ଆଜି ଅନୁଗୋଳ ଆସିବେ ମୁଖ୍ୟମନ୍ତ୍ରୀ: ୪ ନିର୍ବାଚନମଣ୍ଡଳୀରେ କରିବେ ମାରାଥନ ପ୍ରଚାର

ଅନୁଗୋଳ ଅଫିସ/ବଇଣ୍ଡା/ଛେଣ୍ଡିପଦା ୨୦।୪ (ଡି.ଏନ୍‌.ଏ/ସ୍ବ.ପ୍ର.)- ନିର୍ବାଚନୀ ପ୍ରଚାର ପାଇଁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଅନୁଗୋଳ ଜିଲା ଗସ୍ତରେ ଆସୁଛନ୍ତି। ଜିଲାର ୪ଟି ନିର୍ବାଚନ ମଣ୍ଡଳୀରେ ସେ ମାରାଥନ ପ୍ରଚାର କରିବେ। ତାଳଚେରରୁ ପୂର୍ବାହ୍ନ ୧୦ଟା ୧୫ରେ ପ୍ରଚାର ଆରମ୍ଭ ହେବ। ପରେ  ଛେଣ୍ଡିପଦା ମିନି ଷ୍ଟାଡିୟମ ନିକଟରେ ତହସିଲ ଅଫିସ ପଛପାଖ ପଡିଆରେ ହେଲିକପ୍ଟରରେ ଯୋଗେ ମୁଖ୍ୟମନ୍ତ୍ରୀ ପହଞ୍ଚି ଜନସାଧାରଣଙ୍କୁ ଉଦ୍‌ବୋଧନ ଦେବେ। ଆଠମଲ୍ଲିକ ନିର୍ବାଚନ ମଣ୍ଡଳୀ ମାଧପୁରରେ ମଧ୍ୟାହ୍ନ ୧୨ଟା ୧୫ରେ ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର ଶେଷ ହେବାର କାର୍ଯ୍ୟକ୍ରମ ରହିଛି। ତେବେ ଏହି କାର୍ଯ୍ୟକ୍ରମରେ ଆଠମଲ୍ଲିକ ନିର୍ବାଚନ ମଣ୍ଡଳୀରେ ଦଳୀୟ ଟିକେଟ୍‌ରୁ ବଞ୍ଚତ୍ତ ହୋଇଥିବା ସଞ୍ଜୀବ ସାହୁଙ୍କ ଭୂମିକାକୁ ନେଇ ଦ୍ୱନ୍ଦ୍ୱ ବଢ଼ିବାରେ ଲାଗିଛି। ମୁଖ୍ୟମନ୍ତ୍ରୀଙ୍କ ସଭାକୁ ସଞ୍ଜୀବ ଆସିବେ କି ନାହିଁ ତାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଆଲୋଚନା ଜୋର ଧରିଛି।

ଅନୁଗୋଳ ଜିଲାକୁ ନବୀନ ପଟ୍ଟନାୟକ ଦ୍ୱିତୀୟ ଥର ପାଇଁ ପ୍ରଚାରରେ ଆସୁଛନ୍ତି। ତାଳଚେରଠାରେ ଦଳୀୟ ବିଧାୟକ ପ୍ରାର୍ଥୀ ବ୍ରଜ ପ୍ରଧାନଙ୍କ ପାଇଁ ସେ ପ୍ରଚାର କରିବେ। ପରେ ରେଙ୍ଗାଳି ଠାରେ ସାଧାରଣ ସଭାରେ ଯୋଗଦେଇ ପାଲଲହଡ଼ା ବିଧାୟକ ପ୍ରାର୍ଥୀ ମୁକେଶ ପାଳଙ୍କ ପାଇଁ ଭୋଟ ମାଗିବେ। ଦୁଇ ଦିନ ତଳେ ବିଜେଡି ସଭାପତି ପାଲଲହଡ଼ା ନିର୍ବାଚନମଣ୍ଡଳୀର ଖମାର କଲେଜ ପଡ଼ିଆରେ ମୁକେଶଙ୍କ ଲାଗି ପ୍ରଚାର କରିଥିଲେ। ତେଣୁ ଦ୍ୱିତୀୟ ଥର ମୁକେଶଙ୍କ ପ୍ରଚାର ପାଇଁ ନବୀନ ଆସୁଥିବାରୁ ଏହାକୁ ନେଇ ସାଧାରଣରେ ନାନା ଆଲୋଚନା ଚାଲିଛି। ସେହିପରି ଛେଣ୍ଡିପଦାର ଦଳୀୟ ପ୍ରାର୍ଥୀ ସୁଶାନ୍ତ ବେହେରାଙ୍କ ପାଇଁ ପ୍ରଚାର ପରେ ଆଠମଲ୍ଲିକରେ ରମେଶ ସାଏଙ୍କ ପ୍ରଚାର ପାଇଁ  ମୁଖ୍ୟମନ୍ତ୍ରୀ ମାଧପୁର ଗସ୍ତ କରିବେ। ଏଥିସହ ଢେଙ୍କାନାଳ ଏମ୍‌ପି ପ୍ରାର୍ଥୀ ମହେଶ ସାହୁ ଓ ସମ୍ବଲପୁର ଏମ୍‌ପି ପ୍ରାର୍ଥୀ ହୋଇଥିବା ନଳିନୀକାନ୍ତ ପ୍ରଧାନଙ୍କ ଲାଗି ମଧ୍ୟ ପ୍ରଚାର କରିବେ।

ଅନ୍ୟପକ୍ଷରେ ଚଳିତ ଥର ଟିକେଟରୁ ବଞ୍ଚିତ ହୋଇଥିବା ଆଠମଲ୍ଲିକ ବିଧାୟକ ସଞ୍ଜୀବ ସାହୁ ଏଯାଏ ନୀରବ ରହିଛନ୍ତି। ତାଙ୍କ ସମର୍ଥକଙ୍କ ମଧ୍ୟରେ ମଧ୍ୟ ଅସନ୍ତୋଷ କୁହୁଳୁଥିବା ଚର୍ଚ୍ଚା ହେଉଛି। ଏ ପରିସ୍ଥିତିରେ ସେମାନଙ୍କ ସମର୍ଥନ କାହା ପ୍ରତି ରହିଛି ତାହାକୁ ନେଇ ଚର୍ଚ୍ଚା ଜୋର ଧରିଛି। ରମେଶ ସାଏ ଓ ନଳିନୀକାନ୍ତ ପ୍ରଧାନଙ୍କ ପାଇଁ ଆଠମଲ୍ଲିକ ବ୍ଲକ ବିଜେଡି ସଭାପତି ମହେଶ୍ୱର ଦେହୁରୀ, କିଶୋରନଗର ବ୍ଲକ ଯୁବ ବିଜେଡି ସଭାପତି ପ୍ରତାପ ମାଝି, ସଞ୍ଜୀବଙ୍କ ବିରୋଧୀ ଗୋଷ୍ଠୀର ଟାଣୁଆ ନେତା ପ୍ରଚାର କରୁଥିବା ଜଣାଯାଇଛି। ଏପରି ସ୍ଥିତିରେ ସଞ୍ଜୀବ ଓ ତାଙ୍କ ଅନୁଗତମାନେ ନୀରବ ରହିବା ସହ କୌଣସି ସଭାସମିତି କିମ୍ବା ରାଜନୈତିକ ପ୍ରଚାରରେ ଅଂଶଗ୍ରହଣ କରୁ ନ ଥିବା ଦେଖିବାକୁ ମିଳୁଛି। ତେଣୁ ସେଠାରେ ପରିସ୍ଥିତି ସଜାଡିବା ପାଇଁ ବିଜେଡି କି ଆଭିମୁଖ୍ୟ ଗ୍ରହଣ କରୁଛି ତାକୁ ନେଇ ନାନା ଆଲୋଚନା ଚାଲିଛି। ଏ ସମ୍ପର୍କରେ ସଞ୍ଜୀବଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ଫୋନ ସୁଇଚ ଅଫ୍‌ ରହିଥିବାରୁ ମତାମତ ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

୮୦ ଲକ୍ଷ ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ, ଆନ୍ଦୋଳନ କରିବାକୁ ଚେତାବନୀ ଦେଲେ…

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri