Posted inଖେଳ

ଆଜି ଇତିହାସ ରଚିଥିଲେ ସଚିନ

ନୂଆଦିଲ୍ଲୀ,୨୪ା୨- ୨୦୧୦ ମସିହା ଫେବୃୟାରୀ ୨୪ ତାରିଖ ଅର୍ଥାତ ଆଜିର ଦିନରେ ସଚିନ ତେନ୍ଦୁଲକର ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ ଭାବେ ଦିନିକିଆ ଫର୍ମାଟରେ ଦ୍ୱିଶତକ ହାସଲ କରିଥିଲେ। ସେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଗ୍ବାଲିଅରସ୍ଥିତ କ୍ୟାପଟେନ ରୁପ ସିଂ ଷ୍ଟାଡିୟମରେ ଏହି ମାଇଲଷ୍ଟୋନ ପ୍ରତିଷ୍ଠା କରିଥିଲେ। ସେହି ମ୍ୟାଚ୍‌ରେ ମହେନ୍ଦ୍ର ସିଂ ଧୋନୀ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଇନିଂସ ଆରମ୍ଭରୁ ଭାରତ ବୀରେନ୍ଦ୍ର ସେହ୍ବାଗଙ୍କ ଉଇକେଟ ହରାଇଥିଲା। ବିସ୍ଫୋରକ ବ୍ୟାଟିଂ କରୁଥିବା ସଚିନ ୧୪୭ ବଲରେ ୨୦୦ ରନ୍‌ କରିଥିଲେ। ଇନିଂସରେ ସାମିଲ ଥିଲା ୨୫ ଚୌକା ଓ ୩ ଛକା। ମାଷ୍ଟର ବ୍ଲାଷ୍ଟର ଭାବେ ପରିଚିତ ସଚିନ ଅନ୍ତିମ ଓଭରରେ ୨୦୦ ରନ୍‌ ପୂରଣ କରିଥିଲେ। ସେହି ସମୟରେ କମେଣ୍ଟ୍ରି କରୁଥିଲେ ରବି ଶାସ୍ତ୍ରୀ। ସେ କହିଥିଲେ, ଦିନିକିଆରେ ଦ୍ୱିଶତକ ହାସଲ କରିବାରେ ବିଶ୍ୱର ପ୍ରଥମ ବ୍ୟକ୍ତି ସଚିନ। ଆଉ ସେ ହିଁ ଭାରତର ସୁପରମ୍ୟାନ। ଲିଟ୍‌ଲ ମାଷ୍ଟରଙ୍କ ଦ୍ୱିଶତକ ଯୋଗୁ ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୩ ଉଇକେଟ ହରାଇ ୪୦୧ ରନ୍‌ କରିଥିଲେ। ମ୍ୟାଚ୍‌କୁ ଭାରତ ୧୫୩ରନ୍‌ରେ ଜିତି ନେଇଥିଲା। ତେନ୍ଦୁଲକର ୧୬ ବୟସରେ ୧୯୮୯ରେ ଅନ୍ତର୍ଜାତୀୟ ସ୍ତରରେ ପଦାର୍ପଣ କରିଥିଲେ। ସେ ସମସ୍ତ ଫର୍ମାଟରେ ୩୪,୩୫୭ ରନ୍‌ କରିଛନ୍ତି। ଅନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ରନ୍‌ କରିଥିବା ବ୍ୟାଟ୍ସମ୍ୟାନଙ୍କ ତାଲିକାର ଦ୍ୱିତୀୟ ସ୍ଥାନରେ ଥିବା କୁମାର ସଙ୍ଗାକାରାଙ୍କଠାରୁ ସଚିନ ୬ ହଜାର ଅଧିକ ରନ୍‌ କରିଛନ୍ତି। ଦିନିକିଆ କ୍ରିକେଟରେ ୮ ଥର ଜଣେ ବ୍ୟାଟ୍ସମ୍ୟାନ ଦ୍ୱିଶତକ ହାସଲ କରିଛନ୍ତି। ସଚିନଙ୍କ ବ୍ୟତୀତ ବୀରେନ୍ଦ୍ର ସେହ୍ବାଗ, ରୋହିତ ଶର୍ମା, ଓ୍ବେଷ୍ଟଇଣ୍ଡିଜର କ୍ରିସ ଗେଲ, ପାକିସ୍ତାନର ଫକର ଜାମନ ଓ ନ୍ୟୁଜିଲାଣ୍ଡର ମାର୍ଟିନ ଗୁପଟିଲ ଦିନିକିଆରେ ଦ୍ୱିଶତକ ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri