ଆଜି ଦୀପାବଳି: କଟକରେ ଆଲୋକ ସୃଷ୍ଟିକାରୀ ବାଣର ଚାହିଦା ବେଶି

କଟକ ଅଫିସ, ୨୭ା୧୦: ଲଘୁଚାପଜନିତ ବର୍ଷା ପରେ ଗତ ଦୁଇଦିନ ହେଲା କଟକ ସହରର ବାଣ ଷ୍ଟଲ୍‌ଗୁଡ଼ିକରେ ଗ୍ରାହକଙ୍କ ଭିଡ଼ ଦେଖିବାକୁ ମିଳିଛି। ତେବେ ବାଣ ଦର ଜାଣିବା ପରେ ଗ୍ରାହକଙ୍କ ମୁହଁରେ ଚିନ୍ତା ଛାଇଯାଉଛି। ଗତବର୍ଷ ତୁଳନାରେ ଚଳିତ ବର୍ଷ ବାଣ ଦର ପ୍ରାୟ ଦୁଇଗୁଣ ବଢ଼ିଛି। ଗ୍ରାହକମାନେ ଶବ୍ଦ ସୃଷ୍ଟିକାରୀ ବାଣ ଅପେକ୍ଷା ଆଲୋକ ସୃଷ୍ଟିକାରୀ ବାଣକୁ ଅଧିକ ପସନ୍ଦ କରୁଛନ୍ତି। ସ୍ଥାନୀୟ ଅଞ୍ଚଳରେ ବାଣ ତିଆରି ପ୍ରାୟ ବନ୍ଦ ହୋଇ ଯାଇଥିବାବେଳେ ବଜାରରେ ରାଜ୍ୟ ବାହାରର ବାଣ ଭରପୂର ହୋଇଯାଇଛି। ବିଶେଷ କରି ଶିବକାଶୀ ବାଣର ଚାହିଦା ସର୍ବାଧିକ ରହିଛି। ଚଳିତ ବର୍ଷ ୧୦ରୁ ୬୦ ଟଙ୍କା ପର୍ଯ୍ୟନ୍ତ ପ୍ରତି ଅନାର ବାଣ ଉପଲବ୍ଧ ହେଉଥିବାବେଳେ ସ୍ଥାନୀୟ ଅଞ୍ଚଳରେ ତିଆରି ଅନାରର ମୂଲ୍ୟ ୨୦ରୁ ୩୦ ଟଙ୍କା ରହିଛି। ସେହିପରି ତାଳ ଫୋଟ୍‌କାର ମୂଲ୍ୟ ୨୦୦ରୁ ୨୫୦ ଟଙ୍କା ଥିବାବେଳେ ଫୁଲ୍‌ଝରି ପ୍ୟାକେଟ୍‌ ପିଛା ୩୦ରୁ ୪୦୦ ଟଙ୍କାରେ ବିକ୍ରି ହେଉଛି। ଆକାଶ ଦୀପର ମୂଲ୍ୟ ୩୦ରୁ ୫୦ ଟଙ୍କା, ଚକ୍ରିର ମୂଲ୍ୟ ପ୍ୟାକେଟ୍‌ ପିଚ୍ଛା ୧୫ରୁ ୨୦୦ ଟଙ୍କା, ଶଟ୍‌ର ମୂଲ୍ୟ ୩୦୦ରୁ ୫୨୦୦ ଟଙ୍କା ଏବଂ ମହତାବ ବାଣର ମୂଲ୍ୟ ୧୦୦ଟି ପ୍ରତି ୨୫୦ରୁ ୫୦୦ ଟଙ୍କା ପର୍ଯ୍ୟନ୍ତ ରହିଛି। ଅନ୍ୟପକ୍ଷରେ ଭଲ ବ୍ୟବସାୟ ହେବା ନେଇ ବ୍ୟବସାୟୀମାନେ ଆଶା ବାନ୍ଧିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri