ୧୦୧ ରନର ଅପରାଜିତ ଇନିଂସ ଖେଳି ଦଳକୁ ସହଜରେ ବିଜୟୀ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

ହାର୍ଦ୍ଦିକଙ୍କ ପରେ ଜାଡେଜା ହାସଲ କଲେ ଏହି ମାଇଲଖୁଣ୍ଟ

ଗୁଆହାଟୀ,୧୧ା୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ବିପକ୍ଷ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଏକ ମାଇଲଖୁଣ୍ଟ ହାସଲ କରିଛନ୍ତି। ସେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ…

ହାଇଦ୍ରାବାଦ୍‌କୁ ହରାଇ ପଞ୍ଜାବର ତୃତୀୟ ବିଜୟ

ଚଣ୍ଡିଗଡ଼,୧୧ା୪: ଅଧିନାୟକ ଶ୍ରେୟସ ଆୟାରଙ୍କ ଅପରାଜିତ ୬୯ ରନର ଇନିଂସ ବଳରେ ପଞ୍ଜାବ କିଙ୍ଗ୍ସ ଏକ ହାଇସ୍କୋରିଂ ଆଇପିଏଲ୍‌ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ୍‌କୁ ପରାସ୍ତ କରିଛି। ପଞ୍ଜାବର…

ଭାରତକୁ ମିଳିଲା ୧୩ ସ୍ବର୍ଣ୍ଣ ପଦକ

ଶିମ୍‌ଲା, ୧୧ା୪: ଭାରତୀୟ ଟେବୁଲ ଟେନିସ ଖେଳାଳି ସାଉଥ ଏସିଆନ ୟୁଥ୍‌ ଟେବୁଲ ଟେନିସ ଚାମ୍ପିୟନଶିପ୍‌ରେ ଆଧିପତ୍ୟ ବିସ୍ତାର କରି ସମସ୍ତ କାଟେଗୋରିରେ ମୋଟ ୧୩ ସ୍ବର୍ଣ୍ଣ…

ଗୋଟିଏ IPL ମ୍ୟାଚ ଖେଳି ଏତେ ଟଙ୍କା ରୋଜଗାର କରନ୍ତି ବୈଭବ, ଜାଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୧୧।୪: ଆଇପିଏଲ ୨୦୨୬ର ୧୬ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଆରସିବିକୁ ୬ ଉଇକେଟ୍‌ରେ ପରାସ୍ତ କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ରାଜସ୍ଥାନ ରୟାଲ୍ସର ପ୍ରତିନିଧିତ୍ୱ କରୁଥିବା…

ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ସ୍ବତନ୍ତ୍ର ବାର୍ତ୍ତା ଲେଖିଲେ କୋହଲି, ୨ଟି ଶବ୍ଦରେ କହିଦେଲେ…

ନୂଆଦିଲ୍ଲୀ,୧୧।୪: ବିଶ୍ୱର ପ୍ରସିଦ୍ଧ ବୋଲରଙ୍କ ବିରୋଧରେ ମଧ୍ୟ ପ୍ରଥମ ବଲରୁ ଷ୍ଟ୍ରାଇକ କରିବାର କ୍ଷମତା ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ବ୍ୟାପକ ପ୍ରଶଂସା ମିଳୁଛି। ଏହି ବ୍ୟାଟସମ୍ୟାନଙ୍କୁ ଦେଖିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri