ଆଜି ବରଗଡ଼ରେ ପହଞ୍ଚିବ ସ୍ବତନ୍ତ୍ର ପ୍ରବାସୀ ଟ୍ରେନ: ୨ଟି ରାସ୍ତାରେ ୧୪୪ ଧାରା ଲାଗୁ କଲା ପ୍ରଶାସନ

ବରଗଡ଼ ଅଫିସ,୧୩।୬: ରାଜ୍ୟ ବାହାରେ ଥିବା ଶ୍ରମିକଙ୍କୁ ନେଇ ଏକ ସ୍ବତନ୍ତ୍ର ପ୍ରବାସୀ ଟ୍ରେନ ବରଗଡ଼ ଅଭିମୁଖେ ଆସୁଛି। ଶନିବାର ଦିନ ପ୍ରାୟ ୨ଟା ୩୦ ମିନିଟରେ ଏହି ଟ୍ରେନ୍‌ ବରଗଡ଼ ରେଳ ଷ୍ଟେଶନରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି। ଫଳରେ କରୋନା (କୋଭିଡ-୧୯) ଭୂତାଣୁ ସଂକ୍ରମଣ ପ୍ରତିହତ ପାଇଁ ଜିଲା ପ୍ରଶାସନ ପକ୍ଷରୁ ରେଳ ଷ୍ଟେଶନକୁ ସଂଯୋଗ କରୁଥିବା ସ୍ଥାନୀୟ ଦୁଇଟି ରାସ୍ତା ଅଞ୍ଚଳରେ ୧୪୪ ଧାରା ଲାଗୁ କରାଯାଇଛି। ବିକାଶ ମଲ୍ଟି ସ୍ପେସିଆଲିଟି ହସ୍ପିଟାଲରୁ ଘରୋଇ ବସଷ୍ଟାଣ୍ଡ ଏବଂ ଘରୋଇ ବସଷ୍ଟାଣ୍ଡରୁ ରେଳ ଷ୍ଟେଶନ ପର୍ଯ୍ୟନ୍ତ ଅଞ୍ଚଳରେ ଶନିବାର ଅପରାହ୍ନ ୨ଟାରୁ ରବିବାର ସକାଳ ୬ଟା ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ ବୋଲି ଉପଜିଲାପାଳ ପ୍ରଭାସ ଚନ୍ଦ୍ର ଦଣ୍ଡସନା ଏକ ବିଜ୍ଞପ୍ତିରେ ସୂଚନା ଦେଇଛନ୍ତି। ଏହି ସମୟରେ କୌଣସି ଗାଡି କିମ୍ବା ଅତି ଜରୁରୀ କାମ ବିନା କେହି ଯାତାୟତ କରିବେ ନାହିଁ ବୋଲି ପରାମର୍ଶ ଦିଆଯାଇଛି। ଏହାକୁ ଉଲ୍ଲଂଘନ କଲେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ବିଜ୍ଞପ୍ତିରେ ସ୍ପଷ୍ଟ କରି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଣାପଡିଲା ଭାଜପାର ଭିତିରି ଗେମ୍‌: ଇସ୍ତଫା ଦେବା ପରେ ଧର୍ମେନ୍ଦ୍ରଙ୍କୁ ମିଳିବ ଏହି ବଡ଼ ଦାୟିତ୍ୱ! ଓଡ଼ିଶାରେ…

ନୂଆଦିଲ୍ଲୀ, ୨୭॥୭: ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ରାଷ୍ଟ୍ରପତି ତାଙ୍କ ଇସ୍ତଫାକୁ ଗ୍ରହଣ କରିଥିବା ବେଳେ ପ୍ରହ୍ଲାଦ ଜୋଶୀଙ୍କୁ ଦେଶର ନୂତନ ଶିକ୍ଷାମନ୍ତ୍ରୀ ଭାବେ…

ରସଗୋଲା ଶ୍ରୀଜଗନ୍ନାଥ ସଂସ୍କୃତିର ଅନନ୍ୟ ପରିଚୟ

ଭୁବନେଶ୍ୱର,୨୭ା୭ (ସୌମ୍ୟରଞ୍ଜନ ରାଉତ): ରଥାରୂଢ଼ ଶ୍ରୀଜୀଉଙ୍କ ନୀଳାଦ୍ରି ବିଜେ ଅବସରରେ ରବିବାର ସାରା ରାଜ୍ୟରେ ଉତ୍ସାହର ସହ ପାଳନ ହେଉଛି ରସଗୋଲା ଦିବସ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିରକୁ…

ମୁଖ ଗହ୍ବର କ୍ୟାନ୍‌ସର ପଛର କିଛି କଥା…

କଥାରେ ଅଛି-କ୍ୟାନ୍‌ସର: ନୋ ଆନ୍‌ସର। କିନ୍ତୁ ଆଜିକାଲି ଏହାକୁ ପ୍ରାରମ୍ଭିକ ପର୍ଯ୍ୟାୟରେ ନିରୂପଣ କରାଯାଇପାରୁଛି ଏବଂ ତାହାର ସଫଳ ଚିକିତ୍ସା ମଧ୍ୟ ହୋଇପାରୁଛି। କିନ୍ତୁ ଯଦି ଅବହେଳାରୁ…

ଛାତ୍ରଙ୍କୁ AK47ରେ ଫାୟାରିଂ: ପୋଲିସ ଅଧିକାରୀ ସସ୍‌ପେଣ୍ଡ

ପାଟନା,୨୭।୭: ବିହାରରେ ଛାତ୍ରଙ୍କ ଉପରକୁ ଗୁଳିଚାଳନା କରିଥିବା ଜଣେ ପୋଲିସ ଅଧିକାରୀଙ୍କୁ ସସ୍‌ପେଣ୍ଡ କରାଯାଇଛି। AK-47 ରାଇଫଲରୁ ଫାୟାରିଂ ଭିଡିଓ ଭାଇରାଲ ହେବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ଡେଙ୍ଗୁ: ଅବହେଳା ହୋଇପାରେ ଘାତକ

ବର୍ଷାଦିନେ ଡେଙ୍ଗୁ ଦ୍ରୁତ ଗତିରେ ବ୍ୟାପିଥାଏ। ତେଣୁ ନିଜକୁ ସୁରକ୍ଷିତ ରଖିବା ପାଇଁ ଜନସାଧାରଣଙ୍କୁ ବିଭିନ୍ନ ଦିଗରେ ସାବଧାନତା ଅବଲମ୍ବନ କରିବା ଉଚିତ। ଏହି ରୋଗ ଏଡିସ୍‌…

ୱାଙ୍ଗଚୁକଙ୍କ ବଡ଼ ଘୋଷଣା: କହିଲେ- ଘରକୁ ଯିବା ପୂର୍ବରୁ…

ନୂଆଦିଲ୍ଲୀ, ୨୭॥୭: ପରିବେଶ କର୍ମୀ ସୋନମ ୱାଙ୍ଗଚୁକଙ୍କ ଦିଲ୍ଲୀର ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା। ସେ ଅନେକ ଦିନ ଧରି ଅନଶନରେ ବସିଥିଲେ। ପରେ…

ପଞ୍ଚଲିଙ୍ଗେଶ୍ୱରରେ ବାବାଙ୍କୁ ସ୍ପର୍ଶ ମନା: ଲାଗୁ ହେଲା କଟକଣା, ଜାଣନ୍ତୁ କାହିଁକି

ନୀଳଗିରି, ୨୭।୭ (ପ୍ରଶାନ୍ତ କୁମାର ବିଶ୍ୱାଳ): ଉତ୍ତର ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ବାବା ପଞ୍ଚଲିଙ୍ଗେଶ୍ୱରରେ ଶ୍ରାବଣ ମାସର ଦ୍ୱିତୀୟ ସୋମବାର ଅବସରରେ ଝରଣା ପାଣିର ପ୍ରଖର ସ୍ରୋତ…

ପଡ଼ୋଶୀଙ୍କ ପଥରମାଡ଼ରେ ଯୁବକ ମୃତ, ୫ ଜଣଙ୍କୁ ପୋଲିସ ଅଟକ ରଖି…

ବଲାଙ୍ଗୀର,୨୭ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼ ଉପଖଣ୍ଡରୁ ଆସିଛି ଏକ ଚାଞ୍ଚଲ୍ୟକର ଖବର। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପଥରମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri