ଆଜି ଓଡ଼ିଶାରେ ପହଞ୍ଚିବେ ନୂଆ ରାଜ୍ୟପାଳ: ୩ରେ ନେବେ ଶପଥ

ଭୁବନେଶ୍ୱର, ୨ା୧(ସୁନିତ୍‌ ମିଶ୍ର):ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ହରିବାବୁ କମ୍ଭମ୍‌ପତି ଶପଥ ନେବେ। ୩ ତାରିଖରେ ଶପଥ ଗ୍ରହଣ ସମାରୋହ କାର୍ଯ୍ୟକ୍ରମ ରହିଛି। ଗୁରୁବାର ସେ ଓଡ଼ିଶାରେ ପହଞ୍ଚତ୍ବେ। ରାଜଭବନରେ ନୂଆ ରାଜ୍ୟପାଳଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମ ହେବ। ମିଜୋରାମର ପୂର୍ବତନ ରାଜ୍ୟପାଳ କମ୍ଭମ୍‌ପତି ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତି ପାଇଛନ୍ତି। କମ୍ଭମ୍‌ପତି ୨୦୨୧ ଜୁଲାଇ ୧୯ରେ ମିଜୋରାମର ରାଜ୍ୟପାଳ ଭାବେ ଶପଥ ନେଇଥିଲେ। ସୂଚନାଯୋଗ୍ୟ, ଓଡ଼ିଶା ରାଜ୍ୟପାଳ ଥିବା ରଘୁବର ଦାସଙ୍କୁ ନିକଟରେ ହଟାଇ ଦିଆଯାଇଛି। ରଘୁବରଙ୍କୁ ଏପରି ହଠାତ୍‌ କାହିଁକି ରାଜ୍ୟପାଳ ପଦରୁ ହଟାଇ ଦିଆଗଲା ସେନେଇ କେହି ଆଉ ମୁହଁ ଖୋଲିନାହାନ୍ତି। ରଘୁବର ରାଜନୀତି ପ୍ରତି ରୁଚି ରଖୁଥିବା କାରଣରୁ ତାଙ୍କୁ କେନ୍ଦ୍ରରେ କିଛି ବଡ଼ ଦାୟିତ୍ୱ ମିଳିପାରେ ବୋଲି ଭାଜପା ନେତାମାନଙ୍କ ମୁହଁରୁ ଶୁଣିବାକୁ ମିଳିଥିଲା। ହେଲେ ଆଉ କେତେଜଣ ଏହା ରଘୁବରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ବୋଲି ମତ ରଖିଛନ୍ତି। ରଘୁବରଙ୍କୁ ରାଜ୍ୟପାଳ ପଦରୁ ହଟାଯିବା ପଛର ବାସ୍ତବ କଥା କ’ଣ ତାହା ଜଣାପଡ଼ି ନାହିଁ। ଅନ୍ୟପଟେ ଝାଡ଼ଖଣ୍ଡରେ ଭାଜପା ପରାଜୟର ସମ୍ମୁଖୀନ ହୋଇଥିବା ବେଳେ ଏଥିଲାଗି କୁଆଡ଼େ ରଘୁବର ଦାୟୀ ବୋଲି ଅନେକେ ଚର୍ଚ୍ଚା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

ମୋଦିଙ୍କ ଭିଡ଼ିଓକୁ ନେଇ କଡ଼ା ଟାର୍ଗେଟ କଲେ ରୋହଣୀ

ନୂଆଦିଲ୍ଲୀ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଭିଡିଓ ଜାରି କରି କହିଛନ୍ତି ଯେ ସେ ତାଙ୍କ ପ୍ରତି ଅପଶବ୍ଦ ବ୍ୟବହାର କରିଥିବା ପିଲାମାନଙ୍କୁ କ୍ଷମା କରିଦେଇଛନ୍ତି। ସାମ୍ପ୍ରତିକ…

ରାସ୍ତାରେ ଖୁଚୁରା ଟଙ୍କା ପକାଇ ମୁହୂର୍ତ୍ତକ ଭିତରେ ନେଇଗଲେ ୫ ଲକ୍ଷ ଟଙ୍କା ଭର୍ତ୍ତି ବ୍ୟାଗ

ଗଜପତି,(ଗିରିଧାରୀ ପରିଛା) ୧।୮: ଦିନଦ୍ୱିପ୍ରହରରେ ବ୍ୟାଙ୍କ ସାମ୍ନାରେ ଫିଲ୍ମ ଷ୍ଟାଇଲରେ ଲୁଟ୍। ରାସ୍ତାରେ ଖୁଚୁରା ଟଙ୍କା ପକାଇ ଧ୍ୟାନ ଭୁଲାଇଦେଲେ, ଆଉ ମୁହୂର୍ତ୍ତକ ଭିତରେ ୫ ଲକ୍ଷ…

୪୦ ଫୁଟ ତଳକୁ ଖସିଲା ବାଇକ୍; ଜଣେ ମୃତ, ଜଣେ ଗୁରୁତର

ଗୁଣୁପୁର, ୧/୮ (ସଂକେତ ପାତ୍ର): ରାୟଗଡ଼ା ଜିଲା ପୁଟାସିଂ ଥାନା ଅନ୍ତର୍ଗତ ଆରାଡୁଲ ଘାଟିରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍ ଭାରସାମ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri