ଆଜି ପୂର୍ବାହ୍ନ ୧୧ଟାରେ ରଥଯାତ୍ରା ଶୁଣାଣି

ଭୁବନେଶ୍ୱର,୨୨।୬: ଚଳିତବର୍ଷ ପୁରୀରେ ମହାପ୍ରଭୁ ଜଗନ୍ନାଥଙ୍କ ରଥଯାତ୍ରା ହୋଇପାରିବ ନାହିଁ ବୋଲି ସୁପ୍ରିମ୍‌କୋର୍ଟ ଗତ ୧୮ତାରିଖରେ ଦେଇଥିବା ରାୟର ପୁନର୍ବିଚାର କରିବା ପାଇଁ ଏକାଧିକ ଆବେଦନ ହୋଇଛି। ୧୬ରୁ ଊର୍ଦ୍ଧ୍ୱ ଆବେଦନଗୁଡ଼ିକର ସୋମବାର ଶୁଣାଣି ହେବ। ବିଚାରପତି ଏସ୍‌.ରବୀନ୍ଦ୍ର ଭଟ୍ଟଙ୍କ ଜଣିକିଆ ଖଣ୍ଡପୀଠରେ ପୂର୍ବାହ୍ନ ୧୧ଟାରେ ଶୁଣାଣି ହେବ ବୋଲି ରବିବାର ସୁପ୍ରିମକୋର୍ଟଙ୍କ ଆସିଷ୍ଟାଣ୍ଟ ରେଜିଷ୍ଟ୍ରାର ଅଫିସରୁ ସୂଚନା ମିଳିଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପୁରୀରେ ଚଳିତବର୍ଷ ରଥଯାତ୍ରା ବନ୍ଦ କରିବାକୁ ଓଡ଼ିଶା ବିକାଶ ପରିଷଦ ପକ୍ଷରୁ ଆଗତ ଆବେଦନର ଶୁଣାଣି କରି ଗୁରୁବାର ପ୍ରଧାନବିଚାରପତି ଏସ୍‌.ଏ. ବୋବ୍‌ଡେଙ୍କ ଅଧ୍ୟକ୍ଷତାରେ ଗଠିତ ୩ଜଣିଆ ଖଣ୍ଡପୀଠ ରଥଯାତ୍ରା ବନ୍ଦ ପାଇଁ ରାୟ ପ୍ରକାଶ କରିଥିଲେ। ଉକ୍ତ ରାୟକୁ ରାଜ୍ୟ ସରକାର ସ୍ବାଗତ କରିଥିଲେ ହେଁ ଭକ୍ତମହଲରେ ବିରୋଧ ହୋଇଥିଲା। ଏପରି କି ଜଗଦ୍‌ଗୁରୁ ଶଙ୍କରାଚାର୍ଯ୍ୟ ଏବଂ ଗଜପତି ମହାରାଜା ମଧ୍ୟ ରାୟର ପରିବର୍ତ୍ତନ ସପକ୍ଷରେ ମତ ଦେଇଥିଲେ। ଏପରି କି ଶନିବାର ମହାରାଜା ଗଜପତି ଏନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ରଥଯାତ୍ରା କୌଣସି ପରିସ୍ଥିତିରେ ବନ୍ଦ ନ କରିବାକୁ କହିଥିଲେ। ଇତିମଧ୍ୟରେ ବିଭିନ୍ନ ବ୍ୟକ୍ତି ବିଶେଷ ଓ ସଂଗଠନ ପକ୍ଷରୁ ଏକାଧିକ ପୁନର୍ବିଚାର ଆବେଦନ ସୁପ୍ରିମକୋର୍ଟରେ ହୋଇଛି। ମଙ୍ଗଳବାର ଶ୍ରୀଗୁଣ୍ଡିଚା ଯାତ୍ରା ଥିବାରୁ ସୋମବାରର ଶୁଣାଣି ନିର୍ଣ୍ଣାୟକ ହେବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri