ଆଜି ତାଳଚେର, ପାଲଲହଡ଼ାରେ ବନ୍ଦ ପାଳନ

ତାଳଚେର, ୧୧ା୧୧ (ନି.ପ୍ର.):ପୂର୍ବ ନିଷ୍ପତ୍ତି ମୁତାବକ ଅନୁଗୋଳ ଜିଲା ତାଳଚେର ଓକିଲ ସଂଘ ପକ୍ଷରୁ ୧୧ ତାରିଖରେ ୧୨ ଘଣ୍ଟିଆ ତାଳଚେର ଓ ପାଲଲହଡ଼ା ବନ୍ଦ ଆନ୍ଦୋଳନ କରାଯିବ। ଗୁରୁବାର ଓକିଲ ସଂଘ ସଭାପତି ସନ୍ତୋଷ କୁମାର ସାହୁ ଏହି ସୂଚନା ଦେଇଛନ୍ତି। ସାହୁ କହିଛନ୍ତି, ଗତ ୨୬ ତାରିଖରେ ତାଳଚେର ସିଏଏସ୍‌ଆଇ ଓକିଲମାନଙ୍କ ନାମରେ କରିଥିବା ମିଥ୍ୟା ମକଦ୍ଦମା ପ୍ରତ୍ୟାହାର ଓ ସମ୍ପୃକ୍ତ ସିଏଏସ୍‌ଆଇଙ୍କୁ ନିଲମ୍ବିତ କରାଯିବା ସହ ଅନ୍ୟ କର୍ମଚାରୀଙ୍କ ବଦଳି ଦାବି କରି ସଂଘ ପକ୍ଷରୁ ୧୪ ଦିନ ହେଲା କାର୍ଯ୍ୟ ବନ୍ଦ ଆନ୍ଦୋଳନ ଚାଲିଛି। ଓକିଲ ସଂଘର ଦାବିଗୁଡ଼ିକ ପ୍ରତି ବିଚାର କରିବାକୁ ସା ୭ଟା ପର୍ଯ୍ୟନ୍ତ ଜିଲା ପ୍ରଶାସନକୁ ସମୟ ଦିଆଯାଇଥିଲା। ହେଲେ କିଛି ପଦକ୍ଷେପ ନିଆ ନ ଯିବାରୁ ପୂର୍ବ ନିଷ୍ପତ୍ତି ଅନୁଯାୟୀ ୧୧ ତାରିଖ ସକାଳ ୬ ଘଟିକାଠାରୁ ସନ୍ଧ୍ୟା ୬ ଘଟିକା ପର୍ଯ୍ୟନ୍ତ ତାଳଚେର ଓ ପାଲଲହଡ଼ାରେ ବନ୍ଦ ପାଳନ କରାଯିବାକୁ ସ୍ଥିର କରାଯାଇଛି। ଏହି ବନ୍ଦ ପାଳନ ବେଳେ ଏମ୍‌ସିଏଲ୍‌ର ସମସ୍ତ କୋଇଲା ଖଣି, ଟ୍ରକ୍‌ ଓ ରେଳ ଯୋଗେ କୋଇଲା ପରିବହନ, ସମସ୍ତ ଯାତ୍ରୀବାହୀ ଗାଡି, ଦୋକାନ ବଜାର, ସ୍କୁଲ୍‌ କଲେଜ ଓ ଅନ୍ୟାନ୍ୟ ଶିକ୍ଷାନୁଷ୍ଠାନ, ସରକାରୀ, ବେସରକାରୀ କାର୍ଯ୍ୟାଳୟ, ସମସ୍ତ ବ୍ୟାଙ୍କ ବନ୍ଦ କରାଯିବ। ଏହି ବନ୍ଦକୁ ବିଭିନ୍ନ ରାଜନୈତିକ ଦଳର ନେତୃବୃନ୍ଦ, ସାମାଜିକ ଅନୁଷ୍ଠାନ ନୈତିକ ସମର୍ଥନ ଦେଇଥିବା ସଂଘ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଇଟାଭାଟିରେ ୧୧ରେ ଶିଶୁ ଶ୍ରମିକ, ରାୟଗଡ଼ା ଜିଲା ପ୍ରଶାସନର ତନାଘନା

ରାୟଗଡ଼ା,୯।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବ୍ଲକ ଚାନ୍ଦିଲି ଥାନା ଅର୍ନ୍ତଗତ ଭାକୁରଗୁଡ଼ା ସ୍ଥିତ ଏକ ଇଟାଭାଟିରେ ବେଆଇନ ଭାବେ ଶିଶୁ ଶ୍ରମିକ ନିଯୁକ୍ତି ଅଭିଯୋଗ ସାମ୍ନାକୁ ଆସିଛି…

ଆଇସକ୍ରିମ୍‌ ଖାଇ ୧୮ ପିଲା ଅସୁସ୍ଥ, ଡାକ୍ତରଖାନାରେ ଭର୍ତ୍ତି

ବାଙ୍କି , ୯।୨( ଶୁଭେନ୍ଦୁ ମହାପାତ୍ର): ଆଇସକ୍ରିମ୍‌ ଖାଇ ୧୮ ପିଲା ଅସୁସ୍ଥ । ଏଭଳି ଘଟଣା ବାଙ୍କି ଥାନା ଅନ୍ତର୍ଗତ ଭେଡା ରାମଚନ୍ଦ୍ରପୁର ପଞ୍ଚାୟତସ୍ଥିତ କୁମୁସର…

ସ୍କୁଟିକୁ ପିଟିଲା କାର: ୭ ଗୁରୁତର

ବାରିପଦା,୯।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ଉପକଣ୍ଠ ବେତନଟୀ ଥାନା  ଅଧିନ ୧୮ନଂ ଜାତୀୟ ରାଜପଥ ବୁଢ଼ୀଖମାରଠାରେ ଏକ ଦୁର୍ଘଟଣା ଘଟିଛି । ସୋମବାର ଅପରାହ୍ନରେ…

ବିଶ୍ୱଶାନ୍ତି ମହାଯଜ୍ଞ ଆରମ୍ଭ: କଳସ ଯାତ୍ରାରେ ସାମିଲ ହେଲେ ବିଧାୟକ, ଆସନ୍ତା ୨୦ରେ ହେବ…

ଗଞ୍ଜାମ,୯।୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଳକ ହୁମା ପଞ୍ଚାୟତ ଅନ୍ତର୍ଗତ ବୋରିଗାଁସ୍ଥିତ ରାଣୀବର ପାହାଡ଼ଠାରେ ଅବସ୍ଥିତ ବାବା ଝାଡେଶ୍ୱର ମନ୍ଦିର ଠାରେ ଦୀର୍ଘ ୧୧ ଦିନ ବ୍ୟାପି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri