ଆଜି ଉଦ୍‌ଘାଟନ ହେବ ମେଡିକାଲର ୨ ୱାର୍ଡ

ଅନୁଗୋଳ ଅଫିସ, ୧୫।୭: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ସୋମବାର ଜେରିଆଟିକ୍‌ ଓ ଚକ୍ଷୁ ବିଭାଗର ଦୁଇଟି ୱାର୍ଡ ଉଦ୍‌ଘାଟନ ହେବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ବିଧାନସଭା ଉପବାଚସ୍ପତି ରଜନୀକାନ୍ତ ସିଂହ ଏହାର ଉଦ୍‌ଘାଟନ କରିବେ। ତେବେ ନାମ ଫଳକରେ ଢେଙ୍କାନାଳ-ଅନୁଗୋଳ ଏମ୍‌ପି ମହେଶ ସାହୁଙ୍କ ନାଁ ନ ଥିବାରୁ ଶନିବାର ରାତିରେ ସେଠାରେ କିଛି ସମୟ ପାଇଁ ଉତ୍ତେଜନା ଦେଖାଦେଇଥିଲା। ଏମ୍‌ପିଙ୍କ ସମର୍ଥକମାନେ ହୋ ହଲ୍ଲା କରିବାରୁ ଫଳକ ଲଗାଯିବା କାର୍ଯ୍ୟ ଅଧାରୁ ବନ୍ଦ ରହିଥିଲା। ପରେ ନୂଆ ଫଳକ ନିର୍ମାଣ ହୋଇ ଆସି ଦୁଇଟି ୱାର୍ଡ଼ର ମୁଖ୍ୟ ଫାଟକ କାନ୍ଥରେ ଲଗାଯାଇଛି। ପୂର୍ତ୍ତ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ହୃଦାନନ୍ଦ ଶତପଥୀ ଘଟଣାସ୍ଥଳକୁ ଆସିଥିଲେ। ଏ ନେଇ ପୂର୍ତ୍ତ ବିଭାଗ ଅଧିକାରୀ ଶତପଥୀ କହିଛନ୍ତି, ଏମ୍‌ପିଙ୍କ ନାମ ନ ଥିବା ଫଳକ ଆସିଥିଲା। କିନ୍ତୁ ଲଗାଯାଇ ନ ଥିଲା। ପରବର୍ତ୍ତୀ ସମୟରେ ଏହାକୁ ବଦଳା ଯାଇଛି। ଏମ୍‌ପି ନାମ ଥିବା ଫଳକ ଆସିବା ପରେ ତାଙ୍କ ସମର୍ଥକମାନେ ଶାନ୍ତ ପଡିଥିଲେ। ଏ ସମ୍ପର୍କରେ ଏମ୍‌ପି ସାହୁ କହିଛନ୍ତି, କୌଣସି ରାଜନୈତିକ ଦ୍ୱନ୍ଦ୍ୱ ନାହିଁ। ଓ୍ବାର୍ଡ ଉଦ୍‌ଘାଟନ ବିଷୟରେ ତାଙ୍କୁ ପୂର୍ତ୍ତ ବିଭାଗ ପକ୍ଷରୁ ସୂଚନା ଦିଆଯାଇ ନ ଥିଲା। ସମର୍ଥକଙ୍କଠାରୁ ଖବର ପାଇଛି। ଦିଲ୍ଲୀରୁ ଫେରିଲେ ଘଟଣା ବିଷୟରେ ବୁଝିବି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଜନା ଅପହଞ୍ଚ, ସମସ୍ୟା ଘେରରେ ଟୁମୋନିଖୋଲ: ସ୍ୱାଧୀନତାର ଦୀର୍ଘ ବର୍ଷ ପରେ ବି ମୌଳିକ ସୁବିଧାରୁ ବଞ୍ଚିତ ଆଦିବାସୀ ଗାଁ

ଥୁଆମୂଳ ରାମପୁର,୨୬/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ଆଦିବାସୀ ବହୁଳ ତୁମୋନିଖୋଲ ଗ୍ରାମରେ ସରକାରୀ ଯୋଜନା ସମ୍ପୂର୍ଣ୍ଣ ପ୍ରହସନ ପାଲଟିଛି।…

ପରିବାରର ବିରୋଧ ସତ୍ତ୍ୱେ ପ୍ରେମୀ ଯୁଗଳଙ୍କ ହେଲା ବିବାହ; ନିରାଶ ହୋଇ ଫେରିଲେ ଝିଅ ଘର ଲୋକ

ହାଟଡିହୀ, ୨୬/୬ (ଶୁଭକାନ୍ତ ନାୟକ): ପରିବାର ଲୋକଙ୍କ ପ୍ରବଳ ବିରୋଧ ସତ୍ତ୍ୱେ ଜଣେ ପ୍ରେମୀ ଯୁଗଳ ନିଜ ଇଚ୍ଛାରେ ବିବାହ କରିଛନ୍ତି। ଝିଅକୁ ଫେରାଇ ନେବାକୁ ଆସିଥିବା…

ଟ୍ରକ ପଛରେ ପିକଅପ୍‌ର ଧକ୍କା; ଚାଲିଗଲା ଦୁଇ ଜୀବନ

ଛତ୍ରପୁର, ୨୪/୬ (ଦିଲ୍ଲୀପ ସାମଲ): ଜାତୀୟ ରାଜପଥ ପୁଣି  ରକ୍ତରଞ୍ଜିତ ହୋଇଛି। ଏକ ଭୟାବହ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ଜୀବନ ଚାଲିଯାଇଛି। ଏହି ଦୁର୍ଘଟଣା ଗଞ୍ଜାମ…

ଓଡ଼ିଶା କଂଗ୍ରେସର ନୂଆ ପ୍ରଭାରୀ ହେଲେ ଲାଲ୍‌ଜୀ ଦେଶାଇ: AICC ପକ୍ଷରୁ ବିଜ୍ଞପ୍ତି ଜାରି

ଭୁବନେଶ୍ୱର,୨୬।୬: ରାଜ୍ୟ କଂଗ୍ରେସ ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ୍‌ଜୀ ଦେଶାଇଙ୍କୁ ରାଜ୍ୟ କଂଗ୍ରେସର ନୂଆ ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଛି। ସେ ପୂର୍ବତନ…

ଗଞ୍ଜେଇ ଚାଲାଣ ବେଳେ ମାଡି ବସିଲା ଅବକାରୀ ବିଭାଗ: ଦୁଇ ଶିକ୍ଷକ ସମେତ ଜଣେ ଗିରଫ

ଭବାନୀପାଟଣା,୨୬।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ଦୁଇ ଜଣ ଶିକ୍ଷକ ସମେତ ଜଣେ ଯୁବକ ଗଞ୍ଜେଇ ଚାଲାଣ କରୁଥିବା ବେଳେ ଶୁକ୍ରବାର ବଲାଙ୍ଗୀର ଜିଲା…

ବିଧାୟକଙ୍କ ବିରୋଧରେ ଅଭିଯୋଗକୁ ଭାଜପାର ଖଣ୍ଡନ: ଭାବମୂର୍ତ୍ତିକୁ ମଳିନ କରିବାକୁ ନ୍ୟସ୍ତସ୍ବାର୍ଥ ବ୍ୟକ୍ତିଙ୍କ…

ପୁରୁଷୋତ୍ତମପୁର,୨୬ା୬ (ସବିତା ମିଶ୍ର):କବିସର୍ଯ୍ୟନଗର ବିଧାୟକ ପ୍ରତାପଚନ୍ଦ୍ର ନାୟକଙ୍କ ବିକାଶମୂଳକ ଓ ଜନହିତକର କାର୍ଯ୍ୟକୁ ସହି ନ ପାରି ତାଙ୍କ ଭାବମୂର୍ତ୍ତିକୁ ମଳିନ କରିବାକୁ କିଛି ନ୍ୟସ୍ତସ୍ବାର୍ଥ ବ୍ୟକ୍ତି…

ଜାରି କରାଯାଇଥିଲା ଜାମିନବିହୀନ ଗିରଫ ପରୱାନା: ଏବେ ହେଲେ…

ଦିଗପହଣ୍ଡି,୨୬|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାଧାଦେଇପୁର ଗ୍ରାମର ହୀନ ଦଳେଇଙ୍କୁ ଶୁକ୍ରବାର ପାଟପୁର ପୋଲିସ ଗିରଫ କରି ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟ କୋର୍ଟକୁ…

ଫିଲ୍ମ ପରେ ଏବେ କ୍ରିକେଟ ମଇଦାନରେ ଜନ ଆବ୍ରାହମଙ୍କ ଏଣ୍ଟ୍ରି, ହେଲେ ଏହି ଟିମ୍‌ର ମାଲିକ

ନୂଆଦିଲ୍ଲୀ, ୨୬।୬: ବଲିଉଡର ଆକ୍ସନ ଷ୍ଟାର୍ ଜନ ଅବ୍ରାହମ୍ ଏବେ କ୍ରିକେଟ୍ ପିଚ୍‌ରେ ନଜର ଆସିବେ। ସେ ପ୍ରଥମ ୟୁରୋପିଆନ୍ ଟି-୨୦ ପ୍ରିମିୟର ଲିଗ୍ (ETPL)ର ଫ୍ରାଞ୍ଚାଇଜ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri