ଆଜି କାର୍ତ୍ତିକ ପୂର୍ଣ୍ଣିମା

ପୁରୀ ଅଫିସ, ୧୨ା୧୧: ମଙ୍ଗଳବାର ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ଶ୍ରୀକ୍ଷେତ୍ରର ବିଭିନ୍ନ ତୀର୍ଥ ପୁଷ୍କରିଣୀ ଓ ମହୋଦଧିରେ ଲକ୍ଷାଧିକ ଶ୍ରଦ୍ଧାଳୁ ସ୍ନାନ ଓ ବୋଇତ ବନ୍ଦାଣ କରିବା ପରେ ମହାପ୍ରଭୁଙ୍କୁ ଦର୍ଶନ କରିବେ। ରତ୍ନସିଂହାସନରେ ଠାକୁରମାନଙ୍କ ଦୁଲର୍‌ଲଭ ସୁନାବେଶ ଦର୍ଶନ ଲାଗି ପ୍ରାୟ ୩ ଲକ୍ଷରୁ ଅଧିକ ଭକ୍ତଙ୍କ ସମାଗମ ହେବ ବୋଲି ପ୍ରଶାସନ ଆକଳନ କରିଛି। ସୋମବାର ଅପରାହ୍ନରୁ ପୁରୀକୁ ଭକ୍ତଙ୍କ ଆଗମନ ହୋଇଛି। ଏହାକୁ ଦୃଷ୍ଟିରେ ରଖି ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଟ୍ରାଫିକ ବ୍ୟବସ୍ଥା ନିୟନ୍ତ୍ରଣ, ଭକ୍ତଙ୍କ ସୁରକ୍ଷିତ ସ୍ନାନ, ଡଙ୍ଗାଭସା ଓ ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ ଲାଗି ମୋଟ ୪୦ ପ୍ଲାଟୁନ ଫୋର୍ସ ମୁତୟନ ରହିବେ।
ବିଶେଷକରି ଶ୍ରୀମନ୍ଦିରରେ ପ୍ରବଳ ଗହଳିକୁ ଦୃଷ୍ଟିରେ ରଖି ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଗହଳି ନିୟନ୍ତ୍ରଣ ପାଇଁ ଏକମୁଖୀ ପ୍ରବେଶ ବ୍ୟବସ୍ଥା ଲାଗୁ କରାଯିବ। ଅର୍ଥାତ୍‌ ଭକ୍ତମାନେ କେବଳ ସିଂହଦ୍ୱାର ଦେଇ ପ୍ରବେଶ କରିବେ। ଦର୍ଶନ ସାରି ଆନନ୍ଦ ବଜାରକୁ ଯାଇପାରିବେ। ଭିତର ବେଢା ବୁଲିସାରିବା ପରେ ଅନ୍ୟ ତିନିଦ୍ୱାର ଦେଇ ବାହାରିବେ। ମନ୍ଦିର ଭିତର ଗହଳି ସିଂହଦ୍ୱାରଠାରୁ ନିୟନ୍ତ୍ରଣ କରାଯିବ ଅର୍ଥାତ୍‌ ଭକ୍ତମାନଙ୍କୁ ସିଂହଦ୍ୱାରରୁ ନିୟନ୍ତ୍ରଣ କରାଯାଇ ଭିତରକୁ ଛଡ଼ାଯିବ। ସେହିପରି ସ୍ବତନ୍ତ୍ର ନୀତି ବେଳେ ଦର୍ଶନ ବନ୍ଦ ରହିବା ନେଇ ଡାକବାଜି ଯନ୍ତ୍ର ଯୋଗେ ଶ୍ରଦ୍ଧାଳୁଙ୍କୁ ସଚେତନ କରିବା ଲାଗି ମଧ୍ୟ ବ୍ୟବସ୍ଥା ହୋଇଛି। ବରିଷ୍ଠ ନାଗରିକ, ମହିଳା ଏବଂ ଦିବ୍ୟାଙ୍ଗ ଭକ୍ତଙ୍କ ଦର୍ଶନ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ସହରକୁ ସଂଯୋଗ କରୁଥିବା ପ୍ରତ୍ୟେକ ରାସ୍ତାର ପ୍ରବେଶ ପଥରେ ଟ୍ରାଫିକ ନିୟନ୍ତ୍ରଣ କରାଯିବ। ଏ ସମ୍ପର୍କରେ ଏସ୍‌ପି ଉମାଶଙ୍କର ଦାଶ କହିଛନ୍ତି, କାର୍ତ୍ତିକ ପୂର୍ଣ୍ଣିମାରେ ବିଗତ ବର୍ଷଗୁଡ଼ିକ ଭଳି ଭକ୍ତଙ୍କ ଭିଡ଼ ହେବ ବୋଲି ଆଶା କରୁଛୁ। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ୪୦ ପ୍ଲାଟୁନ ଫୋର୍ସ ଏବଂ ୧୦୦ ପୋଲିସ ଅଧିକାରୀଙ୍କୁ ନିୟୋଜିତ କରାଯାଇଛି। ବଡ଼ିଭୋରୁ ସମୁଦ୍ର ସମେତ ବିଭିନ୍ନ ତୀର୍ଥ ପୁଷ୍କରିଣୀରେ ଲୋକେ ଡଙ୍ଗା ଭସାଇବେ। ଏହାକୁ ଦୃଷ୍ଟିରେ ରଖି ସମୁଦ୍ରକୂଳ, ନରେନ୍ଦ୍ର ପୁଷ୍କରିଣୀ, ଶ୍ୱେତଗଙ୍ଗା ପ୍ରଭୃତି ତୀର୍ଥ ପୁଷ୍କରିଣୀରେ ଫୋର୍ସ ମୁତୟନ କରାଯାଇଛି। ସେହିପରି ଟ୍ରାଫିକ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ଲାଗି ମଧ୍ୟ ପଦକ୍ଷେପ ନିଆଯାଇଛି। ବିଗତ ବର୍ଷଗୁଡ଼ିକରେ ବଡ଼ଦାଣ୍ଡ ଉଭୟ ପାର୍ଶ୍ୱରେ ବାଇକ୍‌ ପାର୍କିଂ କରାଯାଉଥିଲା। ଏଥର ମାର୍କେଟ ଛକସ୍ଥିତ ମ୍ୟୁନିସିପାଲିଟି ମାର୍କେଟ କମ୍ପ୍ଲେକ୍ସ ପରିସରରେ ବାଇକ୍‌ଗୁଡ଼ିକ ପାର୍କିଂ କରାଯିବ। ସେହିପରି ପୁରୁଣା ଜେଲ୍‌, ଜଗନ୍ନାଥ ବଲ୍ଲଭ ପରିସରରେ ଚାରିଚକିଆ ଯାନ ପାର୍କିଂ ହେବ। ଯଦି ଅଧିକ ଗାଡ଼ିି ଆସିବ ତେବେ ତାଳବଣିଆ କିମ୍ବା ମଙ୍ଗଳାଘାଟରେ ପାର୍କିଂ କରାଯିବ ସେ ନେଇ ନିଷ୍ପତ୍ତି ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ବର୍ଦ୍ଧିତ ଦରମା ନେବାକୁ ମନା କଲେ ନବୀନ, ମୁଖ୍ୟମନ୍ତ୍ରୀ ଚିଠି ଲେଖି କହିଲେ ମୋ ଦରମାକୁ…

ଭୁବନେଶ୍ୱର,୧୩ା୧୨: ଏହି କିଛିଦିନ ତଳେ ମୋହନ ସରକାର ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବଢ଼ାଇଛନ୍ତି। ବିଧାୟକଙ୍କ ଦରମା ପୂର୍ବରୁ ୧ ଲକ୍ଷ ଟଙ୍କା ଥିବାବେଳେ ସରକାର...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ନାବାଳିକା ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର, ରେଲଓ୍ବେ ଷ୍ଟେଶନରୁ ଉଦ୍ଧାର ପରେ…

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ଏକ ପ୍ରତିଷ୍ଠିତ କଲେଜରେ ଯୁକ୍ତ ୩ରେ ପଢୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ...

ଧାନମଳା ମେଶିନରେ ପଶିଗଲା ଯୁବକଙ୍କ ହାତ, ଆଉ ତା’ ପରେ…

ମୋହନା,୧୩ା୧୨(ମନ୍ମଥ ମିଶ୍ର): ଧାନମଳା ମେଶିନରେ ହାତକଟି ଯିବାରୁ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଏଭଳି ଘଟଣା ଘଟିଛି ମୋହନା ବ୍ଲକ ଅନ୍ତର୍ଗତ ପିଣ୍ଡିକି ପଞ୍ଚାୟତ ନିଜୁମା...

ଧାନ ଉଠାଇବା ପାଇଁ ଜିଲାପାଳଙ୍କୁ ଗୁହାରି: ଗୋଡ଼ତଳେ ଧାନ ପକାଇ ମୁଣ୍ଡିଆ ମାରିଲେ ଚାଷୀ

ପଦ୍ମପୁର,୧୩ା୧୨(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟା ସ୍ବାଭାବିକ ହୋଇ ପାରିନାହିଁ। ଜିଲାର ବିଭିନ୍ନ ମଣ୍ଡିରେ ବହୁ ପରିମାଣରେ ଧାନ ପଡ଼ିରହିଛି। ଏହାକୁ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri