Posted inଖେଳ

ଆଜି ଦିନରେ ଶେଷ ଦିନିକିଆ ଖେଳିଥିଲେ ସଚିନ

ନୂଆଦିଲ୍ଲୀ,୧୮।୩- କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଆଜିକୁ ଠିକ୍‌ ୮ ବର୍ଷ ତଳେ ଅର୍ଥାତ ୨୦୧୨ ମାର୍ଚ୍ଚ ୧୮ ତାରିଖରେ କ୍ୟାରିୟର ଶେଷ ଥର ପାଇଁ ଟିମ୍‌ ଇଣ୍ଡିଆର ବ୍ଲୁ ଜର୍ସି ପିନ୍ଧିଥିଲେ। ୨୦୧୨ ଏସିଆ କପ୍‌ରେ ପାକିସ୍ତାନ ବିପକ୍ଷରେ ଶେରେ ବାଂଲା ଜାତୀୟ ଷ୍ଟାଡିୟମରେ ତେନ୍ଦୁଲକର ଶେଷ ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚ୍‌ ଖେଳିଥିଲେ। ନିଜ କ୍ୟାରିୟରର ଶେଷ ଦିନିକିଆରେ ସେ ୫୨ ରନ୍‌ର ଅର୍ଦ୍ଧଶତକୀୟ ପାଳି ଖେଳିଥିଲେ। ପାକିସ୍ତାନ ପକ୍ଷରୁ ଧାର୍ଯ୍ୟ ୩୩୦ ରନ୍‌ର ବିଜୟ ଲକ୍ଷ୍ୟକୁ ପିଛା କରି ଭାରତୀୟ ଦଳ ବିଜୟୀ ହୋଇଥିଲା। ଏହି ମ୍ୟାଚ୍‌ରେ ବିରାଟ କୋହଲି ୧୮୩ ରନ୍‌ କରିଥିଲେ, ଯାହାକି ତାଙ୍କ ଦିନିକିଆ କ୍ୟାରିୟରର ଶ୍ରେଷ୍ଠ ସ୍କୋର। କ୍ୟାରିୟରରେ ୪୬୩ ଦିନିକିଆ ମ୍ୟାଚ୍‌ ଖେଳିଥିବା ସଚିନ ୪୯ ଶତକ ଓ ୯୬ ଅର୍ଦ୍ଧଶତକ କରିଥିଲେ। ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ ଭାବେ ସେ ଦିନିକିଆରେ ଦ୍ୱିଶତକ ଅର୍ଜନ କରିଥିଲେ। ତେବେ ସଚିନ ୨୦୧୩ ନଭେମ୍ବର ୬ ତାରିଖରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri