ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ଫଗନ ସିଂ କୁଲସ୍ତେ

ଭୁବନେଶ୍ୱର,୫।୧(ବ୍ୟୁରୋ): ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ସମ୍ପର୍କରେ ଭାଜପା ପକ୍ଷରୁ ରବିବାରଠାରୁ ଜନଜାଗରଣ ସୃଷ୍ଟି କରାଯିବ। ଏହି କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ କେନ୍ଦ୍ର ଇସ୍ପାତ ରାଷ୍ଟ୍ରମନ୍ତ୍ରୀ ଫଗନ ସିଂ କୁଲସ୍ତେ ଓଡ଼ିଶା ଆସୁଛନ୍ତି। କୁଲସ୍ତେ ରବିବାର କେନ୍ଦ୍ରାପଡା ଜିଲା ମହାକାଳପଡାଠାରେ ସର୍ବଭାରତୀୟ ସ୍ତରରେ ଜନସମ୍ପର୍କ ଅଭିଯାନର ଶୁଭାରମ୍ଭ କରିବେ। ସେଠାରେ ବସବାସ କରୁଥିବା ଶରଣାର୍ଥୀମାନଙ୍କୁ ସିଏଏ ସମ୍ପର୍କରେ ଅବଗତ କରାଇବେ ବୋଲି ଭାଜପା ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି।
ରାଜ୍ୟରେ ସିଏଏକୁ ସମର୍ଥନ କରି ୫ ବଡଧରଣର ସଭା ଓ ଶୋଭାଯାତ୍ରା କରାଯିବ। ଚଳିତ ମାସ ୬ରେ କଟକରେ ଏକ ଶୋଭାଯାତ୍ରା କରାଯିବ। ଏଥିରେ ଏହି ଶୋଭାଯାତ୍ରାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେବେ। ସେହିଭଳି ଆଗାମୀ ଦିନରେ ରାଜଧାନୀରେ ବୃଦ୍ଧିଜୀବୀ ସମ୍ମିଳନୀ ଆୟୋଜିତ ହେବ। ଭାଜପା କର୍ମୀମାନେ ୩୬ ସାଂଗଠନିକ ଜିଲାରେ ବୁଦ୍ଧିଜୀବୀ ସମ୍ମିଳନୀ କରିବେ। ରାଜ୍ୟର ପାଖାପାଖି ଏକ କୋଟି ପରିବାରକୁ ଯାଇ ଏହି ଆଇନ ସମ୍ପର୍କରେ ବୁଝାଇବେ। ଏହି କାର୍ଯ୍ୟକ୍ରମ ଆଗାମୀ ୧୫ ପର୍ଯ୍ୟନ୍ତ କ୍ରମାଗତ ଭାବରେ ଚାଲୁ ରହିବ ବୋଲି ହରିଚନ୍ଦନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri