Posted inଖେଳ

ଆଜି କ୍ରିକେଟକୁ ଅଲ୍‌ବିଦା କରିଥିଲେ ସଚିନ

ନୂଆଦିଲ୍ଲୀ,୧୬।୧୧- କିମ୍ବଦନ୍ତୀ କ୍ରିକେଟର ସଚିନ ତେନ୍ଦୁଲକରଙ୍କ ଅନ୍ତର୍ଜାତୀୟ କ୍ରିକେଟର କ୍ୟାରିୟରର ଅନ୍ତିମ ଦିନର ବ୍ୟାଟିଂ ଦେଖିବା ପାଇଁ ୨୦୧୩, ନଭେମ୍ବର ୧୬ ତାରିଖ ତଥା ଆଜିର ଦିନରେ ଓ୍ବାଙ୍ଖଡେ ଷ୍ଟାଡିୟମ କ୍ରିକେଟ ପ୍ରଶଂସକଙ୍କ ସାଗର ପାଲଟିଥିଲା। ତେନ୍ଦୁଲକରଙ୍କ ଲମ୍ବା ଫର୍ମାଟ୍‌ରେ ଅନ୍ତିମ ମ୍ୟାଚ୍‌ ହିଁ ୨୦୦ତମ ମ୍ୟାଚ୍‌ ଥିଲା। ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଖେଳାଯାଇଥିବା ଉକ୍ତ ସିରିଜର ଅନ୍ତିମ ଟେଷ୍ଟ ସଚିନଙ୍କ ଘରୋଇ ସହର ମୁମ୍ବାଇରେ ଖେଳାଯାଇଥିଲା। ପ୍ରଥମ ଇନିଂସରେ ଓ୍ବେଷ୍ଟଇଣ୍ଡିଜ ୧୮୨ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିବାବେଳେ ଭାରତ ୪୯୫ ସ୍କୋର କରିଥିଲା। ଏଣୁ ଦ୍ୱିତୀୟ ଇନିଂସ ବ୍ୟାଟିଂର କୌଣସି ସମ୍ଭାବନା ନ ଥିଲା। ପ୍ରଥମ ଇନିଂସରେ ତେନ୍ଦୁଲକର ଆଉଟ ହେବା ପରେ ପୂରା ଷ୍ଟାଡିୟମ୍‌ ଚୁପ ହୋଇଯାଇଥିଲା। ବ୍ୟାଟିଂ ଆଇକନ ଅନ୍ତିମ ଇନିଂସରେ ୭୪ ରନ୍‌ କରିଥିଲେ। ସେହି ଦିନ ଅନ୍ତିମ ଥର ଷ୍ଟାଡିୟମ ସଚିନ…ସଚିନ ଡାକରେ ଗୁଞ୍ଜରି ଉଠିଥିଲା। ଆଜିର ଦିନରେ ମହମ୍ମଦ ଶାମି ଓ୍ବେଷ୍ଟଇଣ୍ଡିଜର ଅନ୍ତିମ ବ୍ୟାଟ୍ସମ୍ୟାନ ଶାନନ ଗାବ୍ରିଏଲଙ୍କୁ ଆଉଟ୍‌ କରି ମ୍ୟାଚ୍‌ ଶେଷ କରିଥିଲେ। ତେନ୍ଦୁଲକରଙ୍କ ଟେଷ୍ଟ କ୍ୟାରିୟରରେ ୫୧ ଶତକ ସହ ୫୩.୭୮ ହାରରେ ୧୫,୯୨୧ ରନ୍‌ କରିଛନ୍ତି। ତାଙ୍କ ନାମରେ ୪୬୩ ଦିନିକିଆ ୪୪.୮୩ ଆଭରେଜରେ ୪୯ ଶତକ ଓ ୯୬ ଅର୍ଦ୍ଧଶତକ ସହ ୧୮,୪୨୬ ରନ୍‌ ରହିଛି। ସେ ପୂର୍ବରୁ ଦିନିକିଆ ଓ ଆଇପିଏଲରୁ ସନ୍ନ୍ୟାସ ନେଇ ସାରିଥିଲେ। ଏହି ଦିନ ତେନ୍ଦୁଲକର ୨୪ ବର୍ଷର ଲମ୍ବା କ୍ୟାରିୟରର ଅନ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିନ ଦ୍ବିପହରରେ ସଶସ୍ତ୍ର ଡକାୟତି ଉଦ୍ୟମ: ବନ୍ଧୁକ ମୁନରେ ଭୟଭୀତ କଲେ; ହେଲେ ଗ୍ରାମବାସୀଙ୍କ ସାହସିକତା ଯୋଗୁ…

କୋକସରା,୧୪।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବାଙ୍କିମୁଣ୍ଡା ଗ୍ରାମରେ ମଙ୍ଗଳବାର ଦିନ ଦ୍ବିପ୍ରହରରେ ଏକ ସାଂଘାତିକ ସଶସ୍ତ୍ର ଡକାୟତି ଉଦ୍ୟମ ବିଫଳ ହୋଇଛି।…

ଗ୍ୟାସ ସିଲିଣ୍ତରକୁ ନେଇ ବଡ଼ ଖବର! ମାତ୍ର ୬୭୩ ଟଙ୍କାରେ ମିଳିବ ସିଲିଣ୍ତର? ଜାଣନ୍ତୁ କିପରି କରିବେ ବୁକିଂ..

ନୂଆଦିଲ୍ଲୀ,୧୪ା୭: LPG ଗ୍ରାହକଙ୍କ ପାଇଁ ଆସିଲା ଖୁସି ଖବର । ଗ୍ୟାସକୁ ନେଇ ଆସିଛି ବଡ଼ ଅପଡେଟ୍ । କିଣିବାକୁ ଚାହୁଁଥିଲେ ଜାଣନ୍ତୁ ପୂରା ଖବର ।…

Budh Uday: ୨୫ ଜୁଲାଇ ପରେ ୫ ରାଶିଙ୍କ ବିଜନେସ୍-କ୍ୟାରିୟରରେ ହେବ ବଡ଼ ଉନ୍ନତି; ଭାଗ୍ୟବାନ ରାଶି…

୨୫ ଜୁଲାଇ, ୨୦୨୬ରେ ବୁଧ ନିଜ ରାଶି ମିଥୁନ ରାଶିରେ ଉଦୟ ହେବ, ଯାହା ଅନେକ ରାଶି ପାଇଁ ସେମାନଙ୍କ କ୍ୟାରିଅର ଏବଂ ବ୍ୟବସାୟରେ ଲାଭ ଆଣିପାରେ।…

୧୩ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ: ଜାଣନ୍ତୁ କାହା ଉପରେ ବାଜିଲା ମୋହର

ଭୁବନେଶ୍ୱର, ୧୩।୭: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର ମୋଟ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ସଚିବ ଅନୁ ଗର୍ଗ…

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri