ଆଜି ପିଓକେ ଯିବେ ଇମ୍ରାନ୍‌

ଇସ୍‌ଲାମାବାଦ,୧୩-୯(ପି.ଟି.): ପିଓକେକୁ ନେଇ ଛାନିଆ ହୋଇଯାଇଥିବା ପାକିସ୍ତାନର ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ଶୁକ୍ରବାର ସେଠାକାର ରାଜଧାନୀ ମୁଜାଫରାବାଦ ଗସ୍ତ କରିବେ। ସେ ସେଠାରେ ସମ୍ବୋଧନ ବେଳେ କଶ୍ମୀର ସମ୍ପର୍କିତ ଏକ ‘ନୀତି ବିବୃତି’ ଜାରି କରିବେ ବୋଲି ଗୁରୁବାର ଇସ୍‌ଲାମାବାଦ ପକ୍ଷରୁ କୁହାଯାଉଛି। ପାକିସ୍ତାନ ବହିର୍ବ୍ୟାପାର ମୁଖପାତ୍ର ମହମ୍ମଦ ଫୈଜାଲ ଗଣମାଧ୍ୟମକୁ କହିଛନ୍ତି, କଶ୍ମୀର ପ୍ରସଙ୍ଗର ବୈଧତା ଅନ୍ତର୍ଜାତୀୟ ଆଇନ ଉପରେ ପର୍ଯ୍ୟବସିତ ହୋଇଥିବାରୁ ଏହାର ସମାଧାନ ପାଇଁ ପାକିସ୍ତାନ ତୃତୀୟ ପକ୍ଷର ମଧ୍ୟସ୍ଥତା ଚାହେଁ। ମଧ୍ୟସ୍ଥତା ପାଇଁ ଭାରତ ପ୍ରସ୍ତୁତ ନୁହେଁ, କିନ୍ତୁ ଆମେ ପ୍ରସ୍ତୁତ। ଆଲୋଚନା ମାଧ୍ୟମରେ ହିଁ ସମସ୍ତ ସମସ୍ୟାର ସମାଧାନ ହୋଇପାରିବ। ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଶୁକ୍ରବାର ମୁଜାଫରାବାଦ ଯାଇ କଶ୍ମୀର ପ୍ରସଙ୍ଗରେ ନୀତି ସ୍ପଷ୍ଟ କରିବେ ବୋଲି କହିଛନ୍ତି। ସେହିପରି କଶ୍ମୀରୀମାନଙ୍କ ଦୁର୍ଦ୍ଦଶାକୁ ବିଶ୍ୱର ସବୁ ମଞ୍ଚରେ ଉଠାଇ ସେମାନଙ୍କ ଅଧିକାର ପାଇଁ ସ୍ବର ଉତ୍ତୋଳନ ଜାରି ରହିବ। କଶ୍ମୀରୀଙ୍କ ଆମତ୍ନିର୍ଦ୍ଧାରଣ ଅଧିକାର ପାଇଁ ନୈତିକ, ରାଜନୈତିକ ଓ କୂଟନୈତିକ ସମର୍ଥନ ଦେବା ବଜାୟ ରଖାଯିବ ବୋଲି ପାକିସ୍ତାନ ବହିର୍ବ୍ୟାପାର ମନ୍ତ୍ରୀ ଶାହ ମେହମୁଦ୍‌ କୁରେଶୀ ଗୁରୁବାର ଇସ୍‌ଲାମାବାଦ ବିମାନବନ୍ଦରରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

ଦକ୍ଷ ଅଫିସର ପାଇବେ ବଡ଼ ବିଭାଗ, ଆହୁଜାଙ୍କୁ ନୂଆ ଦାୟିତ୍ୱ ମିଳିବ ନା ନାହିଁ ଚର୍ଚ୍ଚାରେ

ଭୁବନେଶ୍ୱର, ୨୫।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର୍‌ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର  ନୂଆ ମୁଖ୍ୟ ଶାସନ...

ବିବାଦରେ କରନ୍‌ଙ୍କ ଫିଲ୍ମ

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ଭାବେ ପରିଚିତ କରନ୍‌ ଜୋହର। ତାଙ୍କ କମ୍ପାନୀ ଧର୍ମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଅନେକ ଫିଲ୍ମ ରେକର୍ଡ କରିଛି। ଏପରିକି...

ଆଜିଠୁ ବଢ଼ିବ ଶୀତ, ଘନ କୁହୁଡ଼ି

ଭୁବନେଶ୍ୱର, ୨୫ା୧୨(ବନ୍ଦନା ସେଠୀ): ରାଜ୍ୟରେ ସର୍ୱନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି ଜନଜୀବନକୁ...

ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗରେ ଦଙ୍ଗା

ଗୁଆହାଟୀ,୨୫ା୧୨: ଆସାମର ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗ ଜିଲାରେ ମଙ୍ଗଳବାର କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଉତ୍ତେଜନା ଜାରି ରହିଛି। ବିକ୍ଷୋଭକାରୀମାନେ ଦଙ୍ଗା ସୃଷ୍ଟି କରିବା ସହ ବହୁ...

ଆମେରିକାରେ ବେଆଇନ ଅନୁପ୍ରବେଶ: ୩୦ ଭାରତୀୟ ଗିରଫ

ନ୍ୟୁୟର୍କ,୨୫ା୧୨: ଆମେରିକାରେ ବେଆଇନ ଭାବେ ଅନୁପ୍ରବେଶ କରିବା ଅଭିଯୋଗରେ ସେଠାକାର ସୀମା ପାଟ୍ରୋଲ ଏଜେଣ୍ଟମାନେ ୩୦ ଭାରତୀୟ ନାଗରିକଙ୍କୁ ଗିରଫ କରିଛନ୍ତି। ଗିରଫ ଭାରତୀୟମାନେ କମର୍ସିଆଲ...

‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’କୁ ଅନୁମୋଦନ

ଭୁବନେଶ୍ୱର,୨୫।୧୨(ରବିନାରାୟଣ ଜେନା): ରାଜ୍ୟର ବରପୁତ୍ରମାନଙ୍କୁ କିଭଳି ସବୁବେଳେ ସମ୍ମାନ ମିଳିବ ସେନେଇ ରାଜ୍ୟ ସରକାର ପ୍ରାଥମିକତା ଦେଇଛନ୍ତି। ଏହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri