ଆଜି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର, ୨୨।୫(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଓଡ଼ିଶା ଓ ପଶ୍ଚିମବଙ୍ଗର ବାତ୍ୟା ପ୍ରଭାବିତ ଅଞ୍ଚଳ ଆକାଶମାର୍ଗରୁ ବୁଲି ଦେଖିବେ। ଏଥିସହ ରିଲିଫ ଏବଂ ଥଇଥାନ କାର୍ଯ୍ୟ ପ୍ରସଙ୍ଗରେ ସମୀକ୍ଷା କରିବେ ବୋଲି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମ୍‌ଓ) ପକ୍ଷରୁ ଗୁରୁବାର ରାତିରେ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସମୟ ନେଇ ପିଏମ୍‌ଓ କିମ୍ବା ରାଜ୍ୟ ସରକାରଙ୍କ ପକ୍ଷରୁ କିଛି ସ୍ପଷ୍ଟ ସୂଚନା ମିଳି ନ ଥିଲେ ମଧ୍ୟ ସେ ଅପରାହ୍ନ ପ୍ରାୟ ୧ଟାରୁ ୨ଟା ମଧ୍ୟରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି। ରାଜ୍ୟ ଗୋଇନ୍ଦା ବିଭାଗ ନିର୍ଦ୍ଦେଶକ ସତ୍ୟଜିତ ମହାନ୍ତି, ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ଏବଂ ଏଡିଜି ସୌମେନ୍ଦ୍ର ପ୍ରିୟଦର୍ଶୀ ବିମାନବନ୍ଦର ଯାଇ ସେଠାକାର ସୁରକ୍ଷାର ସ୍ଥିତି ପରଖିଛନ୍ତି। ଏହାସହ ଅନ୍ୟାନ୍ୟ ସୁରକ୍ଷା ସ୍ଥିତି ସମ୍ପର୍କରେ ମଧ୍ୟ ଯାଞ୍ଚ କରିଛନ୍ତି। ବୁଧବାର ଓଡ଼ିଶା ଏବଂ ପଶ୍ଚିମବଙ୍ଗରେ ବାତ୍ୟା ‘ଅମ୍ଫନ୍‌’ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ପ୍ରଧାନମନ୍ତ୍ରୀ ଦୁଇ ରାଜ୍ୟର ବାତ୍ୟାଜନିତ କ୍ଷୟକ୍ଷତି ଦେଖି ସମୀକ୍ଷା କରି ଫେରିଯିବେ ବୋଲି ଜଣାପଡ଼ିଛି। ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ବିଏମ୍‌ସି କମିଶନର ପ୍ରେମ୍‌ଚାନ୍ଦ ଚୌଧାରୀ ଏବଂ ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ରାତିରେ ବିମାନବନ୍ଦର ଗସ୍ତ କରି ପ୍ରସ୍ତୁତି କାର୍ଯ୍ୟର ସମୀକ୍ଷା କରିଛନ୍ତି।

ଓଡ଼ିଶା ସରକାରଙ୍କ ବାତ୍ୟା ପରିଚାଳନାକୁ ପ୍ରଧାନମନ୍ତ୍ରୀ ମୋଦି ପ୍ରଶଂସା କରିଛନ୍ତି। ଗୁରୁବାର ଟୁଇଟ କରି ସେ କହିଛନ୍ତି ଯେ, ବାତ୍ୟା ଅମ୍ଫନ୍‌କୁ ଓଡ଼ିଶାବାସୀ ସାହସର ସହିତ ମୁକାବିଲା କରିଛନ୍ତି। ଓଡ଼ିଶାବାସୀଙ୍କ ଭାବାବେଗକୁ ସେ ସମର୍ଥନ କରିଛନ୍ତି। ପ୍ରଭାବିତଙ୍କୁ ସହାୟତା କରିବା ପାଇଁ ସରକାରୀ ଅଧିକାରୀ ଓ କର୍ମଚାରୀମାନେ ତୃଣମୂଳସ୍ତରରେ ଯଥାସମ୍ଭବ ପ୍ରୟାସ କରିଛନ୍ତି। ପରିସ୍ଥିତି ଖୁବ୍‌ଶୀଘ୍ର ସ୍ବାଭାବିକ ହେଉ ବୋଲି ମୋଦି ଆଶା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

କେରଳକୁ ଦାଦନ ଖଟି ଯାଇଥିଲେ, କୁଅରୁ ଉଦ୍ଧାର ହେଲା ଶ୍ରମିକଙ୍କ ମୃତଦେହ: ଅର୍ଥ ଅଭାବ ଯୋଗୁ ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୩୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗୁମିକିଆ ପଞ୍ଚାୟତ କୁନ୍ଦୁପାଙ୍ଗା ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତଦେହକୁ ନିଜ…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ବରଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସ୍କୁଲ ବସ୍‌ ଧକ୍କାରେ ଚାଲିଗଲା ୧୦୮ ଆମ୍ବୁଲାନ୍ସ ଚାଳକଙ୍କ ଜୀବନ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି-ଅମ୍ବାଭୋନା ରାସ୍ତା ତରାଜୁଙ୍ଗା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍କୁଲ ବସ୍ ଧକ୍କାରେ…

ରେଳମନ୍ତ୍ରୀଙ୍କୁ ଭେଟିଲେ MP ପ୍ରଦୀପ ପୁରୋହିତ: ବରଗଡ଼-ଝାରସୁଗୁଡ଼ା ପାଇଁ ୪ ନୂତନ ଟ୍ରେନ୍ ଚଳାଚଳ ପାଇଁ ଦେଲେ ପ୍ରସ୍ତାବ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଲୋକସଭା କ୍ଷେତ୍ର ଅନ୍ତର୍ଗତ ବରଗଡ଼ ଓ ଝାରସୁଗୁଡ଼ା ଜିଲାରେ ରେଳସେବାର ବ୍ୟାପକ ବିକାଶ, ଯାତ୍ରୀ ସୁବିଧା ବୃଦ୍ଧି ଏବଂ ନୂତନ ଟ୍ରେନ୍ ସେବା…

ଅସହାୟଙ୍କ ପାଇଁ ସାହା ହେଲା ବିନ୍ଦୁମିନା ସେବା ଫାଉଣ୍ଡେଶନ: ବର୍ଷା ବିପନ୍ନଙ୍କୁ ମାଗଣା ରାଶନ ଓ ଶୁଖିଲା ଖାଦ୍ୟ ବଣ୍ଟନ

ଭବାନୀପାଟଣା/ଗୋଲାମୁଣ୍ଡା,୩୦।୭(ଉତ୍ତମ କୁମାର ଦାଶ/ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକରେ ପ୍ରବଳ ବର୍ଷା ଯାହାକି ଜରୁରୀକାଳୀନ ପରିସ୍ଥିତି ସୃଷ୍ଟି କରିଛି, ସେହି ସମୟରେ ବିପନ୍ନଙ୍କ ପାଇଁ ଦେବଦୂତ…

ଛାଡ଼ି ଯାଇଛି ବନ୍ୟା, କମିନି ଦୁର୍ଦ୍ଦଶା: ୩୧ ହଜାରରୁ ଅଧିକ ଲୋକ ପ୍ରଭାବିତ; ଭାଙ୍ଗିଛି ଘର, ଚିନ୍ତାରେ…

ହାଟଡିହୀ/ଛେନାପଦୀ,୩୦।୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀରେ ଆସିଥିବା ବନ୍ୟା ପାଣି କମିଯାଇଥିଲେ ମଧ୍ୟ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳରେ ଲୋକଙ୍କ ଦୁର୍ଦ୍ଦଶା କମିବାର…

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri